ଅନୁଗୋଳ ପୋଲିସ କବ୍‌ଜାରେ ଅଭିଯୁକ୍ତ ବାପି

ଅନୁଗୋଳ ଅଫିସ, ୨୪।୫- ଅନୁଗୋଳ ପୋଲିସ ହାତରେ ଧରାପଡ଼ିଛନ୍ତି ଅଭିଯୁକ୍ତ ବାପି ଓରଫ ସତ୍ୟଜିତ୍‌ ପ୍ରଧାନ(୩୩)। ତେବେ ବାପିଙ୍କୁ କେଉଁଠାରୁ ଗିରଫ କରାଯାଇଛି ସେ ସମ୍ପର୍କରେ ପୋଲିସ ପକ୍ଷରୁ କିଛି କୁହାଯାଇନାହିଁ। ଏ ନେଇ ଅଧିକ ଖୋଳତାଡ଼ ଅନୁଗୋଳ ପୋଲିସ ପକ୍ଷରୁ କରାଯାଉଥିବା ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ଗତ ଜାନୁୟାରୀ ୨୬ରେ ବାପିଙ୍କୁ ପୋଲିସ ଉଠାଇ ଆଣିବା ସହ ତାଙ୍କ ନିକଟରୁ ୩ଟି ବନ୍ଧୁକ ସହ ୯ଟି ଜୀବନ୍ତ ଗୁଳି ଓ ଏକ କଳା ରଙ୍ଗର ବୁଲେଟ୍‌ ଗାଡ଼ି ଜବତ କରିଥିଲା। ତେବେ କୋର୍ଟ ଚାଲାଣର ୩୦ ମିନିଟ୍‌ ମଧ୍ୟରେ ବାପିଙ୍କୁ ବେଲ୍‌ ମିଳିଯାଇଥିଲା। ଏହାକୁ ନେଇ ଜୋରଦାର ଚର୍ଚ୍ଚା ହେବା ପରେ ଜିଲା ଓ ଦୌରା ଜଜ୍‌ଙ୍କ କୋର୍ଟରେ ବେଲ୍‌ ଖାରଜ ପାଇଁ ସରକାରୀ ପିପି ପ୍ରଦୀପ ଦାସ ଆବେଦନ କରିଥିଲେ। ବେଲ୍‌ ଖାରଜ ସହ ବାପିଙ୍କୁ ଆତ୍ମସମର୍ପଣ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ସେବେଠାରୁ ବାପିଙ୍କ ପତ୍ତା ପାଉ ନ ଥିଲା ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଅଘଟଣ: ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

ଅନୁଗୋଳ,୧୩।୯: ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ପଶି କାମ କରୁଥିବା ବେଳେ ଶ୍ୱାସରୁଦ୍ଧ...

କଠୋର ହେଲା ପ୍ରଶାସନ, ଶିଳ୍ପନଗରୀରେ ବାଜିବନି ଡିଜେ

ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର...

ଗୋରୁ ଚାଲାଣବେଳେ ମାଡ଼ିବସିଲେ ଗ୍ରାମବାସୀ

ଅନୁଗୋଳ ଅଫିସ,୧୦।୯- ଅନୁଗୁଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ମହିଧରପୁର ଉପରଛକ ଠାରେ ଗୋରୁଚାଲଣ ବେଳେ ବିରୋଧ କରିଥିଲେ ଗ୍ରାମବାସୀ । ପୋଲିସ ଘଟଣାସ୍ଥଳରେ ପହଞ୍ଚି...

ଚାଷୀଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ

ଅନୁଗୋଳ,୬ା୯(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ବନାଞ୍ଚଳରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ...

ସ୍କୁଲରେ ତାଲା, ରାସ୍ତାରେ ପଢ଼ିଲେ ପିଲା

ବଇଣ୍ଡା,୪ା୯ (ପରିକ୍ଷିତ ସାହୁ): ସରକାରୀ ସ୍କୁଲ ପାଇଁ ଜମି ଦେଇଥିଲେ ମଧ୍ୟ ଜମି ମାଲିକଙ୍କ ସମ୍ପର୍କୀୟଙ୍କୁ ରୋଷେୟା ଭାବେ ନିଯୁକ୍ତି ମିଳିଲା ନାହିଁ। ଏଥିରେ ଖପ୍ପା...

ଖଣି ଉପନିର୍ଦ୍ଦେଶକଙ୍କ ଘର ନୁହେଁ ତ ଟଙ୍କାର ଗନ୍ତାଘର,ବାହାରୁଛି ପୁଳାପୁଳା ଟଙ୍କା ସୁନା

ତାଳଚେର,୨ା୯(ମନୋଜ ନନ୍ଦ): ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି...

ଭିଜିଲାନ୍ସ ଜାଲରେ ପଡ଼ିଲେ ଖଣି ଉପନିର୍ଦ୍ଦେଶକ, ଚାଲିଛି ବଡ଼ଧରଣର ରେଡ୍‌

ତାଳଚେର,୨ା୯(ମନୋଜ ନନ୍ଦ): ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ବଡ଼ ବାବୁ। ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ୍‌...

ଅନୁଗୋଳ ଜିଲାରେ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗୁରୁବାର ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri