ନୂଆଦିଲ୍ଲୀ,୧୧।୬: ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ୍ ସିଂ ଯାଦବଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁଗ୍ରାମ୍ ସ୍ଥିତ ମେଦାନ୍ତ ହସ୍ପିଟାଲରେ ତାଙ୍କର ଚିକିତ୍ସା ଜାରି ରହିଛି। ରବିବାର ଲକ୍ଷ୍ନୌର ରାମ ମନୋହର ଲୋହିଆ ହସ୍ପିଟାଲରୁ ତାଙ୍କୁ ଡିସଚାର୍ଜ କରାଯାଇଥିଲା। ବ୍ଲଡପ୍ରେସର ବଢ଼ିଯିବାରୁ ତାଙ୍କୁ ହସ୍ପିଟାଲ ଅଣାଯାଇଥିଲା। ସୋମବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିବା ପରେ ମୁଲାୟମ୍ ଅସୁସ୍ଥ ହୋଇପଡ଼ିଥିଲେ।