Posted inଖେଳ

ଆଜିର ଦିନରେ ହୋଇଥିଲା ଛ’ ଛକାର ରେକର୍ଡ, ଟୁଇଟ୍‌ କଲେ ଯୁବି

ନୂଆଦିଲ୍ଲୀ,୧୯।୯: ଆଜିକୁ ଠିକ ୧୨ ବର୍ଷ ତଳେ ଯୁବରାଜ ସିଂ (ଯୁବି) ଗୋଟିଏ ଓଭରରେ ଛ’ ଛକା ଲଗାଇଥିଲେ। ଟି୨୦ ବିଶ୍ୱକପ୍‌ର ଲିଗ୍‌ ପର୍ଯ୍ୟାୟରେ ଭାରତକୁ ଭେଟିଥିଲା ଇଂଲଣ୍ଡ। ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୧୮ତମ ଓଭର ସୁଦ୍ଧା ୩ ଉଇକେଟ ହରାଇ ୧୭୧ ରନ୍‌ କରିଥିଲା। ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସହ କ୍ରିଜରେ ଥିଲେ ଯୁବି। ୧୮ତମ ଓଭରରେ ଆଣ୍ଡ୍ର୍ୟୁ ପ୍ଲିଣ୍ଟଫଙ୍କ ବଲରେ ଯୁବି ଦୁଇଟି ଚୌକା ଲଗାଇଥିଲେ। ଏଥିଯୋଗୁ ପେସର ପ୍ଲିଣ୍ଟଫ ଓ ଯୁବିଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏହାର ଜବାବ ପରବର୍ତ୍ତୀ ଓଭର ବୋଲିଂ କରୁଥିବା ଷ୍ଟ୍ରୁଆର୍ଟ ବ୍ରଡଙ୍କୁ ଦେଇଥିଲେ। ପ୍ରଥମ ବଲକୁ ମିଡ୍‌ ଉଇକେଟ ଅଞ୍ଚଳକୁ ଛକା ମାରିଥିଲେ। ଦ୍ୱିତୀୟ ବଲକୁ ସ୍କୋୟାର ଲେଗ, ତୃତୀୟ ବଲକୁ ଲଙ୍ଗ ଅଫ, ଚତୁର୍ଥ ବଲକୁ ଡିପ୍‌ ପଏଣ୍ଟ ଓ ପଞ୍ଚମ ବଲକୁ ସ୍କୋୟାର ଲେଗ ଅଞ୍ଚଳକୁ ଛକା ଲଗାଇଥିଲେ। ବ୍ରଡଙ୍କ ଅନ୍ତିମ ବଲ ଲଙ୍ଗ ଅନ ଅଞ୍ଚଳକୁ ଏକ ବିରାଟ ଛକା ଲଗାଇ ଗୋଟିଏ ଓଭରରେ ୬ ଛକା ପୂରଣ କରିଥିଲେ। ଏହି ମ୍ୟାଚ୍‌ରେ ଯୁବି ୧୨ ବଲରେ ଅର୍ଦ୍ଧଶତକ ପୂରଣ କରିଥିଲେ। ଏହା ଅନ୍ତର୍ଜାତୀୟ କ୍ରିକେଟର ଦ୍ରୁତତମ ଅର୍ଦ୍ଧଶତକ ହୋଇ ରହିଛି। ଏହି ଐତିହାସିକ ମୁହୂର୍ତ୍ତକୁ ଯୁବି ମନେ ପକାଇ ଉକ୍ତ ଇନିଂସର ଭିଡିଓ ଟୁଇଟରେ ଶେୟାର କରିଛନ୍ତି। ଉଲ୍ଲେଖଥାଉ କି, ଯୁବିଙ୍କ ବସ୍ଫୋରକ ଇନିଂସ ଯୋଗୁ ଭାରତୀୟ ଦଳ ଧାର୍ଯ୍ୟ ୨୦ ଓଭରରେ ୪ ଉକେଟ ହରାଇ ୨୧୮ ରନ୍‌ କରିଥିଲା। ଜବାବରେ ଇଂଲଣ୍ଡ ୬ ଉଇକେଟ ହରାଇ ୨୦୦ ରନ୍‌ କରିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri