ଅନୁଗୋଳ ଅଫିସ,୮।୧: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ୧୨ ଦଫା ଦାବି ନେଇ ଦେଶବ୍ୟାପୀ ଧର୍ମଘଟ ଡାକରାର ପ୍ରଭାବ ଅନୁଗୋଳରେ ଦେଖାଦେଇଛି। ଶ୍ରମିକ ସଂଗଠନ ଓ କଂଗ୍ରେସ ପକ୍ଷରୁ ବିଭିନ୍ନ ସ୍ଥାନରେ ପିକେଟିଂ କରାଯାଇ ଦୋକାନ ବଜାର ବନ୍ଦ କରାଯାଇଛି। ରେଳରୋକୋ ଆନ୍ଦୋଳନ କରାଯାଇଛି। ଦୋକାନବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।