ରଶି ଲଗାଇ ଜୀବନ ହାରିଲେ ଯୁବକ

କୋକସରା,୧୦।୮(ଦୁଷ୍ମନ୍ତ ପାଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଛଞ୍ଚାଣବାହାଲି ଗ୍ରାମରେ ଜଣେ ବ୍ୟକ୍ତି ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମସ୍ତକରାମ ହେର୍ଣ୍ଣା (୪୫)।

ପରିବାର ଲୋକଙ୍କଠାରୁ ଅଭିଯୋଗ ମିଳିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି। ମସ୍ତକରାମ କାହିଁକି ଆତ୍ମହତ୍ୟା କରିଛନ୍ତି ସେ ନେଇ କୌଣସି ସୂଚନା ମିଳିପାରି ନାହିଁ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କାରଣ ସ୍ପଷ୍ଟ ହେବ ବୋଲି ତଦନ୍ତକାରୀ ପୋଲିସ ଏସ୍‌ଆଇ ସୂଚନା ଦେଇଛନ୍ତି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୧୯/୨୩) ରୁଜୁ ହୋଇଛି।