Posted inଖେଳ

ଅନ୍ତିମ ଟେଷ୍ଟରେ ରୋହିତଙ୍କ ଶତକ : ବର୍ଷା, ଖରାପ ଆଲୋକ ଯୋଗୁ ଖେଳ ବାଧାପ୍ରାପ୍ତ

ରାଞ୍ଚି,୧୯।୧୦(ପି.ଟି.):  ସ୍ଥାନୀୟ ଝାଡଖଣ୍ଡ ଷ୍ଟେଟ୍‌ କ୍ରିକେଟ ଆସୋସିଏଶନ ଷ୍ଟାଡିୟମ କମ୍ପେକ୍ସରେ ଶନିବାରଠାରୁ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ଟସ୍‌ ଜିତି ଭାରତ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ତାରକା ଓପନର ରୋହିତ ଶର୍ମାଙ୍କ ଶତକ ସହାୟତାରେ ଭାରତ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୫୮ ଓଭରରେ ୩ ଉଇକେଟ ହରାଇ ୨୨୪ ରନ ସଂଗ୍ରହ କରିଛି। ଖରାପ ଆଲୋକ ଓ ବର୍ଷା କାରଣରୁ ପ୍ରଥମ ଦିନର ଖେଳ ଶୀଘ୍ର ଶେଷ ହୋଇଥିଲା। ପାଖାପାଇ ୩୦ ଓଭର ଖେଳ ସମ୍ଭବ ହୋଇପାରି ନ ଥିଲା। ଚା’ ପାନ ବିରତି ପରେ ୬ ଓଭର ଖେଳ ସମ୍ଭବ ହୋଇପାରି ଥିଲା। ସମ୍ପୂର୍ଣ୍ଣ ଖେଳ ହୋଇପାରି ନ ଥିବାରୁ ରବିବାର ୩୦ ମିନିଟ୍‌ ଆଗରୁ ଖେଳ ଆରମ୍ଭ ହେବ। ପ୍ରଥମ ସେସନରେ ଦକ୍ଷିଣ ଆଫ୍ରିକା ବୋଲରଙ୍କ ପ୍ରଭାବ ଦେଖିବାକୁ ମିଳିଥିଲା। ତେବେ ପରେ ରୋହିତ ଓ ରାହାନେ ଭ୍ରମଣକାରୀ ବୋଲରଙ୍କ ସଫଳ ମୁକାବିଲା କରିଥିଲେ।
ଷ୍ଟମ୍ପ ଅପାସରାଣ ବେଳକୁ ରୋହିତ ୧୧୭ ରନର ଶତକୀୟ ପାଳି ଓ ଉପ- ଅଧିନାୟକ ଅଜିଙ୍କ୍ୟ ରହାନେ ୮୩ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଅପରାଜିତ ରହିଛନ୍ତି। ଇନିଂସ ଆରମ୍ଭରୁ ଭାରତ ଝଟ୍‌କା ଖାଇଥିଲା। ଇନ୍‌ଫର୍ମ ଓପନର ମୟଙ୍କ ଅଗ୍ରଓ୍ବାଲ ମାତ୍ର ୧୦ ରନ କରିଥିବା ବେଳେ ଦ୍ରୁତ ବୋଲର କାଗିସୋ ରାବାଡାଙ୍କ ବଲ୍‌ରେ ତୃତୀୟ ସ୍ଲିପ୍‌ରେ ଡିନ୍‌ ଏଲଗାରଙ୍କୁ କ୍ୟାଚ ଦେଇ ପ୍ୟାଭିଲିୟନ ଫେରିଥିଲେ। ଏହାପରେ ଟେଷ୍ଟ ସ୍ପେଶାଲିଷ୍ଟ କୁହାଯାଉଥିବା ଚେତେଶ୍ୱର ପୂଜାରା ଖାଥା ଖୋଲିବା ପୂର୍ବରୁ ରାବାଡ଼ାଙ୍କ ଦ୍ୱାର ଏଲ୍‌ବିଡବ୍ଲ୍ୟୁ ହୋଇଥିଲେ। ପ୍ରଥମେ ଅମ୍ପାୟର ଆବେଦନ ଖାରଜ କରିଥିଲେ। ଫଳରେ ପୂଜାରାଙ୍କୁ ଆଉଟ୍‌ କରିବା ପାଇଁ ଦକ୍ଷିଣ ଆଫ୍ରିକାକୁ ରିଭ୍ୟୁ ନୋବାକୁ ପଡିଥିଲା। ଶେଷରେ ପୂଜାରାଙ୍କୁ ପ୍ୟାଭିଲିୟନ ଫେରିଥିଲେ। ଦ୍ୱିତୀୟ ଟେଷ୍ଟରେ ୨୫୪ ରନର ଅପରାଜିତ ଦ୍ୱିଶତକୀୟ ପାଳି ଖେଳିଥିବା ଅଧିନାୟକ ବିରାଟ କୋହଲି ଏଥର ବିଫଳ ହୋଇଥିଲେ। ସେ ୧୨ ରନ କରିଥିବା ବେଳେ ଲାଇନ ମିସ୍‌ କରି ଅନରିଚ ନୋର୍ଜଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇଥିଲେ। ଏଥି ସହିତ ନୋର୍ଜ କ୍ୟାରିୟର ପ୍ରଥମ ଟେଷ୍ଟ ଉଇକେଟ ହାସଲ କରିଥିଲେ। କୋହଲି ରିଭ୍ୟୁ ନେଇଥିଲେ ମଧ୍ୟ କୌଣସି ଲାଭ ହୋଇ ନ ଥିଲା। ମାତ୍ର ୩୯ ରନରେ ୩ ଉଇକେଟ ହରାଇ ଭାରତ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ତେବେ ଏହାପରେ ରୋହିତ ଓ ରାହାନେ ଦୃଢ଼ ବ୍ୟାଟିଂ କରି ସ୍ଥିତି ସମ୍ଭାଳିଥିଲେ। ଚତୁର୍ଥ ଉଇକେଟରେ ଏହି ଦୁଇ ବ୍ୟାଟ୍ସମ୍ୟାନ ୨୫୬ଟି ବଲ୍‌ ଖେଳି ଅପରାଜିତ ୧୮୫ ରନକରି ଥିଲେ। ରୋହିତ ୧୬୪ଟି ବଲ୍‌ର ସମ୍ମୁଖୀନ ହୋଇ ୧୪ ଚୌକା ଓ ୪ ଛକା ସହ ଶତକୀୟ ପାଳି ଖେଳି ଅପରାଜିତ ରହିଥିଲେ। ଏଥି ସହିତ ରୋହିତ ସିରିଜରେ ତୃତୀୟ ଓ କ୍ୟାରିୟର ଷଷ୍ଠ ଶତକ ହାସଲ କରିଛନ୍ତି। ସ୍ପିନର ଡେନ୍‌ ପିଟଙ୍କୁ ଏକ ସୁନ୍ଦର ଛକା ମାରି ରୋହିତ ଶତକ ହାସଲ କରିଥିଲେ। ସେହିପରି ରାହାନେ ୧୩୫ଟି ବଲ୍‌ର ସମ୍ମୁଖୀନ ହୋଇ ୧୧ ଚୌକା ଓ ୧ ଛକା ସହ ଶତକର ନିକଟତର ହେବା ସହ ଅପରାଜିତ ରହିଛନ୍ତି। ସେ କ୍ୱାରିୟରର ୨୧ତମ ଟେଷ୍ଟ ଅର୍ଦ୍ଧଶତକ ହାସଲ କରିଛନ୍ତି। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ରାବାଡ଼ା ୨ ଓ ନୋର୍ଜ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
୩୦ ବର୍ଷୀୟ ଝାଡଖଣ୍ଡ ବାମହାଦୀ ସ୍ପିନର ଶାହାବାଜ ନଦିମଙ୍କୁ ଅନ୍ତିମ ଏକାଦଶରେ ସ୍ଥାନ ମିଳିଛି ଓ ସେ ଟେଷ୍ଟ ପଦାର୍ପଣ କରିଛନ୍ତି। କୁଲଦୀପ ଯାଦବ କାନ୍ଧରେ ଦେଖାଦେଇଥିବା ଆଘାତ ସମସ୍ୟା ଯୋଗୁ ଦଳରୁ ବାଦ୍‌ ପଡିଥିଲେ। ଫଳରେ ନଦିମଙ୍କୁ ଖେଳିବା ପାଇଁ ଟିମ୍‌ ମ୍ୟାନେଜମେଣ୍ଟ ସୁଯୋଗ ଦେଇଛି। ଅନ୍ୟପଟେ ଦକ୍ଷିଣ ଆଫ୍ରିକା ଦଳରେ ୫ଟି ପରିବର୍ତ୍ତନ କରାଯାଇଛି। ଦକ୍ଷିଣ ଆଫ୍ରିକା ପାଇଁ ହେନେରିଚ କ୍ଲାସେନ ଓ ସ୍ପିନର ଜର୍ଜ ଲିଣ୍ଡେ ପଦାର୍ପଣ କରିଛନ୍ତି। ସିରିଜର ପ୍ରଥମ ଦୁଇଟି ଟେଷ୍ଟ ଜିତି ଭାରତ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ଏଥିସହିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିନପ୍‌ରେ ଭାରତ ୨୦୦ ପଏଣ୍ଟ ହାସଲ କରି ତାଲିକାର ଶୀର୍ଷରେ ରହିଛି। ନ୍ୟୁଜିଲାଣ୍ଡ ୪୦ ପଏଣ୍ଟ ପାଇଁ ଦ୍ୱିତୀୟ ସ୍ଥାନରେ ରହିଛି।
ସଂକ୍ଷିପ୍ତ ସ୍କୋର:
ଭାରତ ପ୍ରଥମ ଇନିଂସ- ୫୮ ଓଭରରେ ୨୨୪/୩
(ରୋହିତ- ୧୧୭*, ରାହାନେ- ୮୩*, ରାବାଡ଼ା-/୫୪,ନାର୍ଜ-/୫୦)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri