Categories: ଜାତୀୟ

ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ

ଲକ୍ଷ୍ନୌ,୨୮।୮: ବୁଦାପେଷ୍ଟରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ନୀରଜ ଚୋପ୍ରା ଜାଭେଲିନ ଥ୍ରୋ’ରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ଦ୍ୱିତୀୟ ରାଉଣ୍ଡରେ ସେ ୮୮.୧୭ ମିଟର ଥ୍ରୋ ସହିତ ସ୍ବର୍ଣ୍ଣ ପଦକ ହାସଲ କରି ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ସ୍ବର୍ଣ୍ଣ ପଦକ ଜିତିଥିବା ପ୍ରଥମ ଭାରତୀୟ ହୋଇଛନ୍ତି। ଏହି ସଫଳତା ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ, ଆପଣଙ୍କ ସଫଳତା ପାଇଁ ସମଗ୍ର ଦେଶ ଗର୍ବିତ ଅନୁଭବ କରୁଛି।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ନୀରଜ ଚୋପ୍ରାଙ୍କୁ ତାଙ୍କର ମହାନ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଆଉ ଲେଖିଛନ୍ତି, ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ, ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ସ୍ବର୍ଣ୍ଣ ଜିତିବାରେ ପ୍ରଥମ ଭାରତୀୟ ହୋଇଛନ୍ତି। ତୁମର ସଫଳତା ସମଗ୍ର ଦେଶକୁ ଗର୍ବିତ କରିଛି।

Share