ଆଶା କର୍ମୀଙ୍କ ଜିଲା ସମ୍ମିଳନୀ ସରକାରଙ୍କ ନୀତି ବିରୋଧରେ ସଙ୍ଗଠିତ ହେବାକୁ ଆହ୍ବାନ

ନୟାଗଡ଼ ଅଫିସ,୧୩ା୧୦: ସିଆଇଟିୟୁ ପକ୍ଷରୁ ଶନିବାର ନୟାଗଡ଼ ଶିକ୍ଷକ ଭବନଠାରେ ଓଡିଶା ଆଶାକର୍ମୀ ଆସୋସିଏଶନର ଜିଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସଂଘର ଜିଲା ସଭାପତି ନଳିନୀ ଦାସ ଏଥିରେ ସଭାପତିତ୍ୱ କରିଥିଲେ। ସଙ୍ଗଠନର ରାଜ୍ୟ ସଭାପତି ଲୋଭାକାନ୍ତ ସ୍ବାଇଁ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିବା ସହିତ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶ୍ରମିକ ବିରୋଧୀ ନୀତିକୁ ତୀବ୍ର ସମାଲୋଚନା କରିଥିଲେ। ଏହା ବିରୋଧରେ ସଙ୍ଗଠିତ ହେବା ପାଇଁ କର୍ମୀମାନଙ୍କୁ ଆହ୍ବାନ ଦେଇଥିଲେ। ସମ୍ପାଦକ ସୁରେଶ ସ୍ବାଇଁ ରାଜନୈତିକ ଓ ସାଙ୍ଗଠନିକ ତଥ୍ୟ ଉପସ୍ଥାପନ କରିଥିଲେ। ଏହା ଉପରେ ସଙ୍ଗଠନର ୮ଜଣ ପ୍ରତିନିଧି ଆଲୋଚନା କରିଥିଲେ। ସିଆଇଟିୟୁ ନେତା ବିଶ୍ୱନାଥ ମହାପାତ୍ର, ଗଣତାନ୍ତ୍ରିକ ମହିଳା ସମିତିର ରାଜ୍ୟ ଉପସଭାପତି ପୁଷ୍ପା ଦାସ, ଶରତ ବେହେରା, ଗୋଲଖ ମୁଦୁଲି, ଏସ୍‌. ଏ. କରିମ, ସଂଯୁକ୍ତା ସେଠୀ, ଜୟନ୍ତୀ ଦାସ, ଜ୍ୟୋତିପ୍ରଭା ଜେନା ପ୍ରମୁଖ ଉପସ୍ଥିତ ରହି ବକ୍ତବ୍ୟ ରଖିଥିଲେ। କର୍ମକର୍ତ୍ତାମାନେ ଏନ୍‌ଏଚ୍‌ଏମ୍‌କୁ ସ୍ଥାୟୀ କରିବା, ଆଶାକର୍ମୀଙ୍କୁ ସରକାରୀ ମାନ୍ୟତା, ମାସିକ ୨୦ ହଜାର ଟଙ୍କା ପ୍ରଦାନ, ସମସ୍ତ ଆଶାକର୍ମୀଙ୍କୁ ପେନ୍‌ସନ, ମୃତ୍ୟୁକାଳୀନ ସହାୟତା, ସାମାଜିକ ସୁରକ୍ଷା ପ୍ରଦାନ କରିବାକୁ ଦାବି ଉପସ୍ଥାପନ କରିଥିଲେ। ଆଗାମୀ ଦିନରେ ଏଥିଲାଗି ଆବଶ୍ୟକ ପଡ଼ିଲେ ଆନ୍ଦୋଳନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ଏହି ଅବସରରେ ଏକ ଜିଲାସ୍ତରୀୟ କମିଟି ଗଠନ କରାଯାଇଥିଲା। ସଭାପତି ଭାବେ ସୁରେଶ ଚନ୍ଦ୍ର ସ୍ବାଇଁ, ଉପସଭାପତି ଶରତ ବେହେରା, ଚାପଧାରୀ ରାଉତ, ସମ୍ପାଦିକା ନଳିନୀ ଦାସ, ସହ ସମ୍ପାଦିକା ସସ୍ମିତା ପଟ୍ଟନାୟକ, ସଂଯୁକ୍ତା ସେଠୀ, କୋଷାଧ୍ୟକ୍ଷ ଭାବେ ଅହଲ୍ୟା ସେଠୀଙ୍କୁ ନିର୍ବାଚିତ କରାଯାଇଥିଲା। ଆସନ୍ତା ୨୦ ତାରିଖରେ ରାଉରକେଲାଠାରେ ହେବାକୁ ଥିବା ରାଜ୍ୟ ସମ୍ମିଳନୀରେ ଯୋଗଦେବା ପାଇଁ ନିର୍ବାଚିତ କମିଟି ସଭ୍ୟାସଭ୍ୟ ନିଷତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri