Posted inଖେଳ

ଅନ୍ତିମ ଟେଷ୍ଟ: ସ୍ଥିତି ସମ୍ଭାଳିଲେ ରୋହିତ- ରାହାନେ

ରାଞ୍ଚି,୧୯।୧୦(ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଭାରତ ଲଞ୍ଚ୍‌ ସୁଦ୍ଧା ୨୩ ଓଭରରେ ୩ ଉଇକେଟ ହରାଇ ୭୨ ରନ ସଂଗ୍ରହ କରିଥିଲା। ତେବେ ଏହାପରେ ତାରକା ଓପନର ରୋହିତ ଶର୍ମା ଓ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ ଦୃଢ଼ ବ୍ୟାଟିଂ ପ୍ରଦର୍ଶନ କରିଛନ୍ତି। ରିପୋର୍ଟ ଲେଖାହେବା ବେଳକୁ ଭାରତ ପ୍ରଥମ ଦିବସର ଦ୍ୱିତୀୟ ସେସନରେ ୪୦ ଓଭରରେ ୩ ଉଇକେଟ ହରାଇ ୧୫୫ ରନ ସଂଗ୍ରହ କରିଛି। ରୋହିତ ୭୮ ଓ ରାହାନେ ୫୪ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଅପରାଜିତ ରହିଛନ୍ତି। ତୃତୀୟ ଉଇକେଟରେ ଏହି ଦୁଇ ବ୍ୟାଟ୍ସମ୍ୟାନ ଅପରାଜିତ ୧୨୩ ରନ ସଂଗ୍ରହ କରି ସ୍ଥିତି ସମ୍ଭାଳିଛନ୍ତି। ଓପନର ମୟଙ୍କ ଅଗ୍ରଓ୍ବାଲ ୧୦, ଚେତେଶ୍ୱର ପୂଜାରା ଖାତା ଖୋଲିବା ପୂର୍ବରୁ କାଗିସେ ରାବାଡ଼ାଙ୍କ ଦ୍ୱାରା ଆଉଟ ହୋଇଛନ୍ତି। ସେହିପରି ଅଧିନାୟକ ବିରାଟ କୋହଲି ୧୨ ରନକରି ଅନରିଚ ନୋର୍ଜଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇ ପ୍ୟାଭିଲିୟନ ଫେରିଛନ୍ତି।
ଝାଡଖଣ୍ଡ ବାମହାଦୀ ସ୍ପିନର ଶାହାବାଜ ନଦିମଙ୍କୁ ଅନ୍ତିମ ଏକାଦଶରେ ସ୍ଥାନ ମିଳିଛି ଓ ସେ ଟେଷ୍ଟ ପଦାର୍ପଣ କରିଛନ୍ତି। କୁଲଦୀବ ଯାଦବ କାନ୍ଧରେ ଦେଖାଦେଇଥିବା ଆଘାତ ସମସ୍ୟା ଯୋଗୁ ଦଳରୁ ବାଦ୍‌ ପଡିଥିଲେ। ଫଳରେ ନଦିମଙ୍କୁ ଖେଳିବା ପାଇଁ ଟିମ୍‌ ମ୍ୟାନେଜମେଣ୍ଟ ସୁଯୋଗ ଦେଇଛି। ଅନ୍ୟପଟେ ଦକ୍ଷିଣ ଆଫ୍ରିକା ଦଳରେ ୫ଟି ପରିବର୍ତ୍ତନ କରାଯାଇଛି। ସିରିଜର ପ୍ରଥମ ଦୁଇଟି ଟେଷ୍ଟ ଜିତି ଭାରତ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ଏଥିସହିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିନପ୍‌ରେ ଭାରତ ୨୦୦ ପଏଣ୍ଟ ହାସଲ କରି ତାଲିକାର ଶୀର୍ଷରେ ରହିଛି। ନ୍ୟୁଜିଲାଣ୍ଡ ୪୦ ପଏଣ୍ଟ ପାଇଁ ଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri