ଯୁବତୀ ଗର୍ଭବତୀ: ବନ୍ଧା ହେଲେ ବୃଦ୍ଧ

ଗୋପାଳପୁର,୧୪ା୧୦(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର କରି ଗର୍ଭବତୀ କରିବା ମାମଲାରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବିଶ୍ୱନାଥପୁର ଗ୍ରାମର ମନୁ ନାଇକ(୭୦)।

ସୂଚନା ଅନୁସାରେ ବିଶ୍ୱନାଥପୁର ଓଡ଼ିଆରପି କଲୋନୀରେ ମନୁ ରହୁଥିବା ବେଳେ ପଡ଼ୋଶୀ ଘରେ ଜଣେ ଯୁବତୀ ରହି ଶ୍ରମିକ ଭାବେ କାମ କରୁଥିଲେ। ଗତ କିଛି ମାସ ତଳେ ମନୁ ଯୁବତୀଙ୍କୁ ପ୍ରଲୋଭନ ଦେଖାଇ ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ବଳାତ୍କାର କରି ଚାଲିଥିଲେ। ଇତି ମଧ୍ୟରେ ଯୁବତୀ ଜଣକ ସାତ ମାସର ଗର୍ଭବତୀ ହୋଇଥିଲେ। ମନୁ ଯୁବତୀଙ୍କୁ ବିବାହ କରିବା ପାଇଁ ମନା କରିବା ସହ ଧମକ ଚମକ ଦେଇଥିଲେ। ଏ ନେଇ ବୁଧବାର ଯୁବତୀ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଗ୍ରାମରେ ମନୁ ବୁଲୁଥିବା ବେଳେ ପୋଲିସ ତାଙ୍କୁ ଗିରଫ କରିଥିଲା। ପରେ ଉଭୟଙ୍କୁ ଡାକ୍ତରୀ ମାଇନା କରି ମନୁକୁ କୋର୍ଟ ଚାଲାଣ କରିଛି। ସିଆରପିସି ୧୬୪ ଧାରା ଅନୁସାରେ ଯୁବତୀଙ୍କ ବୟାନ ରେକର୍ଡ କରାଯାଇଥିବା ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତ ଭଣ୍ଡାରରେ ରକ୍ତର ଅଭାବ: ଜନ୍ମ ଦିନରେ ମହାନତା ଦେଖାଇଲେ ସରପଞ୍ଚ ପ୍ରତିନିଧି

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁଁ ପଞ୍ଚାୟତ ସରପଞ୍ଚ ପ୍ରତିନିଧି ତଥା ବିଶିଷ୍ଟ ସାମାଜିକକର୍ମୀ ଚିତ୍ରସେନ ଗୌଡ଼ଙ୍କ ୩୯ ତମ...

ଏଏଫ୍‌ସି ଏସିଆନ କପ୍‌ ୨୦୩୧ ଲାଗି ବିଡ୍‌ ଦାଖଲ କଲା ଭାରତ

ନୂଆଦିଲ୍ଲୀ, ୧୧ା୪: ଭାରତ ୨୦୩୧ ଏଏଫ୍‌ସି ଏସିଆନ କପ୍‌ ଆୟୋଜନ କରିବା ପାଇଁ ଆଗ୍ରହ ପ୍ରକାଶ କରି ଏହାର ବିଡ୍‌ ‘ ଏକ୍ସପ୍ରେସନ ଅଫ୍‌ ଇଣ୍ଟରେଷ୍ଟ...

୮ ପଦକ ସହ ଦ୍ୱିତୀୟ ସ୍ଥାନରେ ଭାରତ

ବୁଏନ୍ସ ଏରିଜ, ୧୧ା୪: ରାଇଫଲ ପିସ୍ତଲ ଓ ଶଟ୍‌ଗନ୍‌ ଶୁଟରମାନଙ୍କ ଲାଗି ବର୍ଷର ପ୍ରଥମ ଆଇଏସ୍‌ଏସ୍‌ଏଫ୍‌ ଓ୍ବାଲର୍‌ଡ କପ୍‌ ଯୁବ ଟ୍ରାପ୍‌ ମିକ୍ସଡ ଟିମ୍‌ ଯୋଡ଼ି...

ଯୁବ ଲେଖକ ସମ୍ମିଳନୀରେ ମତପ୍ରକାଶ: ଯୁବପିଢିଙ୍କ ଲେଖନୀ ମୁନରେ ସମୃଦ୍ଧ ହେବ ଓଡ଼ିଆ ଭାଷା ସାହିତ୍ୟ

ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ): ଭଲ କାହାଣୀ, ଭଲ ନାଟକ ଏବଂ ଭଲ କବିତା ଦ୍ଵାରା ଓଡ଼ିଆ ଭାଷା ତିଷ୍ଠି ରହିପାରିବ । ଯୁବପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷା...

ବଡ଼ ନିଯୁକ୍ତି ସୁଯୋଗ: ESICରେ ୫୫୮ ପଦବୀ ଲାଗି ବାହାରିଲା ବିଜ୍ଞପ୍ତି, ଜାଣନ୍ତୁ କିଭଳି କରିବେ ଆବେଦନ…

ନୂଆଦିଲ୍ଲୀ,୧୧।୪: ସରକାରୀ ଚାକିରି ଖୋଜୁଥିବା ଯୁବକ ଯୁବତୀଙ୍କ ପାଇଁ ଏକ ଖୁସି ଖବର। କର୍ମଚାରୀ ରାଜ୍ୟ ବୀମା ନିଗମ (ESIC) ସ୍ପେଶାଲିଷ୍ଟ ଗ୍ରେଡ-୨ର ମୋଟ ୫୫୮...

ପୀୟୂଷଙ୍କୁ ବ୍ୟାନ୍‌  କରାଯାଇନି : ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୧୧।୪: ଜଲିଉଡ ହାଇପେଡ ଆକ୍ଟର ପୀୟୂଷ ତ୍ରିପାଠୀ ୧ କୋଟି ୧୫ ଲକ୍ଷ ଟଙ୍କା ଫେରାଇଛନ୍ତି। ସେ ସୂର୍ଯ୍ୟ ମନ୍ଦିରକୁ ୬୦ ଲକ୍ଷ, ସିଂହବାହିନୀକୁ ୫୫...

ଏହିଦିନ ଳାଗୁ ହେବ ୮ମ ବେତନ କମିଶନ! ଏହି କର୍ମଚାରୀଙ୍କ ୩ଗୁଣା ବଢିବ ଦରମା

ନୂଆଦିଲ୍ଲୀ,୧୧।୪:ଅଷ୍ଟମ ବେତନ ଆୟୋଗ ଲାଗୁ ହେବା ପରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା କେତେ ବୃଦ୍ଧି ପାଇବ ସେ ନେଇ ଅନେକ ଆଲୋଚନା ହେଉଛି। ଅନେକ...

Discount On Electricity Bill: ଲକ୍ଷେ ଟଙ୍କା ବିଜୁଳି ବିଲ୍‌ ହେଲେ ବି ମିଳିବ ରିହାତି, ଜାଣନ୍ତୁ କେଉଁମାନଙ୍କୁ ମିଳେ ଏହି ଲାଭ

ନୂଆଦିଲ୍ଲୀ,୧୧।୪: ନିକଟରେ, ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ, କଙ୍ଗନା ରଣାୱତ କହିଥିଲେ ଯେ ମନାଲିରେ ତାଙ୍କ ଘରର ବିଦ୍ୟୁତ ବିଲ ୧ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image