ପାରିବାରିକ କଳହରୁ ଜୀବନ ହାରିଲେ ଯୁବକ

ପାଟଣା,୩୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ଗାଲଫୁଲା ଗ୍ରାମର ଜଣେ ୩୫ ବର୍ଷୀୟ ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ରବିବାର ପୋଲିସ ଉଦ୍ଧାର କରିଛି।

ମୃତକ ଜଣକ ହେଉଛନ୍ତି ରାଧାକାନ୍ତ ନାଏକଙ୍କ ପୁଅ ସୁରେଶ। ମିଳିଥିବା ସୂଚନା ମୁତାବକ, ଶନିବାର ରାତିରେ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ସୁରେଶ କେଉଁଆଡେ ଚାଲିଯାଇଥିଲେ। ରବିବାର ସକାଳୁ ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ଏକ ଗଛରେ ସୁରେଶଙ୍କ ଝୁଲନ୍ତା ମୃତଦେହ ଦେଖି ପାଟଣା ପୋଲିସକୁ ଖବର ଦେଇଥିଲେ।

ଖବର ପାଇ ପାଟଣା ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରିଥିଲା। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ଥାନାରେ ଏକ ମାମଲା ରୁଜୁ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିପାହିଲେ ଘୋଷଯାତ୍ରା; ତିନି ରଥକୁ ବିଜେ ହେଲା ଆଜ୍ଞାମାଳ

ପୁରୀ, ୫।୭(ଅଜିତ୍‌ କୁମାର ମହାନ୍ତି): ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହେବ। ପଟି ଦିଆଁଙ୍କଠାରୁ...

କୁସୁମା ବଙ୍ଗଳା କାହାର: ବଢ଼ୁଛି ଚର୍ଚ୍ଚା, ସ୍ପଷ୍ଟୀକରଣ ରଖିଲେ…

ଯାଜପୁର,୬।୭: ଯାଜପୁର କୁସୁମାରେ ଥିବା ବିବାଦୀୟ ବଙ୍ଗଳାକୁ ନେଇ ଚର୍ଚ୍ଚା ବଢ଼ୁଥିବା ବେଳେ ଏଗୁଡିକ କାହାର ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।  ତେବେ ଶନିବାର...

ରତ୍ନ ଭଣ୍ଡାର ଖୋଲିବା ନେଇ ଜଗତଗୁରୁ  ଶଙ୍କରାଚାର୍ଯ୍ୟଙ୍କ ବିସ୍ଫୋରକ ବୟାନ: କହୁକହୁ କହିଦେଲେ…

ଭୁବନେଶ୍ୱର,୬।୭: ରତ୍ନ ଭଣ୍ଡାର ଖୋଲିବା ନେଇ ପୁରୀ ଶଙ୍କରାଚାର୍ଯ୍ୟ ଏକ ବଡ଼ ଏବଂ ବିସ୍ଫୋରକ ବୟାନ ଦେଇଛନ୍ତି। ଜଗତଗୁରୁ ଶଙ୍କରାଚାର୍ଯ୍ୟ କହିଛନ୍ତି,‘ସୁପ୍ରିମକୋର୍ଟଙ୍କ ଜଜମେଣ୍ଟ ଅଛି, ଯେ...

ଝାଡୁ ଧରି ବଡ଼ଦାଣ୍ଡ ସଫା କଲେ ଭାଜପା ଏମ୍‌ପି: କହିଲେ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗକୁ…

ପୁରୀ,୬।୭: ରବିବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ତିନି ରଥ ପ୍ରସ୍ତୁତ। ରଥଯାତ୍ରାକୁ ଦୃଷ୍ଟିରେ ରଖି ଶନିବାର ବଡଦାଣ୍ଡରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ଶରଧାବାଲି ସଫେଇ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ଝାଡୁ କରିବାର କାରଣ ବଖାଣିଲେ…

ପୁରୀ,୬।୭: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି।...

ଧକ୍କାଦେଲା ଆମ୍ବୁଲାନ୍ସ: ବାପାଙ୍କ ଆଗରେ ଚାଲିଗଲା ପୁଅ ଜୀବନ

ଝରିଗାଁ,୬।୭: ନବରଙ୍ଗପୁରର ଝରିଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୧୦୮ ଆମ୍ବୁଲାନ୍ସ ଧକ୍କାରେ ୮ ବର୍ଷର ପୁଅର ମୃତ୍ୟୁ ଘଟିଥିବାବେଳେ ବାପା ଗୁରୁତର ଆହତ ହୋଇଛନ୍ତି।...

ବାବା ବଳିଆଙ୍କ ସତର୍କବାଣୀ: ଏମିତି କାମ ନ କଲେ ପରିସ୍ଥିତି ହୋଇଯିବ ଅସମ୍ଭାଳ

ବଲାଙ୍ଗୀର,୬ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀରର ଏକ ହୋଟେଲ ରେ ଶୁକ୍ରବାର ଅନନ୍ତ ବଳିଆ ଟ୍ରଷ୍ଟ ପକ୍ଷରୁ ବାବା ବଳିଆ ଖବରଦାତା ସମ୍ମିଳନୀ ଡାକି ପରିବେଶ, ଗଣତନ୍ତ୍ର ଓ...

କର୍ମଚାରୀଙ୍କୁ ତାଗିଦ କଲେ ବିଧାୟକ, ଭତ୍ତା ପ୍ରଦାନରେ….

ଘଣ୍ଟାପଡ଼ା, ୬ା୭(ପ୍ରଭାତ କୁମାର ସାହୁ):ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନମଣ୍ଡଳୀର ନବ ନିର୍ବାଚିତ ବିଧାୟକ କହ୍ନେଇ ଚରଣ ଡାଙ୍ଗ ବୁଧବାର ପ୍ରଥମ କରି କଣ୍ଟାମାଳ ବ୍ଲକକୁ ପରିଦର୍ଶନରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri