ଅନ୍ତର୍ଜାତୀୟ ପର୍ଯ୍ୟାୟ ସାରଣୀ ବର୍ଷ ପାଳନ

ବଲାଙ୍ଗୀର ଅଫିସ, ୨୦।୮: ବଲାଙ୍ଗୀର ନବଜୀବନ ବିଦ୍ୟାପୀଠ ପରିସରରେ ବଲାଙ୍ଗୀର ବିଜ୍ଞାନ ସାହିତ୍ୟ ପରିଷଦ ପକ୍ଷରୁ ନବଜୀବନ ବିଦ୍ୟାପୀଠ ଓ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସହଯୋଗିତାରେ ଅନ୍ତର୍ଜାତୀୟ ପର୍ଯ୍ୟାୟ ସାରଣୀ ବର୍ଷ ପାଳନ କରାଯାଇଛି। ଏହି ଉପଲକ୍ଷେ ମୌଳିକ ପଦାର୍ଥ ଗୁଡିକର ପର୍ଯ୍ୟାୟ ସାରଣୀ ଓ ମାନବ କଲ୍ୟାଣରେ ତାହାର ପ୍ରଭାବ ପ୍ରସଙ୍ଗରେ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା। ଆଲୋଚନା ସଭାରେ ରାଜେନ୍ଦ୍ର ସ୍ବୟଂଶାସିତ ମହାବିଦ୍ୟାଳୟ ପୂର୍ବତନ ଅଧ୍ୟକ୍ଷ ତଥା ବିଜ୍ଞାନ ମଧୁପ ପତ୍ରିକାର ମୁଖ୍ୟ ପ୍ରକାଶକ ଡ. ଅଭିମନ୍ୟୁ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଆଲୋଚନା ସଭାକୁ ଉଦ୍‌ଘାଟନ କରିଥିଲେ। ସଭାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ସହଯୋଗୀ ପ୍ରାଧ୍ୟାପକ ଡ. ଅମରେଶ ମିଶ୍ର, ବୁର୍ଲା ଏନ୍‌ଏସି କଲେଜର ସହଯୋଗୀ ପ୍ରାଧ୍ୟାପକ ଡ. ପ୍ରେମଚାନ୍ଦ ମହାନ୍ତି, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ରିଡର ଡ. ଗଜେନ୍ଦ୍ର କୁମାର ପଧାନ ଓ ପୃଥ୍ବୀରାଜ ହାଇସ୍କୁଲର ବରିଷ୍ଠ ବିଜ୍ଞାନ ଶିକ୍ଷକ ରାମଗୋପାଳ ଖମାରୀ ଶର୍ମା ବକ୍ତା ଭାବେ ଯୋଗ ଦେଇଥିଲେ। ବକ୍ତାମାନେ ପର୍ଯ୍ୟାୟ ସାରଣୀର ଇତିହାସ, ବର୍ତ୍ତମାନ ଓ ଭବିଷ୍ୟତ ସମ୍ପର୍କରେ ଆଲୋଚନା କରି ଛାତ୍ରୀଛାତ୍ରଙ୍କୁ ଉକ୍ତ ପ୍ରସଙ୍ଗରେ ଗବେଷଣା କରିବା ଓ ଜାତୀୟ ଆଲୋଚନାଚକ୍ରରେ ଯୋଗଦାନ କରିବା ପାଇଁ ଉତ୍ସାହିତ କରିଥିଲେ। ଏହି ଅବସରରେ ପର୍ଯ୍ୟାୟ ସାରଣୀର ମୁଖ୍ୟ ଉଦ୍ଭାବକ ବୈଜ୍ଞାନିକ ମେଣ୍ଡ୍‌ଲିଭ୍‌ଙ୍କ ଅବଦାନ ଉପରେ ଆଲୋକପାତ କରାଯାଇଥିଲା। ସରକାରୀ ବାଳିକା ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ସରୋଜ କୁମାର ନାୟକ ଅତିଥି ପରିଚୟ ପ୍ରଦାନ କରି ମଞ୍ଚ ପରିଚାଳନା କରିଥିଲେ। ବୁର୍ଡା ପଞ୍ଚାୟତ ହାଇସ୍କୁଲ ବିଜ୍ଞାନ ଶିକ୍ଷକ ଶିବପ୍ରସାଦ ତ୍ରିପାଠୀ ସହଯୋଗ କରିଥିଲେ। ସଭାର ପ୍ରାରମ୍ଭରେ ବିଦ୍ୟାଳୟ ଛାତ୍ରୀମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ କିଶୋର ବାଗ ସ୍ବାଗତ କରିଥିଲେ। ପରିଷଦ ସଭାପତି ସନାତନ ଠାକୁର ଆଲୋଚନାଚକ୍ରର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଉତ୍ସବରେ ଜିଲାର ବିଭିନ୍ନ ବିଦ୍ୟାଳୟରୁ ୮୫ ଜଣ ପ୍ରତିଯୋଗୀ ଓ ୧୮ ଜଣ ବିଜ୍ଞାନ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ ା ସମସ୍ତଙ୍କୁ ସଭା ଶେଷରେ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା ା ଏହି ସଭାରେ ପୁଇଁନ୍ତଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ନେପାଳ ଚନ୍ଦ୍ର ବାଗ, ରାଜେନ୍ଦ୍ର ମହାବିଦ୍ୟାଳୟ ପଦାର୍ଥ ବିଜ୍ଞାନ ବିଭାଗ ଅବସରପ୍ରାପ୍ତ ରିଡର ଡ. ଆଦିକନ୍ଦ ଖମାରୀ ଓ ଜିଲା ବିଜ୍ଞାନ ସମିତି ଉପଦେଷ୍ଟା ପଦ୍ମଚରଣ ଆଚାର୍ଯ୍ୟ ଉପସ୍ଥିତ ଥିଲେ। ଶେଷରେ ପରିଷଦ ସମ୍ପାଦକ ଚିତ୍ତରଞ୍ଜନ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri