Categories: ଜାତୀୟ

ଦ୍ରୌପଦୀଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ,୨୨।୬: ଜେଡ୍‌ ପ୍ଲସ୍‌ ସୁରକ୍ଷାରେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଏନ୍‌ଡିଏ ପକ୍ଷରୁ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ଏହି ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯାଇଛି । ୧୦ରୁ ଅଧିକ ଏନ୍‌ଏସ୍‌ଜି ସହ ସିଆର୍‌ପିଏଫ୍‌ କମାଣ୍ଡୋ ସୁରକ୍ଷା ଦାୟିତ୍ୱରେ ଅଛନ୍ତି। ଏମାନେ ରାଇରଙ୍ଗପୁରରୁ ଭୁବନେଶ୍ୱର ଓ ପରେ ଦିଲ୍ଲୀ ଯାଏ ସୁରକ୍ଷା ଯୋଗାଇବେ। ସେହିପରି ୫ଟି ବୁଲେଟପୁଫ୍‌ କାର୍‌ ମଧ୍ୟ ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ କରାଯିବ।
ମଙ୍ଗଳବାର ଏନ୍‌ଡିଏ ତରଫରୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ହେବା ପରେ ଆଜି ସକାଳୁ ଦ୍ରୌପଦୀ ମୁର୍ମୁ ରାଇରଙ୍ଗପୁର ଜଗନ୍ନାଥ ମନ୍ଦିର, ଶିବମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ । ପ୍ରଥମେ ସେ ପୂର୍ଣ୍ଣନ୍ଦେଶ୍ୱର ଶିବମନ୍ଦିର ଏବଂ ପରେ ହନୁମାନ ମନ୍ଦିର, ଜଗନ୍ନାଥ ମନ୍ଦିର ଯାଇ ଦର୍ଶନ କରିଥିଲେ ।

Share