ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପଯର୍‌ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ଗତ ଶୁକ୍ରବାର ଅନୁଷ୍ଠିତ ନୀତି ସବ୍‌ କମିଟି ବୈଠକରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଚୂଡ଼ାନ୍ତ ହୋଇଛି। ମହାପ୍ରଭୁଙ୍କ ପହଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଅର୍ଥାତ୍‌ ଡିସମ୍ବେର ୧୬ ତାରିଖଠାରୁ ଆରମ୍ଭ ହୋଇ ଜାନୁୟାରୀ ୧୪ ପର୍ଯ୍ୟନ୍ତ ଚାଲିବ। ପ୍ରତ୍ୟହ ରାତ୍ର ୩ଟାରେ ଦ୍ୱାରଫିଟା, ୩ଟା ୩୦ରେ ଭିତରଶୋଧ, ୩ଟା ୪୫ରେ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହେବ। ସକାଳ ୬ଟା ୨୦ରୁ ୬ଟା ୫୦ ମଧ୍ୟରେ ପହିଲି ଭୋଗ ନୀତି ବଢିବ। ସକାଳ ୬ଟା ୩୦ରୁ ୯ଟା ସକାଳ ଧୂପ(କେବଳ କୋଠଭୋଗ), ୮ଟା ୪୫ରୁ ୧୦ଟା ୩୦ ଭୋଗମଣ୍ଡପ, ୧୧ଟା ୩୦ରୁ ମଧ୍ୟାହ୍ନ ୧୨ଟା ୩୦ ମଧ୍ୟାହ୍ନ ଧୂପ(କେବଳ କୋଠଭୋଗ), ୧୨ଟା ୧୫ରୁ ଅପରାହ୍ନ ୨ଟା ଦ୍ୱିତୀୟ ଭୋଗ ମଣ୍ଡପ ହୋଇ ଅନ୍ୟାନ୍ୟ ନୀତି ଚାଲିବ। ଅପରାହ୍ନ ୫ଟାରେ ସନ୍ଧ୍ୟା ଆଳତି, ସାଢେ ୬ଟାରୁ ରାତି ୮ଟା ସନ୍ଧ୍ୟା ଧୂପ, ୯ଟାରେ ଚନ୍ଦନ ଲାଗି, ୧୦ଟାରେ ବଡସିଂହାର ବେଶ, ୧୦ଟା ୩୦ ବଡସିଂହାର ଭୋଗ ଏବଂ ୧୧ଟାରେ ରାତ୍ର ପହୁଡ ନୀତି ସମ୍ପନ୍ନ ଲାଗି ନୀତି ଚୂଡ଼ାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri