ପ୍ରେମିକା ପାଇଁ  ୮ ମହଲାରୁ ଡେଇଁପଡ଼ିଲେ  ଯୁବ ଇଞ୍ଜିନିୟର: ଶେଷ ଚିଠିରେ ଲେଖିଥିଲେ…

୧୫।୧୦: ରାଜଧାନୀ ଭୁବନେଶ୍ୱରର ଏକ ଆପାର୍ଟମେଣ୍ଟରୁ ଜଣେ ଯୁବ ଇଞ୍ଜିନିୟର ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ୮ ମହଲାରୁ ଡେଇଁ ଜୀବନ ହାରିଛନ୍ତି ଖାରବେଳନଗର ଚନ୍ଦ୍ରମା କମ୍ପ୍ଲେକ୍ସ ଆପାର୍ଟମେଣ୍ଟରେ ରହୁଥିବା ରୋନିତ ଜେନା।
ପ୍ରେମରେ ବିଫଳ ହୋଇ ରୋନିତ ଜୀବନ ହାରଥିବା ସେ କହିଛନ୍ତି।
ରୋନିତଙ୍କ ବୟସ ୨୩ ବର୍ଷ। ପରିବାର ଲୋକଙ୍କ କହିବା ଅନୁସାରେ, ପ୍ରେମରେ ଧୋକା ପାଇ ମାନସିକ ସ୍ତରରେ ଭାଙ୍ଗି ପଡିବା ପରେ ସେ ଏଭଳି ଚରମ ନିଷ୍ପତ୍ତି ନେଇଛନ୍ତି । ଆତ୍ମହତ୍ୟା ପୂର୍ବର ଚିତ୍ର ସିସିଟିଭିରେ କଏଦ ହୋଇଛି । ଛାତ ଉପରକୁ ସିଡିରେ ଯାଉଥିବା ଦୃଶ୍ୟ ସିସିଟିଭିରେ କଏଦ୍‌ ହୋଇଛି। ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ, ବ୍ରହ୍ମପୁରର ଜଣେ ଯୁବତୀଙ୍କୁ ସେ ଭଲ ପାଉଥିଲେ । ଯୁବତୀଙ୍କ ସମସ୍ତ ଖର୍ଚ୍ଚ ମଧ୍ୟ ବହନ କରୁଥିଲେ। କୌଣସି କଥାକୁ କେନ୍ଦ୍ର କରି ପ୍ରେମରେ ପୂର୍ଣ୍ଣଛେଦ ପଡିଥିଲା। ଯାହାକୁ ନେଇ ରୋନିତ ହତାଶ ହୋଇପଡିଥିଲେ।
ମୃତ୍ୟୁ ପୂର୍ବରୁ ରୋନିତଙ୍କ ଶେଷ ଚିଠି ମଧ୍ୟ ମିଳିଛି । ଚିଠିରେ ବାପା ମା’ଙ୍କୁ କ୍ଷମା ମାଗିଛନ୍ତି ।  ସେପଟେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି । ମୃତକଙ୍କ ପରିବାର ଲୋକ ଉକ୍ତ ଯୁବତୀ ଜଣଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି କରିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ କଲରାପତରିଆ ବାଘ ମୃତ

ବରଗଡ଼,୧୫।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରୁ ମଙ୍ଗଳବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ବାଘର ମୃତଦେହକୁ...

ହତ୍ୟାକାରୀଙ୍କ ଘର ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ: ମୃତଦେହ ରଖି ରାସ୍ତା ଅବରୋଧ, ପୋଲିସ ମୁତୟନ

ଘସିପୁରା/ରାମଚନ୍ଦ୍ରପୁର,୧୫।୧୦(ନିରଞ୍ଜନ ସାହୁ/ଗଣେଶ୍ୱର ସା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ପଣ୍ଡୁଆ ଛକରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ବ...

ଚଳିତବର୍ଷ ବାଲିଯାତ୍ରାରେ ଖୋଲିବ ୧୧ ଶହ ଦୋକାନ, ଜାଣନ୍ତୁ କିପରି କରିବେ ପଞ୍ଜିକରଣ

କଟକ,୧୫।୧୦: ପ୍ଲଟ ପଞ୍ଜୀକରଣ କଟକର ଐତିହାସିକ ବାଲିଯାତ୍ରା ଆସନ୍ତା ମାସ ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏଥିନିମନ୍ତେ ପ୍ଲଟ୍ ଆବଣ୍ଟନ ପାଇଁ...

ଲଢ଼ିଲେ ଗନ୍‌ମ୍ୟାନ, ନିସ୍ତୁକ ମାଡ଼ ଖାଇ ବଞ୍ଚାଇଦେଲେ ୩୮ ଲକ୍ଷ ଟଙ୍କା, ଖସିଗଲେ ୨ ଲୁଟେରା

କେନ୍ଦୁଝର,୧୫।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡ଼ା ନିକଟରେ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ଏଟିଏମ କାଉଣ୍ଟରରେ ଟଙ୍କା ଭରିବାକୁ ଯାଉଥିବା ଏକ ଭ୍ୟାନରୁ ଟଙ୍କା...

ଗଜପତିରେ ଅଭାବୀ ବର୍ଷା: ଧାନ ଅମଳ ହେବ କି ନାହିଁ ଆଶଙ୍କାରେ

ପାରଳାଖେମୁଣ୍ଡି,୧୫ା୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଅଭାବୀ ବର୍ଷା ଯୋଗୁ ଚିନ୍ତାରେ ରହିଛନ୍ତି ଚାଷୀ। କ୍ଷେତରେ ଧାନ ଗର୍ଭରେ ଥିବା ବେଳେ ଆଉ କିଛି ଧାନ ଗଛ...

ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି: ଧାନ କିଣାବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା

ଭୁବନେଶ୍ୱର,୧୫।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍‌ ଧାନ କିଣା ସଂକ୍ରାନ୍ତରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟରେ ଧାନ...

ନବୀନଙ୍କ ବଢୁଛି ଟେନଶନ, ରୋକିବାର ନା ନେଉନି ବିଜେଡିର ଗୋଷ୍ଠୀ କନ୍ଦଳ

ଭୁବନେଶ୍ୱର,୧୫।୧୦: ୨୪ବର୍ଷ ଶାସନରେ ଥିବା ବିଜେଡିକୁ ଏବେ ଘାରିଛି ଗୋଷ୍ଠୀ କନ୍ଦଳର ଡର। କ୍ଷମତା ଗଲା ପରେ ଗୋଟିଏ ଦଳରେ ଏ କେଉଁ ପ୍ରକାର ପରିସ୍ଥିତି...

ଓଡ଼ିଶା ଛାଡ଼ିଲା ‘ମୌସୁମୀ’

ଭୁବନେଶ୍ୱର,୧୫।୧୦: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ବିଦାୟ ନେଇଛି। ୧୩ ତାରିଖରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ବୁଧବାର ସୁଦ୍ଧା ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri