ଦାୟିତ୍ୱ ସମ୍ଭାଳିବା ପରେ ଭାରତ ଉପରେ ରାଗିଗଲେ ୟୁନୁସ ସରକାର! ଫେରାଇନେଲେ ରାଷ୍ଟ୍ରଦୂତ

ଢାକା,୧୬।୮: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ଏହି ବିବାଦ ଭିତରେ ଶେଖ ହାସିନା ବାଂଲାଦେଶ ଛାଡି ଭାରତରେ ଶରଣ ନେଇଛନ୍ତି। ଏପରି ସ୍ଥିତିରେ ପରବର୍ତ୍ତୀ ନିର୍ବାଚନ ପର୍ଯ୍ୟନ୍ତ ବାଂଲାର ଦାୟିତ୍ୱ ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସଙ୍କ ହାତରେ ଅଛି। ଅର୍ଥନୈତିକ ଏବଂ ରାଜନୈତିକ କ୍ଷେତ୍ରରେ ଅଶାନ୍ତିର ସମ୍ମୁଖୀନ ହେଉଥିବା ବାଂଲାଦେଶ ଏବେ ବଡ଼ ପଦକ୍ଷେପ ନେଇଛି। ୟୁନୁସ ସରକାର ଏବେ ଅନ୍ୟ ଦେଶରୁ ନିଜର ରାଷ୍ଟଦୂତଙ୍କ ସହ ଯୋଗାଯୋଗ କରିଛନ୍ତି। ଏହାକୁ ନେଇ ୟୁନୁସ ସରକାର କିଛି ବଡ଼ ପଦକ୍ଷେପ ନେଇ ପାରନ୍ତି ବୋଲି କୁହାଯାଉଛି।

ବାଂଲାଦେଶର ନୂଆ ସରକାର ଆମେରିକା, ମାଳଦ୍ୱୀପ, ସଂଯୁକ୍ତ ଆରବ ଏମିରେଟ୍ସ, ଋଷିଆ, ସାଉଦି ଆରବ, ଜାପାନ ଏବଂ ଜର୍ମାନୀରେ ନିଯୁକ୍ତ ହୋଇଥିବା ରାଷ୍ଟ୍ରଦୂତମାନଙ୍କୁ ସ୍ବଦେଶ ଫେରି ଆସିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ଏହି ରାଷ୍ଟ୍ରଦୂତଙ୍କୁ ଶେଖ ହାସିନାଙ୍କ କାର୍ଯ୍ୟକାଳ ମଧ୍ୟରେ ନିଯୁକ୍ତ କରାଯାଇଥିଲା।

ବାଂଲାଦେଶ ୭ଟି ଦେଶରୁ ନିଜର ରାଷ୍ଟ୍ରଦୂତମାନଙ୍କୁ ଫେରି ଆସିବାକୁ ନିର୍ଦ୍ଦେଶ ଦେଇଛି। କାରଣ ସେମାନେ ଚୁକ୍ତିଭିତ୍ତିକ ଭାବରେ ନିଯୁକ୍ତି ପାଇଥିଲେ। ଭାରତରେ ବାଂଲାଦେଶର ହାଇ କମିଶନରେ ନିଯୁକ୍ତ ପ୍ରେସ ଅଫିସରଙ୍କୁ ମଧ୍ୟ ଫେରି ଆସିବାକୁ କୁହାଯାଇଛି। ସେ ମଧ୍ୟ ଚୁକ୍ତିରେ ଥିଲେ। ବାଂଲାଦେଶ ସହ ଜଡିତ ବିଶେଷଜ୍ଞମାନେ ସୂଚନା ଦେଇଛନ୍ତି ଯେ ଯେଉଁ ରାଷ୍ଟ୍ରଦୂତମାନଙ୍କୁ ଡକାଯାଇଛି ସେମାନେ କୂଟନୀତିଜ୍ଞ କିନ୍ତୁ ଚୁକ୍ତିରେ ଅଛନ୍ତି।

ଭାରତରେ ଥିବା ବାଂଲାଦେଶର ହାଇ କମିଶନର ବର୍ତ୍ତମାନ ବାଂଲାଦେଶର ବୈଦେଶିକ ସେବାରେ ଅଛନ୍ତି ଏବଂ ସେ ପୁଣି ଫେରିବେ ବୋଲି କୌଣସି ଖବର ନାହିଁ। ଆଗାମୀ ସମୟରେ ବାଂଲାଦେଶର ନୂଆ ସରକାର ଅନ୍ୟ ଦେଶରେ ନିଯୁକ୍ତ ରାଷ୍ଟ୍ରଦୂତ ତଥା ଉଚ୍ଚ କମିଶନରଙ୍କୁ ମଧ୍ୟ ଡାକିବେ। କାରଣ ଏବେର ମଧ୍ୟବର୍ତ୍ତୀକାଳୀନ ସରକାର ଅଧିକାଂଶ ଶକ୍ତିଶାଳୀ ଦେଶରେ ସେହି ରାଷ୍ଟ୍ରଦୂତଙ୍କୁ ନିଯୁକ୍ତ ଦେବେ ଯେଉଁମାନେ ବିଶେଷ ଭାବରେ ପୂର୍ବ ଆୱାମି ଲିଗ ସହିତ ଘନିଷ୍ଠ ସମ୍ପର୍କ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ମୋ ହାତ, ଅଣ୍ଟାକୁ ଛୁଇଁଥିଲେ ଡୋନାଲ୍ଡ ଟ୍ରମ୍ପ: ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ ମଡେଲ୍‌

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମାତ୍ର ୧୦ ଦିନ ବାକି ଅଛି। ଭାରତୀୟ ମୂଳର କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri