ହୋଲିରେ ରକ୍ତ ରଞ୍ଜିତ ହେଲା ସମ୍ବଲପୁର: ଯୁବକଙ୍କୁ ଛୁରି ଭୁସି ହତ୍ୟା

ସମ୍ବଲପୁର,୧୫।୩(ପ୍ରମୋଦ ବହିଦାର): ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତ ରଞ୍ଜିତ ହୋଇଛି ସମ୍ବଲପୁର ସହର। ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀରେ ସାମାନ୍ୟ କଥାରେ ବଚସା ଘଟି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାହୁଲ ସିଂହ(୨୫) ନାମକ ଜଣେ ଯୁବକ ସାହୁ କଲୋନୀର ଆଦିତ୍ୟ ସାଲେମା(୧୮)ଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସାହୁଲଙ୍କୁ ଗିରଫ କରି ତନାଘନା ଆରମ୍ଭ କରିଛି। ପୋଲିସ ଅଭିଯୁକ୍ତଙ୍କ ନିକଟରୁ ହତ୍ୟାକାଣ୍ଡରେ ବ୍ୟବହୃତ ଛୁଟିକୁ ଜବତ କରିଛି। ପୋଲିସ ଆଦିତ୍ୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ମିଳିଥିବା ସୂଚନା ମୁତାବକ, ସମ୍ବଲପୁରରେ ହୋଲି ପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସେହିପରି ନିଜେ ଆରକ୍ଷୀ ଅଧିକ୍ଷକ ଓ ବରିଷ୍ଠ ପୋଲିସ ଅଧିକାରୀ ସହର ପରିକ୍ରମା କରି ସୁରକ୍ଷା ବ୍ୟବସ୍ଥା ତର୍ଜ୍ଜମା କରୁଥିଲେ। ଏପରିକି ଯେକୌଣସି ଅଘଟଣକୁ ରୋକିବା ପାଇଁ ଜିଲାର ସମସ୍ତ ଅଞ୍ଚଳର ଅଗ୍ନିଶମ ବାହିନୀ ସଜାଗ ରହିଥିଲା।

ସମଗ୍ର ସହରର ବିଭିନ୍ନ ସ୍ଥାନରେ ବେଶ ହର୍ଷ ଉଲ୍ଲାସ ତଥା ଶାନ୍ତି ଶୃଙ୍ଖଳାର ସହିତ ଶିଶୁରୁ ବୟସ୍କ ହୋଲି ଖେଳରେ ମଜ୍ଜି ରହିଥିଲେ। ସବୁ ଠିକ୍‌ଠାକ ଚାଲିଥିଲା। ହଠାତ ଅପରାହ୍ନ ପ୍ରାୟ ୩ଟାରେ ଟାଉନଥାନା ଅନ୍ତର୍ଗତ ସାହୁ କଲୋନୀରେ ସାମାନ୍ୟ କଥାକୁ ନେଇ ସାହୁଲ ଏବଂ ଆଦିତ୍ୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସାହୁଲ ଧରିଥିବା ଏକ ଛୁରିରେ ଆଦିତ୍ୟଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ଆଦିତ୍ୟଙ୍କ ପିଠିରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପି ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ ଗଲେ ୨

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଗଡ଼ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମ୍‌ପି ପ୍ରତିନିଧି କେ.ହରିବନ୍ଧୁ ରେଡ୍ଡୀଙ୍କୁ ତାଙ୍କ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ...

ଶିଶୁ ଯୌନ ନିର୍ଯାତନା ମାମଲା: ୩ ଅଭିଯୁକ୍ତଙ୍କୁ ୨୦ବର୍ଷ, ଜଣଙ୍କୁ ୩ ବର୍ଷ ଜେଲ

ଛତ୍ରପୁର,୧୬ା୩ (ସନ୍ତୋଷ ପାଢ଼ୀ ): ଗଞ୍ଜାମ ପୋଲିସ ଜ଼ିଲାରେ ଘଟିଥିବା ୪ଟି ଶିଶୁ ଯୌନ ନିର୍ଯାତନା ମାମଲାର ଅଭିଯୁକ୍ତମାନେ ଦୋଷୀ ସାବ୍ୟସ୍ତ ହେଇଛନ୍ତି। ସେମାନଙ୍କୁ ଦଣ୍ଡାଦେଶ...

ପୁଞ୍ଜିପତିଙ୍କୁ ସୁହାଉଛି କୃଷି ନୀତି, ଋଣଗ୍ରସ୍ତ ହୋଇ ଚାଷୀ ଆପଣାଉଛନ୍ତି…

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସାୟଂ ଖେଳ ପଡ଼ିଆରେ ସୋମବାର ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ...

ଯୁବତୀଙ୍କୁ ପ୍ରେମ ନିବେଦନ କରିଥିଲେ ଯୁବକ, ଅସ୍ବୀକାର କରିବାରୁ ଭାଇରାଲ କରିଦେଲେ ଫଟୋ

ରାଉରକେଲା,୧୬।୩(ସଙ୍ଗୀତା ଜେନା): ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଯୁବତୀ ଜଣଙ୍କ ଥାନାର ଦ୍ୱାରସ୍ଥ ହୋଇଛନ୍ତି।...

ମଇଁଷି ଚୋରି ଅଭିଯୁକ୍ତ କୋର୍ଟ ଚାଲାଣ

ଲାଞ୍ଜିଗଡ଼, ୧୬ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଜଗନ୍ନାଥପୁର ପଞ୍ଚାୟତ ଅନ୍ତର୍ଗତ ବଳଭଦ୍ର ଗ୍ରାମରୁ ବୁଧବାର ରାତିରେ ଦୁଇଗୋଟି ମଇଁଷି ଚୋରି ଅଭିଯୋଗରେ...

ଚକୋଲେଟ୍‌ ଦେଇ ଶିଶୁକୁ କରିନେଲେ ଅପହରଣ

ବଡ଼ମ୍ବା,୧୬ା୩(ମାୟାଧର ମଲ୍ଲିକ): ଚକୋଲେଟ ଦେଇ ଶିଶୁ ଅପହରଣ କରାଯାଇଥିବା ଘଟଣାକୁ ନେଇ ବଡ଼ମ୍ବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅବଶ୍ୟ ଅପହରଣ ଶିଶୁଟି ରବିବାର ବଡ଼ମ୍ବା...

୬୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୬ା୩(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ଭଦ୍ରାଦ୍ରି କତାଗୁଡେମ ଜିଲା ପୋଲିସ ନିକଟରେ ଛତିଶଗଡ ବିଜାପୁର ଓ ସୁକ୍‌ମାର ୬୪ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସୁକ୍‌ମା ଓ...

ବୌଦ୍ଧ ଦେଶର ଉତ୍ତପ୍ତ ସହର: ୪୩.୬ ଡିଗ୍ରୀ ସହ ତାତିରେ ସିଝିଲେ ଲୋକେ

ଭୁବନେଶ୍ୱର, ୧୬ା୩: ଆଜି ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହିତ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image