Advertisement

ଯୁବକଙ୍କୁ ପିଟି ପିଟି ହତ୍ୟା: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ଭଦ୍ରକ ଅଫିସ,୨ା୧୦-ଭଦ୍ରକ ଗ୍ରାମାଞ୍ଚଳ ଥାନା ବଗମରା ଆଦିବାସୀ ସାହିର ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ହତ୍ୟାକାଣ୍ଡର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ପୋଲିସ ଏକ ହତ୍ୟା ମାମଲା (ନଂ.୫୮୧/୨୦) ରୁଜୁ କରି ଥାନାରେ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ମୃତ ଯୁବକ ହେଲେ କଟିଆ ମୁର୍ମୁ। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ କହିଥିବାବେଳେ ହତ୍ୟାର କାରଣ ସ୍ପଷ୍ଟ ହୋଇନାହିଁ।
ସୂଚନା ଅନୁଯାୟୀ, ଶୁକ୍ରବାର ସକାଳୁ କଟିଆଙ୍କ ମୃତଦେହ ଏକ ବୁଦା ମୂଳେ ପଡ଼ିଥିବା ଦେଖିବାକୁ ମିଳିଥିଲା। ବାଡ଼ିରେ ପିଟି ପିଟି ତାଙ୍କୁ ହତ୍ୟା କରାଯାଇଥିବା ଏକ ଭିଡିଓ ଭାଇରାଲ ହେବା ପରେ ପରିବାର ଲୋକ ଥାନାରେ ହତ୍ୟା ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ ଜାରି ରହିଥିବାରୁ ଅଧିକ ତଥ୍ୟ ଦେବାକୁ ଥାନାଧିକାରୀ ଆଲୋକ କୁମାର ଜେନା ମନା କରି ଦେଇଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share