ଅନୁଗୋଳ ଅଫିସ, ୪।୬: ଅନୁଗୋଳ ଜିଲାରୁ ଗୁରୁବାର ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତ ୩୧ ଜଣଙ୍କ ମଧ୍ୟରୁ ଜଣେ ରାଜ୍ୟ ବାହାରର, ଯେ କି ଦୁର୍ଘଟଣାର ଶିକାର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ତେବେ ବର୍ତ୍ତମାନ ଜିଲାର ୨୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର