Posted inଜାତୀୟ

ରାଜନୈତିକ ହଲ୍‌ଚଲ୍‌ ଭିତରେ ଦିଲ୍ଲୀରେ ପହଞ୍ଚିଲେ ଯୋଗୀ ଆଦିତ୍ୟନାଥ, ଭାଜପା ବୈଠକରେ ଦେଖିବାକୁ ମିଳିଲା ଏମିତି କିଛି ଦୃଶ୍ୟ

ନୂଆଦିଲ୍ଲୀ,୨୭ା୭: ଶନିବାର ଦେଶର ରାଜଧାନୀ ଦିଲ୍ଲୀଠାରେ ଭାରତୀୟ ଜନତା ପାର୍ଟି (ଭାଜପା)ର ଦୁଇ ଦିନିଆ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଭାଜପା ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଅନ୍ୟ ବଡ଼ ନେତାମାନେ ମଧ୍ୟ ସାମିଲ ହୋଇଛନ୍ତି। ଉତ୍ତରପ୍ରଦେଶ ରାଜନୀତି ଉଠୁଥିବା ପଡୁଥିବା ବେଳେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଏହି ବୈଠକରେ ଯୋଗ ଦେଇଛନ୍ତି। ଯାହାଙ୍କ ଉପରେ ରହିଛି ସମଗ୍ର ଦେଶର ନଜର।

ବୈଠକର ଏକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ଭାଜପା ସଭାପତି ତଥା ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାଗତ କରୁଛନ୍ତି। ଏହି ଭିଡିଓରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ନଜର ଆସିଛନ୍ତି। ସେ ବସିଥିବା ସ୍ଥାନକୁ ଦେଖି କେବଳ ଯୋଗୀଙ୍କ ସ୍ଥିତି ଆକଳନ କରାଯାଉଛି। ଯୋଗୀ ଆଦିତ୍ୟନାଥ ମୋଦିଙ୍କଠାରୁ ଅଳ୍ପ ଦୂରରେ ବସିଥିବାର ନଜର ଆସିଛନ୍ତି।

ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଜେପି ନଡ୍ଡା ଅଧ୍ୟକ୍ଷତା କରୁଥିବା ଦେଖିବାକୁ ମିଳିଥିଲା। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପ୍ରଧାନମନ୍ତ୍ରୀଙ୍କ ଡାହାଣ ପାର୍ଶ୍ୱରେ ପ୍ରଥମ ସିଟ୍‌ରେ ବସିଥିବାର ନଜର ଆସିଛନ୍ତି। ଗୁଜରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଏବଂ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ମଧ୍ୟ ଉପସ୍ଥିତ ଅଛନ୍ତି। ଏଥିସହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାମ ପଟ ଦ୍ୱିତୀୟ ସିଟ୍‌ରେ ବସିଥିବାର ନଜର ଆସିଛନ୍ତି ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ତାଙ୍କ ପାଖରେ ଥିବା ସିଟ୍‌ରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏନ୍‌ଆର୍‌ସି ନମ୍ବର ନ ଦେଲେ ତିଆରି ହେବନି ଆଧାରକାର୍ଡ, ଏହିଦିନଠାରୁ ହେବ ଲାଗୁ…

ଦିଶପୁର,୮ା୯: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ, ତାଙ୍କ ନେତୃତ୍ୱରେ ରାଜ୍ୟ ସରକାର ଆଧାରକାର୍ଡ...

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri