ଅଙ୍ଗନୱାଡି ସୁପରଭାଇଜର ନେଉଥିଲେ ଲାଞ୍ଚ: ମାଡ଼ିବସିଲା ଭିଜିଲାନ୍ସ

ଫୁଲବାଣୀ/ଗୋଚ୍ଛାପଡା/ଫିରିଙ୍ଗିଆ,୧୬ା୮(ରାକେଶ କୁମାର ରାଉତ/ରୋହିତ କହଁର/ବିମଳ ଦିଗାଲ): ମିନି ଅଙ୍ଗନୱାଡିକୁ ଅଙ୍ଗନୱାଡି କେନ୍ଦ୍ରରେ ପରିଣତ କରାଇବା ପାଇଁ ଲାଞ୍ଚ ନେବା ବେଳେ ଶୁକ୍ରବାର ଜଣେ ଅଙ୍ଗନୱାଡି ସୁପରଭାଇଜରଙ୍କୁ ଫୁଲବାଣୀ ଭିଜିଲାନ୍ସ ବିଭାଗ ଅଧିକାରୀ ଧରିଛନ୍ତି। ସେ ହେଲେ ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ସର୍କଲର ଶୈଳବାଳା ସାହୁ । ତାଙ୍କଠାରୁ ୫ ହଜାର ଟଙ୍କା ଜବତ କରାଯାଇଛି ।

ସୁପରଭାଇଜର ଶୈଳବାଳାଙ୍କ ଅଧୀନରେ ସଲାଗୁଡା, ଗୋଚ୍ଛାପଡା ଏବଂ ପଲାବ୍ରୁଡି ପଞ୍ଚାୟତର ଅଙ୍ଗନୱାଡି କେନ୍ଦ୍ର ରହିଛି। ଯେତେ ମିନି କେନ୍ଦ୍ର ରହିଛି ତାହାକୁ ମୁଖ୍ୟ କେନ୍ଦ୍ର କରିଦେବାକୁ ମିଛରେ କହି ମିନି ଅଙ୍ଗନୱାଡି କେନ୍ଦ୍ର କର୍ମୀଙ୍କଠାରୁ ସେ ଅର୍ଥ ଆଦାୟ କରୁଥିଲେ। ସଲାଗୁଡା ପଞ୍ଚାୟତ ମୁର୍ଜା ମିନି ଅଙ୍ଗନୱାଡି କେନ୍ଦ୍ର କିଛି ଦିନ ହେବ ଅପଗ୍ରେଡ ହୋଇ ଅଙ୍ଗନୱାଡି କେନ୍ଦ୍ରରେ ପରିଣତ ହୋଇଛି। ଏହାକୁ ସେ ଦେଇଛନ୍ତି କହି ସୁପରଭାଇଜର ଅଙ୍ଗନୱାଡି କର୍ମୀ ପ୍ରେମଶୀଳା କହଁରଙ୍କୁ ୧୦ ହଜାର ଟଙ୍କା ମାଗିଥିଲେ। ପ୍ରଥମ ପର୍ଯ୍ୟାୟରେ ୫ ହଜାର ଟଙ୍କା ନେଇଥିଲେ। ବାକି ଟଙ୍କା ଦେବା ପାଇଁ ବାରମ୍ବାର ଚାପ ପ୍ରୟୋଗ କରୁଥିଲେ। ଏଥିରେ ଅତିଷ୍ଠ ହୋଇ ପ୍ରେମଶୀଳା ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ।

ଯୋଜନା ମୁତାବକ ଶୁକ୍ରବାର ଫିରିଙ୍ଗିଆ ସମ୍ବନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟରେ ସୁପରଭାଇଜର ଶୈଳବାଳାଙ୍କୁ ପ୍ରେମଶୀଳା ୫୦୦୦ ଟଙ୍କା ଦେଇଥିଲେ। ସେଠାରେ ପ୍ରସ୍ତୁତ ଥିବା ଭିଜିଲାନ୍ସ କର୍ମଚାରୀ ଟଙ୍କା ଜବତ କରିବା ସହ ସୁପରଭାଇଜର ଶୈଳବାଳାଙ୍କୁ ଗିରଫ କରିଥିଲେ। ଏପରିକି ସୁପରଭାଇଜରଙ୍କ ଅଫିସ ସମେତ ଭଡା ଘରେ ମଧ୍ୟ ଯାଞ୍ଚ କରାଯାଉଛି ବୋଲି ଫୁଲବାଣୀ ଭିଜିଲାନ୍ସ ଡିଏସ୍‌ପି ହେମନ୍ତ କୁମାର ମହାନ୍ତି ସୂଚନା ଦେଇଛନ୍ତି। ଏ ନେଇ ଏକ ମାମଲା(ନଂ.୧୨/୨୪) ମାମଲା ରୁଜୁ ହୋଇଛି ା ଚଢ଼ାଉରେ ଏଏସ୍‌ଆଇ ମନୋଜ କୁମାର ନାୟକଙ୍କ ସମେତ ଅନ୍ୟମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୁକ୍ତଙ୍କୁ ଶଗଡ଼ରେ ବାନ୍ଧି ଉଲଗ୍ନ ପରେଡ୍‌ କରାଇଲେ

ବାହରିଚ୍‌,୧୮।୪: ଉତ୍ତରପ୍ରଦେଶର ବାହରିଚ୍‌ ଜିଲାର ବିଶ୍ୱେଶ୍ୱରଗଞ୍ଜ ଅଞ୍ଚଳରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଶଗଡ଼ରେ ବାନ୍ଧି ମାଡ଼ ମାରିବା ସହ ଉଲଗ୍ନ ପରେଡ୍‌ କରାଇଥିବା...

TVS ଆଣିଲା ସୁଲଭ ସ୍ପୋଟ୍ସ ବାଇକ୍‌, ଫଚ୍ୟୁନରଠାରୁ ଅଧିକ ରହିଛି ସ୍ପିଡ୍‌

ନୂଆଦିଲ୍ଲୀ,୧୮।୪: ଟିଭିଏସ୍‌ ମୋଟର କମ୍ପାନୀ ଅପଡେଟେଡ୍‌ ୨୦୨୫ ଆପାଚି ଆର୍‌ଆର୍‌ ୩୧୦ ଲଞ୍ଚ କରିଛି। ଟିଭିଏସ୍‌ ମୋଟରର ଏହି ବାଇକର ଅନେକ ବୈଶିଷ୍ଟ୍ୟ ରହିଛି। ଏହା...

‘ପଶ୍ଚିମବଙ୍ଗକୁ ଆଉ ଏକ ପାକିସ୍ତାନ କରିବାର ଷଡ଼ଯନ୍ତ୍ର…’

କୋଲକାତା,୧୮।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ତପସ୍ବୀ ଚଭନୀ ପୀଠାଧୀଶ୍ୱର ଜଗତଗୁରୁ ପରମହଂସ ଆଚାର୍ଯ୍ୟ ବଡ଼ ଅଭିଯୋଗ ଆଣିଛନ୍ତି। ସେ ପଶ୍ଚିମବଙ୍ଗକୁ ‘ଆଉ ଏକ...

ସତ ହେବ କି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ? ୟୁରୋପର ୪୪ ଦେଶରେ ମୁସଲମାନ ଶାସନ!

ନୂଆଦିଲ୍ଲୀ,୧୮।୪: ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ୨୦୪୩ ସୁଦ୍ଧା ମୁସଲିମ ସମ୍ପ୍ରଦାୟ ୟୁରୋପରେ ମହାନ ରାଜନୈତିକ ଶକ୍ତି ହାସଲ କରିବେ। ୨୦୨୫ରୁ ୟୁରୋପରେ ଏକ ବଡ଼...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ...

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା

ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ...

ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି...

ବୁଲାଣି ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଛିଟିକି ପଡ଼ି…

ମୋହନା,୧୮।୪ ( ମନ୍ମଥ ମିଶ୍ର ): ଗଞ୍ଜାମ ଜିଲା ମୋହନା ସ୍ଥିତ ଲାଦୃମା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଶୁକ୍ରବାର ରାତି ୯ଟାରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image