Posted inରାଜ୍ୟ

ଚାଲିଲାନି ପଶ୍ଚିମବଙ୍ଗର ମନମାନୀ, ଓଡ଼ିଶା ଫେରୁଛି ‘ଜିନତ’

ଭୁବନେଶ୍ୱର,୩୧ା୧୨: ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ଫେରୁଛି ବାଘୁଣୀ ‘ଜିନତ’ । ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଅଣାଯାଉଛି। ମଧ୍ୟରାତ୍ରି ସୁଦ୍ଧା ‘ଜିନତ’ ଶିମିଳିପାଳ ପହଞ୍ଚିବା ଆଶା କରାଯାଉଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (NTCA) ର ହସ୍ତକ୍ଷେପ ପରେ ପଶ୍ଚିମବଙ୍ଗ ଜଙ୍ଗଲ ବିଭାଗ ଦ୍ୱାରା ବାଘୁଣୀ ଜିନ ଓଡିଶାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ସ୍ଥାନାନ୍ତର କରାଯାଇଛି।

ସରକାରୀ ସୂତ୍ରରୁ ପ୍ରକାଶ ଯେ ଏକ ସ୍ୱତନ୍ତ୍ର ଗାଡିରେ ପଡୋଶୀ ରାଜ୍ୟର ଏକ ଟିମ୍ ‘ଜିନତ’କୁ ଆଲିପୁର ପ୍ରାଣୀ ଉଦ୍ୟାନରୁ ସିମିଳିପାଳକୁ ସ୍ଥାନାନ୍ତର କରୁଛନ୍ତି। ତିନି ବର୍ଷର ବାଘୁଣୀ ମଧ୍ୟରାତ୍ରି ସୁଦ୍ଧା ଶିମିଳିପାଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏଠାରେ ପହଞ୍ଚିବା ପରେ ଜିନତ’ ଶିମିଳିପାଳ ଦକ୍ଷିଣ ବିଭାଗ ଅଧୀନରେ ଏନକ୍ଲୋଜରରେ ରଖାଯିବ।

ଗତକାଲି ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଅଧୀନରେ ଥିବା NTCA ପଶ୍ଚିମବଙ୍ଗର ମୁଖ୍ୟ ବନ୍ୟପ୍ରାଣୀ ୱାର୍ଡେନଙ୍କୁ ଟାଇଗର ସଂରକ୍ଷଣ ପ୍ରାଧିକରଣର SOP ର ପ୍ରକ୍ରିୟା ପରେ ଶୀଘ୍ର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ସ୍ଥାନାନ୍ତର କରିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri