ମୋରଡ଼ା,୨୩ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ମାକୁନ୍ଦ ନିକଟରେ ଏକ ବାଇକ୍ ଦୁର୍ଘଟଣା ଗ୍ରସ୍ତ ହେବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ବେତନଟୀ ଥାନା ଅଧୀନ ସଂଶା ଅଞ୍ଚଳର ରାଜାରାମ ମହାନ୍ତ (୨୫)। ଏକ ନୂତନ ବାଇକ୍ରେ ସେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ଦମକଳ କେନ୍ଦ୍ର କର୍ମଚାରୀ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାରିପଦାସ୍ଥିତ ପିଆର୍ଏମ୍ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।