ଅନୁଗୋଳ ଅଫିସ,୨୩।୮: ଅନୁଗୋଳର ନୂତନ ଏସ୍ପି ଭାବେ ୨୦୧୩ ବ୍ୟାଚର ଆଇପିଏସ୍ ଅଫିସର ଜଗମୋହନ ମୀନା ଶୁକ୍ରବାର କାର୍ଯ୍ୟରେ ଯୋଗଦେଇଛନ୍ତି। ଜିଲା ପୋଲିସ ମୁଖ୍ୟାଳୟରେ ବିଦାୟୀ ଏସ୍ପି ମିତ୍ରଭାନୁ ମହାପାତ୍ରଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସ୍ବତନ୍ତ୍ର ଦୃଷ୍ଟିଦେବା ସହ ଟେକ୍ନୋଲୋଜିକୁ ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି। ଏଥିସହ ଲୋକଙ୍କ ପାଇଁ ମୋ ଦୁଆର ୨୪ଘଣ୍ଟା ଖୋଲା ରହିବ ବୋଲି ସେ କହିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର