‘ଅଯୋଧ୍ୟା ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ମାମଲା’

ନୂଆଦିଲ୍ଲୀ,୩୧ା୧୦: ଅଯୋଧ୍ୟା ଜମି ବିବାଦ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ମାମଲାଗୁଡିକ ମଧ୍ୟରୁ ଅନ୍ୟତମ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେ କହିଛନ୍ତି। ରାଜନୈତିକ ଦୃଷ୍ଟିରୁ ଅତ୍ୟନ୍ତ ସମ୍ବେଦନଶୀଳ ଏହି ମାମଲାର ଶୁଣାଣି କରୁଥିବା ୫ ଜଣିଆ ସାମ୍ବିଧାନିକ ପୀଠରେ ଜଷ୍ଟିସ୍‌ ବୋବ୍‌ଡେ ଅଛନ୍ତି। ଦୀର୍ଘବର୍ଷର ଏହି ଜମି ବିବାଦ ମାମଲାର କ୍ରମାଗତ ୪୦ ଦିନରୁ ଊର୍ଦ୍ଧ୍ୱ ଶୁଣାଣି ପରେ ରାୟ ସଂରକ୍ଷିତ ରହିଛି। ଆସନ୍ତା ୧୭ରେ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଅବସର ଗ୍ରହଣ କରିବାକୁ ଯାଉଥିଲାବେଳେ ଏହା ପୂର୍ବରୁ ରାୟ ପ୍ରକାଶ ପାଇବା ଆଶା କରାଯାଉଛି।
ଏକ ଘରୋଇ ଚ୍ୟାନେଲ୍‌କୁ ସାକ୍ଷାତ୍‌କାର ଦେବାବେଳେ ଅଯୋଧ୍ୟା ମାମଲା ତାଙ୍କ କ୍ୟାରିୟରର ଏକ ମାଇଲ୍‌ଖୁଣ୍ଟ ହେବ କି ବୋଲି ପ୍ରଶ୍ନର ଉତ୍ତରରେ ଜଷ୍ଟିସ୍‌ ବୋବ୍‌ଡେ କହିଥିଲେ, ଏହା ନିଶ୍ଚିତ ଭାବେ ଏକ ଗୁରୁତ୍ୱପୂର୍ଣ୍ଣ ମାମଲା। ଅଯୋଧ୍ୟାର ୨.୭୭ ଏକର ଜମିକୁ ନେଇ ଦୀର୍ଘଦିନରୁ ହିନ୍ଦୁ ଓ ମୁସଲମାନ ପକ୍ଷଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲାବେଳେ ୮୦ ଦଶକରୁ ଏହାକୁ ନେଇ ରାଜନୀତି ଜୋର ଧରିଛି। ଭଗବାନ ରାମଙ୍କ ଜନ୍ମସ୍ଥାନ ଅଯୋଧ୍ୟାରେ ଥିବା ଏକ ମନ୍ଦିରକୁ ଭଙ୍ଗାଯାଇ ସେଠାରେ ବାବ୍ରୀ ମସ୍‌ଜିଦ ନିର୍ମାଣ ହୋଇଥିବା ବିଶ୍ୱାସ କରାଯାଏ। ୧୯୯୨ ଡିସେମ୍ବର ୬ରେ ହିନ୍ଦୁ କରସେବକମାନେ ଷୋଡ଼ଶ ଶତାବ୍ଦୀର ଉକ୍ତ ମସ୍‌ଜିଦକୁ ଭାଙ୍ଗି ଦେଇଥିଲେ। ଏହା ପରବର୍ତ୍ତୀ ଦଙ୍ଗାରେ ୩୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା। ଦୀର୍ଘଦିନ ଧରି କୋର୍ଟଙ୍କ ବିଚାରାଧୀନ ଥିବା ଏହି ମାମଲା ଗତବର୍ଷ ପୁଣିଥରେ ଜୋର ଧରିଥିଲା। ମାମଲାର ଆପୋସ ସମାଧାନ ଲାଗି ଚଳିତ ବର୍ଷ ଆରମ୍ଭରେ ସୁପ୍ରିମକୋର୍ଟ ଏକ ମଧ୍ୟସ୍ଥ କମିଟି ଗଠନ କରିଥିଲେ। ଉକ୍ତ କମିଟି ସମାଧାନ ସୂତ୍ର ବାହାର କରିବାରେ ବିଫଳ ହେବା ପରେ ଅଗଷ୍ଟ ୬ରୁ ଅଦାଲତ ଦୈନନ୍ଦିନ ଶୁଣାଣି ଆରମ୍ଭ କରିଥିଲେ।
ନଭେମ୍ବର ୧୮ରେ ଜଷ୍ଟିସ୍‌ ବୋବ୍‌ଡେ ସିଜେଆଇ ଭାବେ ଶପଥ ଗ୍ରହଣ କରିବେ। ମଧ୍ୟପ୍ରଦେଶ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ବୋବ୍‌ଡେ ୨୦୧୩ ଏପ୍ରିଲରେ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ପାଇଥିଲେ। ଗୋପନୀୟତା ସାମ୍ବିଧାନିକ ଅଧିକାର କି ନୁହେଁ ତାହା ଉପରେ ନିଷ୍ପତ୍ତି ନେବା ଲାଗି ଗଠିତ ୯ ଜଣିଆ ପୀଠରେ ଜଷ୍ଟିସ୍‌ ବୋବ୍‌ଡେ ଥିଲେ। ସେହିପରି ସିଜେଆଇ ଜଷ୍ଟିସ୍‌ ରଞ୍ଜନ ଗୋଗୋଇଙ୍କ ବିରୋଧରେ ପୂର୍ବତନ ମହିଳା କର୍ମଚାରୀ ଆଣିଥିବା ଯୌନ ନିର୍ଯାତନା ଅଭିଯୋଗର ଅନୁଧ୍ୟାନ ପାଇଁ ଜଷ୍ଟିସ୍‌ ବୋବ୍‌ଡେଙ୍କ ନେତୃତ୍ୱରେ ୩ ଜଣିଆ ଇନ୍‌ହାଉସ୍‌ କମିଟି ଗଠନ କରାଯାଇଥିଲା। ଉକ୍ତ କମିଟିରେ ଜଷ୍ଟିସ୍‌ ଇନ୍ଦିରା ବାନାର୍ଜୀ ଓ ଇନ୍ଦୁ ମାଲହୋତ୍ରା ସଦସ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର...

ପାକିସ୍ତାନ ଉପରେ ବର୍ଷିଲେ ମୋଦି କହିଲେ, ଜମ୍ମୁ-କଶ୍ମୀରେ ଲାଗୁ ହେବାକୁ ଦେବୁ ନାହିଁ…

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରି ମୋଦି କଂଗ୍ରେସ, ନାଶନାଲ କନଫରେନ୍ସ ଏବଂ ପିଡିପି ଉପରେ ଖୁବ ବର୍ଷିଛନ୍ତି। ପାକିସ୍ତାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri