ରାସ୍ତା ପାରି ହେଉଥିବା ବେଳେ ମାଡ଼ି ଗଲା ଗାଡ଼ି, ଆଉ ତା’ପରେ…

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବିଜୁ ଏକ୍ସପ୍ରେସ ୱେ କଳାହାଣ୍ଡି ଜିଲା କୋକସରା ଥାନା ବେହେରା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ତେଣ୍ଡାପାଳି ପଞ୍ଚାୟତ ଛତାଗୋଏରା ଗାଁର ଛବିଲାଲ ନାଗ(୪୫)।

ମିଳିଥିବା ସୂଚନା ମୁତାବକ, ଛବିଲାଲ ପେଟ୍ରୋଲ ପମ୍ପ ନିକଟରେ ରାସ୍ତା ପାର ହେଉଥିଲେ। ସେତିକିବେଳେ ଦ୍ରୁତଗତିରେ ଆସୁଥିବା ଏକ ଗାଡ଼ି ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ଛବିଲାଲଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ତୁରନ୍ତ କୋକସରା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା।

ହେଲେ ପରିବାର ଲୋକଙ୍କ ସହ ଗ୍ରାମବାସୀ କ୍ଷତିପୂରଣ ଦାବି କରି ଧର୍ମଗଡ଼- ନବରଙ୍ଗପୁର ବିଜୁ ଏକ୍ସପ୍ରେସୱେ ବେହେରା ପେଟ୍ରୋଲ ପମ୍ପ ନିକଟରେ ରାସ୍ତା ଅବରୋଧ କରିଥିଲେ। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା।

ଖବର ପାଇ ଧର୍ମଗଡ଼ ଅତିରିକ୍ତ ତହସିଲଦାର ପହଞ୍ଚି ରେଡ଼କ୍ରସ ଏବଂ ହରିଶ୍ଚନ୍ଦ୍ର ଯୋଜନା ଓ ସରକାରୀ ନିୟମ ଅନୁସାରେ ଦୁର୍ଘଟଣା ଜନିତ କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେବାପରେ ରାସ୍ତା ଅବରୋଧ ହଟିଥିଲା। ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନା ପଠାଯାଇଥିଲା। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ କୋକସରା ଥାନାରେ ଏକ ମାମଲା(ନଂ.୨୩୧/୨୦୨୪) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ବନ୍ଦ କରାଯାଉ

ସରଣ୍ଡା, ୨୭।୧୦(ଯୁଧିଷ୍ଠିର ମହାପାତ୍ର): ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ଉପରେ ରୋକ୍‌ ଲଗାଇବା ଦାବି ନେଇ ରବିବାର ବରଗଡ଼ ଜିଲା ଅତାବିରା ବିଶ୍ବ ହିନ୍ଦୁ...

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୯ ଶହ ୮୯ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି,...

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri