ଚେତାବନୀ ଦେଲେ ପ୍ରଧାନମନ୍ତ୍ରୀ: ଏପରି କାର୍ଯ୍ୟାନୁଷ୍ଠାନ ନେବୁ, ପଶ୍ଚାତାପ କରିବେ ପ୍ରଦର୍ଶନକାରୀ

ଲଣ୍ଡନ,୫।୮: ବ୍ରିଟେନରେ ପ୍ରବାସୀ ନାଗରିକଙ୍କ ବିରୋଧରେ ହିଂସାତ୍ମକ ସଂଘର୍ଷ ବନ୍ଦ ହେଉନାହିଁ। ୧୫୦ରୁ ଅଧିକ ଲୋକଙ୍କୁ ପୋଲିସ ଗିରଫ କରିଛି। କ୍ରମାଗତ ହିଂସା ସମ୍ପର୍କରେ ବ୍ରିଟେନର ପ୍ରଧାନମନ୍ତ୍ରୀ କିର ଷ୍ଟାର୍ମର କହିଛନ୍ତି, ଏହି ଦଙ୍ଗାରେ ଯୋଗ ଦେଉଥିବା ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ।

ବ୍ରିଟେନରେ ପ୍ରବାସୀ ବିରୋଧୀ କଠୋର ଜାତୀୟତାବାଦୀ ସଂଗଠନଗୁଡ଼ିକ ପକ୍ଷରୁ ହିଂସାତ୍ମକ ସଂଘର୍ଷ ଓ ଅଶାନ୍ତି ଲାଗିରହିଥିବାବେଳେ ପୋଲିସ୍‌ ଶତାଧିକ ଲୋକଙ୍କୁ ଗିରଫ କଲାଣି। ହିଂସାକାଣ୍ଡ ଘଟାଉଥିବା ଉଗ୍ରବାଦୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମର ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଆଶ୍ରୟ ନେଇଥିବା ଏକ ହୋଟେଲରେ ବିକ୍ଷୋଭକାରୀ ଭଙ୍ଗାରୁଜା କରିବା ସହ କେତେକ ଦୋକାନରେ ନିଆଁ ଲଗାଇ ଦେଇଛନ୍ତି। ଲିଭରପୁଲ୍‌, ହୁଲ୍‌, ବ୍ରିଷ୍ଟଲ, ଲିଡ୍ସ, ବ୍ଲାକପୁଲ୍‌, ଷ୍ଟୋକ୍‌-ଅନ୍‌-ଟ୍ରେଣ୍ଟ, ବେଲ୍‌ପାଷ୍ଟ, ନଟ୍ଟିଙ୍ଗ୍‌ହାମ ଏବଂ ମଞ୍ଚେଷ୍ଟରରେ ଶନିବାର ପୋଲିସ ଏବଂ ଉତ୍ତ୍ୟକ୍ତ ଲୋକଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଭଳି ଆପରାଧିକ ବିଶୃଙ୍ଖଳା ଓ ହିଂସା ପାଇଁ ବିକ୍ଷୋଭକାରୀଙ୍କୁ ମୂଲ୍ୟ ଦେବାକୁ ପଡ଼ିବ ବୋଲି ବ୍ରିଟେନ୍‌ ଗୃହ ସଚିବ ୟବେଟେ କୁପର ଚେତାବନୀ ଦେଇଛନ୍ତି। ପୋଲିସର ଦୃଢ଼ କାର୍ଯ୍ୟାନୁଷ୍ଠାନ ପ୍ରତି ସରକାରଙ୍କ ପୂର୍ଣ୍ଣ ସମର୍ଥନ ରହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ଶନିବାର ମନ୍ତ୍ରୀମାନଙ୍କ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଅଭିବ୍ୟକ୍ତି ସ୍ବାଧୀନତା ଅଧିକାର ଏବଂ ହିଂସାତ୍ମକ ବିଶୃଙ୍ଖଳା ଦୁଇଟି ଭିନ୍ନ ଜିନିଷ। ଯେକୌଣସି ପ୍ରକାର ହିଂସାକୁ କଦାପି କ୍ଷମା ଦିଆଯିବ ନାହିଁ ବୋଲି ଷ୍ଟାର୍ମର କହିଛନ୍ତି। ହିଂସାକାଣ୍ଡ ଯୋଗୁ ବ୍ରିଟିଶ ମୁସଲମାନମାନେ ସେମାନଙ୍କ ସୁରକ୍ଷାକୁ ନେଇ ଚିନ୍ତିତ ହୋଇପଡ଼ିଛନ୍ତି। ସେମାନେ ସ୍ଥାନୀୟ ମସ୍‌ଜିଦକୁ ଯିବା ପାଇଁ ଡରୁଛନ୍ତି। ବିଶେଷ କରି ଅଣଶ୍ୱେତାଙ୍ଗମାନେ ଭୟରେ ରହୁଛନ୍ତି। ହିଂସାକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବ୍ରିଟେନ୍‌ ପୋଲିସିଂ ମନ୍ତ୍ରୀ ଡିଆନା ଜନ୍‌ସନ୍‌ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ...

ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ...

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା...

ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍‌ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା

ନୂଆଦିଲ୍ଲୀ,୧୯।୯: ଲେବାନନ୍‌ର ସଶସ୍ତ୍ର ସଂଗଠନ ହେଜ୍‌ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା...

ହିଜବୁଲ୍ଲା ମୁଖ୍ୟଙ୍କ ଭାଷଣ ଶେଷ ହେଉ ହେଉ ବୋମା ବର୍ଷା କଲା ଇସ୍ରାଏଲ, ଆଇଡିଏଫ କହିଲା…

ଜେରୁଜେଲମ,୧୯।୯: ଗତ ଦୁଇ ଦିନ ମଧ୍ୟରେ ଇସ୍ରାଏଲ ଲେବାନନ ଉପରେ ଦୁଇଟି ବଡ଼ ଆକ୍ରମଣ କରିଥିଲା। ପ୍ରଥମେ ମଙ୍ଗଳବାରରେ ଏକ ପେଜର୍‌ ବିସ୍ଫୋରଣ ହୋଇଥିଲା ଏବଂ...

କାହିଁକି ଅବସର ବୟସ ସୀମା ବଢାଇଲା ଚାଇନା, କରଜ ଦେଉଥିବା ଡ୍ରାଗନ ପାଖରେ ନାହିଁ…

ବେଜିଂ,୧୯।୯: ଚାଇନାରେ କ୍ରମାଗତ ଭାବେ ଜନସଂଖ୍ୟା ହ୍ରାସ ଏବଂ କର୍ମଚାରୀଙ୍କ ବୟସ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଅବସର ବୟସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।...

ବଡ଼ ପ୍ଲାନିଂ କରି ହେଜ୍‌ବୋଲ୍ଲାକୁ ଫସାଇଲା ମୁସାଦ: ସିରିଜ୍ ବିସ୍ଫୋରଣ ପଛରେ ଇସ୍ରାଏଲୀ ଶେଲ୍‌ କମ୍ପାନୀ

ଜେରୁଜେଲମ୍‌,୧୯ା୯: ଲଗାତାର ଦୁଇ ଦିନ ସିରିଏଲ ବିସ୍ଫୋରଣ ଦ୍ୱାରା ଲେବାନନ୍ କମ୍ପିତ ହୋଇ ଉଠିଛି। ସବୁଆଡେ ପ୍ରାଣବିକଳାରେ ଲୋକଙ୍କ ଚିତ୍କାର ଶୁଭୁଥିଲା। ପ୍ରଥମ ଦିନରେ ପେଜର୍...

ବାଂଲାଦେଶ ହିଂସାରେ ସଂଖ୍ୟାଲଘୁଙ୍କ ମୃତ୍ୟୁକୁ ନେଇ ଆସିଲା ଚମକାଇବା ଭଳି ତଥ୍ୟ

ଢାକା,୧୯।୯: ବାଂଲାଦେଶ ହିଂସାରେ କେତେ ସଂଖ୍ୟାଲଘୁ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ କେତେଜଣ ଆହତ ହୋଇଛନ୍ତି ସେନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସମ୍ନୋକୁ ଆସିଛି। ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri