ଅନିୟମିତତାରେ ଚାଲିଛି ସର୍ବଶିକ୍ଷା ଅଭିଯାନ କାର୍ଯ୍ୟାଳୟ : ୧୧ଟାରେ ଅଫିସ ଖାଲି

ଦେବଗଡ଼, ୧୯।୧୦(ଡି.ଏନ୍‌.ଏ.)ସରକାର ଯେଉଁ ଲକ୍ଷ୍ୟ ଉଦ୍ଦେଶ୍ୟ ନେଇ ସର୍ବଶିକ୍ଷା ଅଭିଯାନ ଆରମ୍ଭ କରିଛନ୍ତି, ତାହା ବର୍ତ୍ତମାନ ବାଟବଣା ସଦୃଶ ହୋଇଛି। ଦେବଗଡ ଜିଲାରେ ଅନିୟମିତତାରେ ଚାଲିଥିବା ସର୍ବଶିକ୍ଷା ଅଭିଯାନରୁ ଏହା ପ୍ରମାଣିତ ହୋଇଛି। ଜିଲାର ପୁରୁଣାଗଡସ୍ଥିତ ସର୍ବଶିକ୍ଷା ଅଭିଯାନର ଜିଲା ପ୍ରକଳ୍ପ ସଂଯୋଜକ (ଡିପିସି)ଙ୍କ କାର୍ଯ୍ୟାଳୟରେ କର୍ମଚାରୀମାନେ ଇଚ୍ଛା ଅନୁସାରେ କାର୍ଯ୍ୟ କରୁଥିବାରୁ ଯୋଜନା କିଭଳି ଚାଲିଥିବ ଜଣାପଡ଼ୁଛି। ଏଠାରେ ମନଇଚ୍ଛାରେ ଅଫିସ ଚାଲିଛି। କେତେଜଣ କର୍ମଚାରୀଙ୍କୁ ଛାଡିଦେଲେ ଅନ୍ୟମାନେ ସରକାରଙ୍କ ସମୟ ସାରଣୀ ମାନନାହାନ୍ତି। ନିର୍ଦ୍ଧାରିତ ସମୟରେ ଅଫିସ ଆସୁନାହାନ୍ତି। କିଏ କେତେବେଳେ ଆସୁଛନ୍ତି, କିଏ କେତେବେଳେ ଯାଉଛନ୍ତି ତାର କିଛି ଠିକଣା ନାହିଁ।
ଖବର ନେବାରେ ଜଣାଯାଏ ଯେ, ଉକ୍ତ କାର୍ଯ୍ୟାଳୟରେ ୧୭ଜଣ କର୍ମଚାରୀଙ୍କ ମଧ୍ୟରୁ ୩ ଜଣ ଫିଲ୍ଡ କର୍ମଚାରୀ। ଡିପିସି ପଦବୀ ଖାଲି ପଡ଼ିଛି। ଜିଲା ଶିକ୍ଷା ଅଧିକାରୀ (ଡିଇଓ) ପ୍ରଦୋଷ ନାୟକ ଡିପିସି କାର୍ଯ୍ୟାଳୟର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି। ସେ ଦୁଇଟା କାର୍ଯ୍ୟାଳୟ ଦାୟିତ୍ୱରେ ଥିବାରୁ ଠିକ୍‌ ଭାବେ ସମୟ ଦେଇପାରୁ ନାହାନ୍ତି। ତେଣୁ ଡିପିସି କାର୍ଯ୍ୟାଳୟ ଅଧିକାରୀ ଶୂନ୍ୟ ଭାବେ ଚାଲିଛି। ତେଣୁ ଅନ୍ୟ କର୍ମଚାରୀମାନେ କାହାକୁ ଭୟ ନ ଥିବାରୁ ଇଚ୍ଛା ଅନୁସାରେ ଆସୁଛନ୍ତି। ଏଠାରେ ବାୟୋମେଟ୍ରିକ୍ସ୍‌ (କମ୍ପ୍ୟୁଟର ଉପସ୍ଥାନ)ଥାଇ ମଧ୍ୟ ତାହାକୁ ଖରାପ କରିଦିଆଯାଇଥିବା ଅଭିଯୋଗ ହେଉଛି। କେଉଁ କର୍ମଚାରୀ ଆସୁଛନ୍ତି ଦିନ ୧୧ଟାରେ ତ ଆଉ କିଏ ଆସୁଛନ୍ତି ୧୨ଟାରେ। କେହି କେହି ୩ ରୁ ୪ ଦିନରେ ଥରେ କାର୍ଯ୍ୟାଳୟ ଆସି ଉପସ୍ଥାନ ଖାତାରେ ସବୁଦିନର ଦସ୍ତଖତ କରୁଥିବା ଜଣାପଡୁଛି। ଆମ ଖବରଦାତା ଡିପିସି କାର୍ଯ୍ୟାଳୟକୁ ପୂର୍ବାହ୍ନ ୧୧ଟାରେ ଯାଇଥିବାବେଳେ କାର୍ଯ୍ୟାଳୟର କେତେକ ପ୍ରକୋଷ୍ଠରେ ବିଭିନ୍ନ ସିଟ୍‌ ଖାଲିପଡ଼ିଥିଲା। ଅଧିକାଂଶ କର୍ମଚାରୀ ଆସି ନ ଥିବା ଜାଣିବାକୁ ପାଇଥିଲେ। କେତେକ ପ୍ରକୋଷ୍ଠର ତାଲା ମଧ୍ୟ ଖୋଲାଯାଇ ନ ଥିଲା। ଉପସ୍ଥାନ ଖାତାରେ କର୍ମଚାରୀଙ୍କ ଦସ୍ତଖତ ମଧ୍ୟ ନ ଥିଲା। ଯଦି ଡିପିସି କାର୍ଯ୍ୟାଳୟର କର୍ମଚାରୀ ନିୟମିତ କାର୍ଯ୍ୟାଳୟ ଆସୁ ନାହାନ୍ତି, ତେବେ ଜିଲାରେ ଶିକ୍ଷା ବ୍ୟବସ୍ଥା କିଭଳି ଚାଲିଛି, ଶିକ୍ଷୟିତ୍ରୀଶିକ୍ଷକ କେମିତି ବିଦ୍ୟାଳୟକୁ ଆସୁଥିବେ ତାହା ଜଣାପଡ଼ୁଛି।
ଏହି କାର୍ଯ୍ୟାଳୟର ପ୍ରୋଗ୍ରାମ ଆସିଷ୍ଟାଣ୍ଟ ଶଶାଙ୍କ ଶେଖର ଚୌଧୁରୀ ଠିକ୍‌ ସମୟରେ କାର୍ଯ୍ୟାଳୟ ଆସୁ ନ ଥିବା ଓ ଛାତ୍ରୀଛାତ୍ରଙ୍କୁ ଯୋଗାଣ ହେଉଥିବା ପୋଷାକ ବ୍ୟବସାୟରେ ଲିପ୍ତ ରହି ମାଲାମାଲ ହେଉଥିବା ଅଭିଯୋଗ ହୋଇଛି। ଡିପିସି କାର୍ଯ୍ୟାଳୟରେ ପ୍ରୋଗ୍ରାମ ଆସିଷ୍ଟାଣ୍ଟ ଥିବାରୁ ବିଭିନ୍ନ ସ୍କୁଲକୁ ଡ଼ରାଇ ଏଭଳି କାମ କରୁଥିବା କୁହାଯାଉଛି। ଏ ସମ୍ପର୍କରେ ପ୍ରୋଗ୍ରାମ ଆସିଷ୍ଟାଣ୍ଟ ଚୌଧୁରୀଙ୍କୁ ପଚାରିବାରୁ ସେ କହନ୍ତି, ମୋ ନାମରେ ହୋଇଥିବା ଅଭିଯୋଗ ମିଛ। ମୁଁ କାର୍ଯ୍ୟାଳୟକୁ ଠିକ୍‌ ସମୟରେ ଆସୁଛି। ପୋଷାକ କାରବାର ମୁଁ କରୁ ନାହିଁ। ମୋ ବାପାଙ୍କର ରିଆମାଳରେ କପଡା ଦୋକାନ ଅଛି। ସେ ଛାତ୍ରୀଛାତ୍ରଙ୍କୁ ପୋଷାକ ଯୋଗାଣ କାରବାର କରୁଛନ୍ତି ବୋଲି କହିଥିଲେ। ଏଥିରୁ ସ୍ପଷ୍ଟ ଜଣାପଡୁଛି, ଯଦି ଛାତ୍ରୀଛାତ୍ରମାନଙ୍କ ପୋଷାକ ପ୍ରୋଗ୍ରାମ ଆସିଷ୍ଟାଣ୍ଟ ଚୌଧୁରୀଙ୍କ ବାପା ଦେଉଛନ୍ତି, ତେବେ ସେ କେମିତି ସାହାର୍ଯ୍ୟ କରୁ ନ ଥିବେ ବୋଲି ପ୍ରଶ୍ନ ଉଠୁଛି। ଘଟଣାର ସତ୍ୟତା କେତେ ତାହା ଦର୍ପଣ ଭଳି ସଫା ଦେଖାଯାଉଛି। ଡିପିସି କାର୍ଯ୍ୟାଳୟର ବାୟୋମେଟ୍ରିକ୍ସ୍‌ କେମିତି ଖରାପ ହେଲା। ଯଦି ଖରାପ ହେଲା ମରାମତି କ’ଣ ପାଇଁ ହେଉ ନାହିଁ। ଏ ସମ୍ପର୍କରେ ପଚାରିବାରୁ କୌଣସି କର୍ମଚାରୀ ମୁହଁ ଖୋଲୁନାହାନ୍ତି। ଏଥିପ୍ରତି ଜିଲାପାଳ ଓ ଭିଜିଲାନ୍ସ ବିଭାଗ ଦୃଷ୍ଟିଦେଇ ତଦନ୍ତ କଲେ ଅନେକ ବେନିୟମ, ଅନିୟମିତତା ଘଟଣା ଲୋକଲୋଚନକୁ ଆସିବ ବୋଲି ବୁଦ୍ଧିଜୀବୀ ମହଲରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ଘଣ୍ଟାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା, ଆର୍ଲଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨।୪: ପାଣିପାଗକୁ ନେଇ ବଡ଼ ଅପଡେଟ । ଆସୁଛି ବଡ଼ ବର୍ଷା । କେବଳ ସେତିକି ନୁହେଁ ୫ ଦିନ ଯାଏ କୁଆପଥର ବର୍ଷା ହେବା...

ପ୍ରେମିକଙ୍କୁ ଅପହରଣ କରି ବନ୍ଧାହେଲେ ପ୍ରେମିକା, ୧୦ ଲକ୍ଷ ଟଙ୍କାର ବି ରଖିଥିଲେ ମୁଣ୍ଡ ଜାମିନ

ଭୁବନେଶ୍ୱର,୨ା୪: ରାଜଧାନୀ ଭୁବନେଶ୍ୱରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ସବୁବେଳେ ଖବର ଆସେ ପ୍ରେମିକାଙ୍କୁ ଅପହରଣ କରିନେଇଛନ୍ତି ପ୍ରେମିକ। ମାତ୍ର ଆଜିର ଘଟଣା ଟିକେ...

ବକେୟା ଅର୍ଥ ମାଗିବାକୁ କେନ୍ଦ୍ର କରି ହଣାକଟା,୧୨ ଗୁରୁତର

ବାଲେଶ୍ୱର,୨ା୪ (ବାଞ୍ଛାନିଧି ଦେ): ବକେୟା ଅର୍ଥକୁ ନେଇ ବାଲେଶ୍ୱର ଜିଲା ବସ୍ତା ଥାନା ବାହାର୍ଦ୍ଦା ବସ୍ତିରେ ୨ ଗୋଷ୍ଠୀ ମଧ୍ୟରେ ହଣାକଟା ହୋଇଛି। ୪ମହିଳାଙ୍କ ସମେତ...

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅର୍ଥ ଆତ୍ମସାତ୍‌: ଗିରଫ ହେଲେ ଭାରପ୍ରାପ୍ତ ସମବାୟ ସମିତି ସମ୍ପାଦକ

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): କ୍ଷତିଗ୍ରସ୍ତ ଚାଷୀଙ୍କ ଉଦ୍ଦେଶ୍ୟରେ ଆସିଥିବା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କ୍ଷତିପୂରଣ ଅର୍ଥ ଆତ୍ମସାତ ଅଭିଯୋଗରେ ସମବାୟ ସମିତିର ଜନୈକ ଭାରପ୍ରାପ୍ତ ସମ୍ପାଦକକୁ...

ୱକଫ ବିଲ୍‌କୁ ନେଇ ବଦଳିଲା BJDର ନିଷ୍ପତ୍ତି, ରାଜ୍ୟ ରାଜନୀତିରେ ହଇଚଇ

ନୂଆଦିଲ୍ଲୀ/ଭୁବନେଶ୍ୱର, ୨।୪: ବିଜୁ ଜନତା ଦଳ (ବିଜେଡି) କେନ୍ଦ୍ର ସରକାରଙ୍କ ଓ୍ବକଫ (ସଂଶୋଧନ) ବିଲ ୨୦୨୪କୁ କଡ଼ା ବିରୋଧ କରିଛି। ଏହି ବିଲ ମୁସଲିମ ସମ୍ପ୍ରଦାୟର...

ପୁଣି ବଢ଼ିଲା କିଟ୍‌ ଅଡ଼ୁଆ, ମୃତ ଛାତ୍ରଙ୍କ ବାପା କହିଲେ…

ଭୁବନେଶ୍ୱର,୨।୪: ପୁଣି ବଢ଼ିଲା କିଟ୍‌ ଅଡ଼ୁଆ। କିଟ୍‌ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ ମୃତ ଛାତ୍ରଙ୍କ ଅର୍ଣ୍ଣବଙ୍କ ବାପା। କିଟ୍‌ କର୍ତ୍ତୃପକ୍ଷଙ୍କ ଅବହେଳାରୁ ପୁଅର ମୃତ୍ୟୁ...

କମେଣ୍ଟ ମରାକୁ ନେଇ ରାଜଧାନୀରେ ବୁଲିଲା ଖଣ୍ଡା: ୨ ଗୁରୁତର

ଭୁବନେଶ୍ୱର,୨।୪: ରାଜଧାନୀରେ ବୁଲିଲା ଖଣ୍ଡା। ଏଥିରେ ୨ ଯୁବକ ଗୁରୁତର ହୋଇଛନ୍ତି। ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨ ଯୁବକଙ୍କୁ ହାଣି ପକାଇଛନ୍ତି। କମେଣ୍ଟ ମରା ଓ...

କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର: ଏହି ଜିଲାରେ ବଢୁଛି ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର,୨।୪: ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍‌। ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ଉତ୍ତର ରଖି କହିଲେ ଆଇନମନ୍ତ୍ରୀ। ବିଧାନସଭାରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉତ୍ତର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image