Posted inଗଜପତି

ଅଧାପନ୍ତରିଆ ପଡ଼ିଛି ସହରର ରାସ୍ତା ନିର୍ମାଣ

ପାରଳାଖେମୁଣ୍ଡି,୫।୫(ଡି.ଏନ୍‌.ଏ): ଗଜପତି ଜିଲା ସଦର ମହକୁମାଠାରେ ବର୍ଷ ବର୍ଷ ଧରି ସହରର ରାସ୍ତା ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଭାବରେ ପଡ଼ିରହିଛି। ସମ୍ପୂର୍ଣ୍ଣ ନ ହେଉଣୁ କେଉଁଠି ଭାଙ୍ଗି ଭୁଶୁଡ଼ି ଯାଉଛି ତ କେଉଁଠି ଆବର୍ଜନାରେ ପୋତି ହେଲାଣି ଉଭୟ ପାଶର୍‌ବରେ ନିର୍ମାଣାଧୀନ ଡ୍ରେନ୍‌। ଅନେକ ସ୍ଥାନରେ ଯାତ୍ରୀଙ୍କ ମରଣଯନ୍ତା ପାଲଟିଛି ମୁକୁଳା ଡ୍ରେନ। ଖୋଦ ଜିଲା ପ୍ରଶାସନର ନାକ ତଳେ ଚାଲିଥିବା ରାସ୍ତା ନିର୍ମାଣ କାର୍ଯ୍ୟର ମଧ୍ୟ ସମାନ ସ୍ଥିତି। ପାରଳାଖେମୁଣ୍ଡି ସହରର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦୧୮ ଆର୍ଥିକ ବର୍ଷରେ ସହରର ଦୁଇ ପ୍ରମୁଖ ରାସ୍ତା, ଫରେଷ୍ଟ ଛକଠାରୁ ଗୁମାଗଡା ପର୍ଯ୍ୟନ୍ତ ୪.୭୫ କିମି ଓ ମେଡିକାଲ ଛକଠାରୁ ପୁରୁଣା କୋର୍ଟ ଛକ ପର୍ଯ୍ୟନ୍ତ ୩.୭୫ କିମି, ରାସ୍ତା ପ୍ରଶସ୍ତୀକରଣ ସହ ଡ୍ରେନ ନିର୍ମାଣ ନିମନ୍ତେ ୧୪ କୋଟି ୬୫ ଲକ୍ଷ ଓ ୧୧ କୋଟି ୬ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ। ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏବେ ବି ଅସମ୍ପୂର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ରାସ୍ତା ଅସନ୍ତୁଳିତ ଥିବା ବେଳେ ହୋଇପାରିନାହିଁ ପ୍ରଶସ୍ତୀକରଣ। ନିମ୍ନମାନର କାମ ଯୋଗୁ ବିଭିନ୍ନ ସ୍ଥାନରେ ଡ୍ରେନ୍‌ର ଉପର ପ୍ଲେଟ ଭାଙ୍ଗିଯିବା ସହ ମୁକୁଳା ଡ୍ରେନ୍‌ ଯାତାୟାତରେ ବିପଦ ସୃଷ୍ଟି କରିଛି। ଯାହାକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏସବୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ଦେଖି ସହରର କିଛି ପରିବର୍ତ୍ତନ ହେବା ଆଶା ବାନ୍ଧିଥିଲେ ସହରବାସୀ। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଅହେତୁକ ଅବହେଳା ଯୋଗୁ ବର୍ଷ ବର୍ଷ ଧରି ନିର୍ମାଣ କାର୍ଯ୍ୟ ସରୁନାହିଁ । ଏ ନେଇ ପୌର ପରିଷଦ ଚିନ୍ତାବ୍ୟକ୍ତ କରିଥିବା ବେଳେ ଠିକା ସଂସ୍ଥାଠାରୁ କ୍ଷତି ଭରଣା କରିବା ସହ ପୁନର୍ବାର ଟେଣ୍ଡର କରି ଶୀଘ୍ର ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରାଯିବ ଏବଂ କିଛି ସ୍ଥାନରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟାଇବା ନେଇ ସମ୍ପୃକ୍ତ ଅଧିକାରୀଙ୍କ ସହ ଆଲୋଚନା କରି ଆସନ୍ତା ମାର୍ଚ୍ଚ ୨୦୨୩ ସୁଦ୍ଧା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବ ବୋଲି ପୂର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ସୁଭଦ୍ରା ଯୋଜନାର ଲାଭ ଉଠାଇବାକୁ ସୁନା ବନ୍ଧକ ରଖି ମୋବାଇଲ କିଣିଲେ

ପାରଳାଖେମୁଣ୍ଡି,୧୩ା୯(ଗିରିଧାରୀ ପରିଛା): ଗଜପତି ଜିଲା ଆର. ଉଦୟଗିରି ବ୍ଲକରେ ‘ସୁଭଦ୍ରା’ ଯୋଜନା ପାଇଁ ଜଣେ ହିତାଧିକାରୀ ନିଜ ସୁନା ବନ୍ଧକ ରଖି ମୋବାଇଲ କିଣିବା ପରି...

ଗଜପତିରେ ରେକର୍ଡ ଭାଙ୍ଗୁଛି ବର୍ଷା

ପାରଳାଖେମୁଣ୍ଡି,୧ା୯(ଗିରିଧାରୀ ପରିଛା): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ରବିବାର ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି।...

ଆଜି ଏସବୁ ଜିଲାରେ ସ୍କୁଲ ଛୁଟି

କୋରାପୁଟ,୩୦।୮: ଆଜି କୋରାପୁଟ ଜିଲାରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଜିଲାପାଳ ସମସ୍ତ ସ୍କୁଲ ସମେତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ...

ବନ୍ଧରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ପାରଳାଖେମୁଣ୍ଡି,୧୮।୮(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ରାଜୁଗୁରୁ ସାହି ନିକଟ ସଦରା ବନ୍ଧରେ ବୁଡି ରବିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ...

ଗୋ ଚାଲାଣ ରୋକିଲେ ମନ୍ତ୍ରୀ ବିଭୁତି ଭୂଷଣ ଜେନା

ଗଜପତି,୧୫।୮: ଗୋ ଚାଲାଣ ରୋକିଲେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା। ଗୁରୁବାର ଗଜପତି ଜିଲା ସ୍ଥରୀୟ ସ୍ୱାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ରେ ଯୋଗଦେଇ...

ରାସ୍ତାରେ ଚଲାଇ ଚଲାଇ ଗୋରୁ ନେଉଥିଲେ ଚାଲାଣକାରୀ: ଦେଖି ଅଟକି ଗଲେ ମନ୍ତ୍ରୀ, ଗାଡ଼ିରୁ ଓହ୍ଲାଇ…

ଗଜପତି,୧୫।୮: ଗୋ ଚାଲାଣ ରୋକିଲେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା। ଗୁରୁବାର ଗଜପତି ଜିଲାସ୍ଥରୀୟ ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ମୋହନା...

ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା

ଗଜପତି,୭ା୮(ଗିରିଧାରୀ ପରିଚ୍ଛା): ପାହାଡ଼ ଉପରେ ଥିବା କୁଡ଼ିଆରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଜପତି ଜିଲା ଆର୍‌ ଉଦୟଗିରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri