ଆକାଶମାର୍ଗରୁ ବୁଲ୍‌ବୁଲ୍‌ ପ୍ରଭାବିତ ଅଞ୍ଚଳ ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିପୂରଣ ପ୍ୟାକେଜ୍‌ ଘୋଷିତ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ’ ପ୍ରଭାବରେ ଉପକୂଳ ଓଡ଼ିଶାର ୬ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଘରଦ୍ୱାର ଭାଙ୍ଗିବା ସହ ଲକ୍ଷ ଲକ୍ଷ ହେକ୍ଟର ଜମିରେ ଫସଲ ଉଜୁଡ଼ି ଯାଇଛି। ଧାନ, ବିରି, ମୁଗ ଓ ପରିବା ଫସଲ ନଷ୍ଟ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମଧ୍ୟାହ୍ନରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଏବଂ ମୟୂରଭଞ୍ଜ ଜିଲାର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ଆକାଶମାର୍ଗରୁ ଅନୁଧ୍ୟାନ କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରାଥମିକ ଆକଳନ ଅନୁଯାୟୀ ୫୫୦୦ ଘର କ୍ଷତିଗ୍ରସ୍ତ ହୋଇଥିବାବେଳେ ୩ ଲକ୍ଷ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି।
ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନଠାରେ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଏଥିସହିତ କ୍ଷତିଗ୍ରସ୍ତଙ୍କ ପାଇଁ କ୍ଷତିପୂରଣ ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଏହି ପ୍ୟାକେଜ୍‌ ଅନୁଯାୟୀ ଜଳସେଚିତ ଜମି ପାଇଁ ୩୩% କିମ୍ବା ଏହାଠାରୁ ଅଧିକ ଫସଲ କ୍ଷତି ହୋଇଥିଲେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ହେକ୍ଟର ପିଛା ୧୩ ହଜାର ୫୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଆକାରରେ ପ୍ରଦାନ କରାଯିବ। ସେହିପରି ଅଣଜଳସେଚିତ ଜମି ପାଇଁ ହେକ୍ଟର ପିଛା ୬୮୦୦ ଟଙ୍କା ଏବଂ ସବୁଦିନିଆ ଫସଲ ପାଇଁ ହେକ୍ଟର ପିଛା ୧୮ ହଜାର ଟଙ୍କା ପ୍ରଦାନ କରାଯିବ। କୌଣସି କ୍ଷେତ୍ରରେ ସବୁଦିନିଆ ଫସଲ ପାଇଁ ଇନ୍‌ପୁଟ ସବ୍‌ସିଡି ପରିମାଣ ୨ ହଜାର ଟଙ୍କାରୁ କମ୍‌ ଏବଂ ଅନ୍ୟାନ୍ୟ ଫସଲ ପାଇଁ ୧ ହଜାର ଟଙ୍କାରୁ କମ୍‌ ହେବ ନାହିଁ। ୨୦୧୯-୨୦ ରବି ଫସଲ ସକାଶେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଡାଲି ଓ ତୈଳବୀଜ ଜାତୀୟ ଫସଲ ପାଇଁ ୫୦ ହଜାର ବିହନ ମିନି କିଟ୍‌ ପ୍ରଦାନ କରାଯିବ। କ୍ଷତିଗ୍ରସ୍ତ ଜିଲାରେ ୪୫ ହଜାର ଏକର ଜମିରେ ଡେମୋନେଷ୍ଟ୍ରେଶନ କାର୍ଯ୍ୟକ୍ରମ କରାଯିବ। କ୍ଷତିଗ୍ରସ୍ତ ଚାଷୀଙ୍କୁ ୫୦% ରିହାତିରେ ୩ ହଜାର ସିଞ୍ଚନ ମେଶିନ ପ୍ରଦାନ କରାଯିବ। ବ୍ୟାଟେରିଚାଳିତ ସିଞ୍ଚନ ମେଶିନ ପାଇଁ ସର୍ବାଧିକ ରିହାତି ୩୮୦୦ ଟଙ୍କା ଏବଂ ହସ୍ତଚାଳିତ ସିଞ୍ଚନ ମେଶିନ ପାଇଁ ୭୫୦ ଟଙ୍କା ରିହାତି ଦିଆଯିବ। ୨୦୧୯-୨୦ ରବି ଫସଲ ପାଇଁ ୧୦ ହଜାର ପରିବା ମିନି କିଟ୍‌ ପ୍ରଦାନ କରାଯିବ ।
ପ୍ରତ୍ୟେକ ଚାଷୀଙ୍କୁ ୩୦ ୟୁନିଟ୍‌ ପର୍ଯ୍ୟନ୍ତ ପାନ ବରଜ ପୁନରୁଦ୍ଧାର ପାଇଁ ୧୫ ହଜାର ଟଙ୍କା ଦିଆଯିବ। ଛତୁ ଚାଷୀଙ୍କୁ ୫୦ ୟୁନିଟ୍‌ କ୍ଷତି ପାଇଁ ୪୦ ହଜାର ଟଙ୍କା ଦିଆଯିବ। ଫସଲ ବୀମା ଯୋଜନାର ସୁବିଧା ଚାଷୀଙ୍କୁ ତୁରନ୍ତ ଦେବା ପାଇଁ ଶୀଘ୍ର ଫସଲ କଟା (କ୍ରପ୍‌ କଟିଂ) କରାଯାଇ ବୀମା ପରିମାଣ ଚୂଡ଼ାନ୍ତ କରାଯିବ। ୩୩ ପ୍ରତିଶତ ବା ତା’ଠାରୁ ଅଧିକ କ୍ଷତି ହୋଇଥିବା ଚାଷୀଙ୍କୁ ୨୦୧୯ ରବି ଫସଲ ପାଇଁ ଦିଆଯାଇଥିବା ସ୍ବଳ୍ପ ମିଆଦୀ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବ।
ବାତ୍ୟାରେ ମୃତ୍ୟୁ ଘଟିଥିବା ଗୃହପାଳିତ ପ୍ରାଣୀଙ୍କ ପାଇଁ କ୍ଷତିପୂରଣ ରାଶି ଘୋଷଣା କରାଯାଇଛି। ଏ କ୍ଷେତ୍ରରେ କ୍ଷୀର ଦେଉଥିବା ଗାଈ, ମଇଁଷି ପାଇଁ ୩୦ ହଜାର ଟଙ୍କା (ଜଣେ ବ୍ୟକ୍ତିଙ୍କ ସର୍ବାଧିକ ୩ଟି ପ୍ରାଣୀ), କ୍ଷୀର ଦେଉ ନ ଥିବା ପ୍ରାଣୀ ପାଇଁ ୨୫ ହଜାର ଟଙ୍କା, ବାଛୁରି(ସର୍ବାଧିକ ୬ଟି) ପାଇଁ ୧୬ ହଜାର ଟଙ୍କା, ଛେଳି ମେଣ୍ଢା ପାଇଁ ୩ ହଜାର ଟଙ୍କା(ସର୍ବାଧିକ ୩୦ ି ପ୍ରାଣୀ), କୁକୁଡ଼ା ପାଇଁ ମୁଣ୍ଡପିଛା ୫୦ ଟଙ୍କା (ସର୍ବୋଚ୍ଚ ୫ ହଜାର) ଦିଆଯିବ। ଆଂଶିକ କ୍ଷତିଗ୍ରସ୍ତ ହୋଇଥିବା ଡଙ୍ଗା ପାଇଁ ୪୧୦୦ ଟଙ୍କା, ଆଂଶିକ କ୍ଷତି ହୋଇଥିବା ଜାଲ ପାଇଁ ୨୧୦୦ ଟଙ୍କା, ସମ୍ପୂର୍ଣ୍ଣ କ୍ଷତି ହୋଇଥିବା ଡଙ୍ଗା ପାଇଁ ୯ ହଜାର ୬୦୦ ଟଙ୍କା ଏବଂ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ଜାଲ ପାଇଁ ୨୬୦୦ ଟଙ୍କାର ସହାୟତା ଦିଆଯିବ। ମାଛ ଚାଷୀଙ୍କ ପାଇଁ ହେକ୍ଟର ପିଛା ୧୨ ହଜାର ୨୦୦ ଟଙ୍କା ଏବଂ ଇନ୍‌ପୁଟ ସବ୍‌ସିଡି ଭାବେ ହେକ୍ଟର ପିଛା ୮୨୦୦ ଟଙ୍କା ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ଆସନ୍ତା ୧୮ ତାରିଖ ସୁଦ୍ଧା ଜିଲାପାଳମାନେ ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି)ଙ୍କୁ କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆସନ୍ତା ୨୪ ସୁଦ୍ଧା ସହାୟତା ବଣ୍ଟନ କରିବାକୁ ମଧ୍ୟ କୁହାଯାଇଛି। ମୁଖ୍ୟମନ୍ତ୍ରୀ ଜିଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ କ୍ଷୟକ୍ଷତି ଆକଳନ ବିଷୟରେ ଆଲୋଚନା କରିବା ସହ ସହାୟତା ବଣ୍ଟନରେ ସ୍ବଚ୍ଛତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କିତ ସମସ୍ତ ବିବରଣୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରଦର୍ଶନ କରିବା ଏବଂ ସହାୟତା ରାଶି ଯେପରି କ୍ଷତିଗ୍ରସ୍ତଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ସେ ନେଇ ନିଶ୍ଚିତ କରିବାକୁ କୁହାଯାଇଛି। ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଏସ୍‌ଆରସି ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବମାନେ ଯୋଗ ଦେଇଥିଲେ। ବୈଠକ ଶେଷରେ ଏସ୍‌ଆରସି ପ୍ରଦୀପ ଜେନା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, କ୍ଷୟକ୍ଷତି ଆକଳନ କରିବାକୁ ଆସନ୍ତା ୧୪ ତାରିଖରେ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ଯାତ୍ରା ଷ୍ଟାର ଆକ୍ଟର କାହ୍ନା ସ୍ବାଇଁ

ଭୁବନେଶ୍ୱର,୨୦।୯: କୋଟିକୋଟି ଓଡ଼ିଆଙ୍କ ପ୍ରାଣ ମହାପ୍ରଭୁ ଶ୍ରୀଜଗନ୍ନାଥ। ସିଏ ସମଗ୍ର ବିଶ୍ୱକୁ ତାଙ୍କ ଛତ୍ରଛାୟା ତଳେ ଘୋଡାଇ ରଖିଛନ୍ତି। ହେଲେ ତାଙ୍କୁ ଅସମ୍ମାନିତ କରାଯାଇଛି। ଯାତ୍ରା...

ଭରତପୁର ଥାନାରେ ମେଜର, ବାନ୍ଧବୀଙ୍କୁ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ

କେନ୍ଦୁଝର,୧୯।୯: ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭନ୍ସ ସିଂଙ୍କ ଉପରେ ଆକ୍ରମଣ ତଥା ଭାରତପୁର ପୋଲିସ ଷ୍ଟେସନରେ ତାଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ମାମଲାରେ...

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା; ୨୩ରୁ ବର୍ଷା ପରିମାଣ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୦।୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦେଶର ଉତ୍ତର ପଶ୍ଚିମ ଭାଗରୁ ପ୍ରଥମେ ଆସନ୍ତା...

ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍

ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର...

‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି।...

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri