ଆରମ୍ଭ ହେଲା ବିଧାନସଭା ବଜେଟ ଅଧିବେଶନ: ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ରଖିଛନ୍ତି। ପ୍ରଥମେ ଦିବଂଗତ ସଦସ୍ୟ, ସହିଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ପରେ ରାଷ୍ଟ୍ରପତି ଅଭିଭାଷଣ ରଖି କହିଛନ୍ତି, ଓଡ଼ିଶାକୁ ନୂଆ ଉଚ୍ଚତାକୁ ନେବାକୁ ମୋ ସରକାର ଲାଗି ରହିଛି। ଲୋକଙ୍କୁ ଶାସନର କେନ୍ଦ୍ରବିନ୍ଦୁ କରାଇ କାର୍ଯ୍ୟକ୍ରମ କରାଯାଉଛି। ଦାରିଦ୍ର୍ୟ ଦୂରୀକରଣ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଲୋକଙ୍କ ସୁବିଧା ପାଇଁ ମୋ ସରକାର ଆରମ୍ଭ କରାଯାଇଛି। ୫-ଟି ଜରିଆରେ ଶାସନକୁ ଅଧିକ କ୍ରିୟାଶୀଳ କରାଯାଇଛି। ସେହିଭଳି ଶ୍ରୀମନ୍ଦିର ଭିତ୍ତିଭୂମି ବିକାଶ ପାଇଁ ବିଶେଷ ଗୁରୁତ୍ୱ ଦିଆଯାଇଛି। ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ମଧ୍ୟ ବିଶେଷ କାର୍ଯ୍ୟକ୍ରମ କରାଯାଉଛି। ଚାଷୀଙ୍କ ଆୟ ବୃଦ୍ଧି ପାଇଁ ବହୁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଚାଷୀଙ୍କ ପାଇଁ କାଳିଆ, ପିଲାଙ୍କ ପାଇଁ କାଳିଆ ଛାତ୍ରବୃତ୍ତି ହୋଇଛି। କୃଷି ଶିଳ୍ପକୁ ପ୍ରୋତ୍ସାହନ ପାଇଁ ମୁଖ୍ୟମନ୍ତ୍ରୀ କୃଷି ଶିଳ୍ପ ଯୋଜନା ଲାଗୁ ହୋଇଛି। କୃଷି କ୍ଷେତ୍ରକୁ ଜଳ ଯୋଗାଣ ପାଇଁ ବହୁ ବ୍ୟାରେଜ ନିର୍ମାଣ ହୋଇଛି। କେନାଲ, ଉଠା ଜଳସେଚନ ଜରିଆରେ ଜଳ ଯୋଗାଣ ହେଉଛି। ପଶୁପାଳନ, ମତ୍ସ ଚାଷ ପାଇଁ ଚାଷୀଙ୍କୁ ପ୍ରୋତ୍ସାହନ ଦିଆଯାଉଛି। ଜାତୀୟ ଖାଦ୍ୟ ସୁରକ୍ଷା ମିଶନ ଜରିଆରେ ଶସ୍ୟ ଯୋଗାଣ ହେଉଛି। ପ୍ରତି ଗରିବ ପରିବାରକୁ ମୁଣ୍ଡପିଛା ୫ କେଜି ଶସ୍ୟ ଯୋଗାଣ ହେଉଛି। ସ୍ବାସ୍ଥ୍ୟସେବାରେ ଉନ୍ନତି ପାଇଁ ବହୁ ଯୋଜନା ହାତକୁ ନିଆଯାଇଛି। କଟକ ଏସ୍‌ସିବିକୁ ବିଶ୍ୱସ୍ତରୀୟ କରିବାକୁ ପଦକ୍ଷେପ ନିଆଯାଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମାଗଣା ଚିକିତ୍ସା ସେବା ମିଳୁଛି। ନିରାମୟ ଯୋଜନାରେ ରୋଗୀଙ୍କୁ ମାଗଣା ଔଷଧ ମିଳୁଛି। ମହିଳାଙ୍କୁ ସ୍ବାବଲମ୍ବୀ କରିବାକୁ ମିଶନ ଶକ୍ତି କାମ କରୁଛି। ଓଡ଼ିଆ ଭାଷା, ସଂସ୍କୃତିର ବିକାଶ ପାଇଁ ବହୁ କାର୍ଯ୍ୟକ୍ରମ କରାଯାଉଛି। ପାଇକ ବିଦ୍ରୋହ ସ୍ମାରକୀ ପାଇଁ ୧୦ ଏକର ଜମି ଦିଆଯାଇଛି। ୨୧୪ଟି ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି, ଆଉ ୩୬ଟି ଖୋଲିବ। ୫୭୬ଟି ସ୍କୁଲରେ ଧନ୍ଦାମୂଳକ ଶିକ୍ଷା ବ୍ୟବସ୍ଥା କରାଯାଇଛି। ୪୧ ଲକ୍ଷ ଛାତ୍ରୀଛାତ୍ରଙ୍କୁ ସ୍କୁଲ ୟୁନିଫର୍ମ ଯୋଗାଣ କରାଯାଉଛି। ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦିଆଯାଇଛି୧ ବିଜୁ ଯୁବ ସଶକ୍ତିକରଣ ଯୋଜନାରେ ମେଧାବୀଙ୍କୁ ବୃତ୍ତି ଦିଆଯାଉଛି। ନିର୍ମାଣ ଶ୍ରମିକଙ୍କ ପାଇଁ କ୍ଷତିପୂରଣ ୨ ଓ ୪ ଲକ୍ଷକୁ ବୃଦ୍ଧି ହୋଇଛି। ସ୍ବାଭାବିକ ମୃତ୍ୟୁରେ ୨ ଲକ୍ଷ, ଦୁର୍ଘଟଣାରେ ମୃତ୍ୟୁ ପାଇଁ ୪ ଲକ୍ଷ ମିଳିବ। ୫୭୯୮ କିମି ନୂଆ ରାସ୍ତା ଓ ୨୦୬ ଟି ସେତୁ କରାଯାଇଛି
ଫନୀରେ କ୍ଷତିଗ୍ରସ୍ତ ପୁରୀ ସହର ପାଇଁ ବହୁ କାର୍ଯ୍ୟ କରାଯାଉଥିବା ରାଜ୍ୟପାଳ କହିଛନ୍ତି। ଏହାଛଡ଼ା ଆସନ୍ତାବର୍ଷକୁ ସମ୍ପୂର୍ଣ୍ଣ ପେପରଲେସ୍‌ ବଜେଟ କରିବାକୁ ନିଷ୍ପତ୍ତି ନିଆଯାଇଥିବା ରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri