ଲକ୍ଷ୍ମୀପୂଜା ଦେଖି ଫେରୁଥିଲେ: ହାତୀ ହାବୁଡ଼ରେ ପଡ଼ିଗଲେ ଦୁଇ ଯୁବକ

ସୁନ୍ଦରଗଡ଼,୨୦ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନାଞ୍ଚଳ ତଥା ହାତୀବାରି ଥାନା ଅଧୀନ କନ୍ଦରକେଲା ପଞ୍ଚାୟତ ବାଉଁଶଯୋର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ପ୍ରଦୀପ ବିଲାଙ୍ଗ(୨୪)। ଏଥିସହ ମହିପାଳ କିରୋ ନାମକ ଜଣେ ଯୁବକ ହାତୀ ଆକ୍ରମଣରେ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।

ସୂଚନାଯୋଗ୍ୟ, ଲକ୍ଷ୍ମୀପୂଜା ଅବସରରେ ବାଉଁଶଯୋରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାକୁ ପ୍ରଦୀପ ଓ ମହିପାଳ ଆସିଥିଲେ। କାର୍ଯ୍ୟକ୍ରମ ସରିବା ପରେ ଦୁହେଁ ବିଳମ୍ବିତ ରାତିରେ ଚାଲିକି ଫେରୁଥିବା ବେଳେ ଗୋଠଛଡା ହାତୀ ସହ ମୁହାଁମୁହିଁ ହୋଇଥିଲେ। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ୨ ଜଣଙ୍କୁ ପ୍ରଥମେ ହାତୀବାରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ।

ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରଦୀପଙ୍କ ମୃତ୍ୟୁ ଘଟିଥିଲା। ମହିପାଳଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡିଛି।

ବୀରମିତ୍ରପୁର ରେଞ୍ଜର ଦୁର୍ଯ୍ୟୋଧନ ଜରେଇ, ହାତୀବାରି ଫରେଷ୍ଟର ସୁଶୀଲ କୁମାର କେରକେଟାଙ୍କ ସହ ହାତୀବାରି ପୋଲିସ ଘଟଣା ସ୍ଥଳକୁ ଯାଇ ତଦନ୍ତ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଗତ ୧୬ ତାରିଖ ବିଳମ୍ବିତ ରାତିରେ ବୀରମିତ୍ରପୁର ବନାଞ୍ଚଳ ତଥା ହାତୀବାରି ଥାନା ଅନ୍ତର୍ଗତ ଲୋକମବେଡା ପଞ୍ଚାୟତ ଖାଡ଼ିଯୋର ଗ୍ରାମରେ ହାତୀ ଆକ୍ରମଣରେ ସୁନୀଲ ବାଗେ ନାମକ ଜଣେ ଯୁବକ ପ୍ରାଣ ହରାଇଥିଲେ। ଦିନକୁ ଦିନ ହାତୀ ଉପଦ୍ରବ ବଢ଼ିଥିବାରୁ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ଏ ଦିଗରେ ବନ ବିଭାଗ ତତ୍ପରତା ପ୍ରକାଶ କରି ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ରୁ କଶ୍ମୀରରେ ଘଟିଥିବା ବଡ଼ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୨।୪: ୨୦୦୦ରୁ ଜମ୍ମୁ-କଶ୍ମୀରରେ ବିଭିନ୍ନ ସମୟରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ବହୁ ନିରୀହ ଜନସାଧାରଣଙ୍କ ଜୀବନ ଯାଇଛି। ଏଠାରେ କେତୋଟି ବଡ଼ ଆକ୍ରମଣର ତଥ୍ୟ...

ପହଲଗାମ ଆକ୍ରମଣ ଉପରେ ହ୍ୱାଇଟ୍ ହାଉସର ନଜର, ଟ୍ରମ୍ପ କହିଦେଲେ ବଡ କଥା

ନୂଆଦିଲ୍ଲୀ,୨୨।୪: ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ଉପରେ ଆମେରିକା ନଜର ରଖିଛି। ହ୍ୱାଇଟ ହାଉସ ପ୍ରେସ ସେକ୍ରେଟାରୀ କାରୋଲାଇନ ଲିଭିଟ କହିଛନ୍ତି, “ରାଷ୍ଟ୍ରପତିଙ୍କୁ ଜାତୀୟ...

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

“ନିଷ୍ଠୁର ଅପରାଧ”: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ,୨୨।୪: ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୁଃଖଦ ପରିଣାମ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image