Posted inଖେଳ

ଅଷ୍ଟ୍ରେଲିଆନ ଓପନ୍‌: ଜୋକୋଭିଚ୍‌- ଥିମ୍‌ ଫାଇନାଲ

ମେଲବୋର୍ନ,୧।୨ (ଏଏଫ୍‌ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ରବିବାର ଟାଇଟଲ ପାଇଁ ଫାଇନାଲ ମୁକାବିଲାରେ ଦ୍ୱିତୀୟ ସିଡ ସର୍ବିୟାର ଅଭିଜ୍ଞ ଖେଳାଳି ନୋଭାକ ଜୋକେଭିଚ ଓ ପଞ୍ଚମ ସିଡ ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ପରସ୍ପରକୁ ଭେଟିବେ। ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଥିମ୍‌ ମାରାଥନ ୩-୬, ୬-୪, ୭-୬, ୭-୬ ସେଟ୍‌ରେ ସପ୍ତମ ସିଡ ଖେଳାଳି ଜର୍ମାନୀର ଆଲେକ୍‌ଜାଣ୍ଡର ଜେଭରେଭଙ୍କୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ୧୬ଟି ଗ୍ରାଣ୍ଡସ୍ଳାମ ଟାଇଟଲ ହାସଲ କରିଥିବା ଜୋକୋଭିଚ୍‌ ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ୭-୬, ୬-୪, ୬-୩ ସେଟ୍‌ରେ ତୃତୀୟ ସିଡ ସୁଇଜରଲାଣ୍ଡର ଅଭିଜ୍ଞ ଖେଳାଳି ରୋଜର ଫେଡରରଙ୍କୁ ହରାଇ ଫାଇନାଲରେ ପ୍ରବେଶ କରିଥିଲେ। ଏହାପୂର୍ବରୁ ଥିମ୍‌ କ୍ୱାର୍ଟର ଫାଇନାଲରେ ବିଶ୍ୱର ୧ ନମ୍ବର ଖେଳାଳି ରାଫାଲ ନାଡାଲଙ୍କୁ ମାରାଥନ ୭-୬, ୭-୬, ୪-୬, ୭-୬ ସେଟ୍‌ରେ ହରାଇ ସେମିରେ ପ୍ରବେଶ କରିଥିଲେ। ସେହିପରି ଜୋକୋଭିଚ୍‌ ୬-୪, ୬-୩, ୭-୬ ସେଟ୍‌ରେ ୩୨ ତମ ସିଡ୍‌ କାନାଡାର ମିଲୋସ ରାଓନିକଙ୍କୁ ହରାଇ ସେମି ଟିକେଟ ହାସଲ କରିଥିଲେ। ଥିମ୍‌ ଓ ଜେଭରେଭଙ୍କ ମଧ୍ୟରେ ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍‌ରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ନିଜ ପ୍ରଦର୍ଶନରେ ଥିମ୍‌ ଖୁସି ଜାହିର କରିଛନ୍ତି। ଜେଭରେଭଙ୍କ ପ୍ରଦର୍ଶନକୁ ସେ ପ୍ରଶଂସା କରିଛନ୍ତି। ତେବେ ଫାଇନାଲ ମ୍ୟାଚ୍‌ରେ ପ୍ରକୃତ ଚ୍ୟାଲେଞ୍ଜର ସମ୍ମୁଖୀନ ହେବେ ବୋଲି ସେ ସ୍ବୀକାର କରିଛନ୍ତି। ଜୋକୋଭିଚ୍‌ଙ୍କୁ ଗତ ଦୁଇଟି ମ୍ୟାଚ୍‌ରେ ଥିମ ପରାସ୍ତ କରିଥିଲେ ମଧ୍ୟ ଫାଇନାଲରେ କୋକୋଭିଚ୍‌ ଫେଭରାଇଟ୍‌ ବିବେଚିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri