ଇକୋ ସେନି୍ସଟିଭ୍‌ ଜୋନ ନାଁରେ ଉଚ୍ଛେଦକୁ ବିରୋଧ: ୨୮୫ ଗାଁ ବାସିନ୍ଦାଙ୍କ ବିକ୍ଷୋଭ ଶୋଭାଯାତ୍ରା

ବାରିପଦା ଅଫିସ,୧୮ା୧୦- ମୟୂରଭଞ୍ଜ ଜିଲାର ଶିମିଳିପାଳ ଅଞ୍ଚଳରୁ ୨୮୫ ଗ୍ରାମର ଆଦିବାସୀ ମୂଳବାସିନ୍ଦାମାନଙ୍କୁ ଇକୋ-ସେନ୍ସିଟିଭ୍‌ ଜୋନ ବାହାନାରେ ଉଚ୍ଛେଦ କରିବା ଯୋଜନାକୁ ବିରୋଧ କରାଯାଇଛି। ଏଥିନେଇ ଜିଲା ପେସା ଗ୍ରାମସଭା କୋଅର୍ଡିନେଶନ କମିଟି ପକ୍ଷରୁ ଗୁରୁବାର ମଧୁବନ ପଡ଼ିିଆଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଶୋଭାଯାତ୍ରାରେ ହଜାର ହଜାର ସଂଖ୍ୟକ ଗ୍ରାମବାସୀ ଯୋଗ ଦେଇଥିଲେ। ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଜିଲା ପ୍ରଶାସନ ଜରିଆରେ ଭାରତ ସରକାରଙ୍କ ନ୍ୟାଶନାଲ କମିଶନ ଫର୍‌ ସିଡ୍ୟୁଲ ଟ୍ରାଇବ୍‌ର ଚେୟାରପର୍ସନ, କେନ୍ଦ୍ର ପରିବେଶ ଓ ଜଙ୍ଗଲ ବିଭାଗ ସେକ୍ରେଟାରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏହା ସହିତ ରାଷ୍ଟ୍ରପତି, ରାଜ୍ୟପାଳ ଓ ମୟୂରଭଞ୍ଜ ଜିଲାପାଳଙ୍କ ନିକଟକୁ ଦାବିପତ୍ର ମଧ୍ୟ ପଠାଯାଇଛି।
କମିଟିର ଅଭିଯୋଗ ଅନୁଯାୟୀ, ଶିମିଳିପାଳ ଭିତରେ ତଥା ପାଦଦେଶରେ ଜିଲାର ୨୮୫ଟି ଗ୍ରାମର ଅଧିବାସୀ ଦୀର୍ଘ ବର୍ଷ ହେବ ରହି ଆସୁଛନ୍ତି। ଏମାନେ ସମସ୍ତେ ଆଦିବାସୀ ସମ୍ପ୍ରଦାୟର ହୋଇଥିବା ବେଳେ ଜଙ୍ଗଲ ଉପରେ ନିର୍ଭର କରି ଗୁଜୁରାଣ ମେଣ୍ଟାଇଥାନ୍ତି। ଏବେ ସେମାନଙ୍କୁ ଇକୋ-ସେନ୍ସିଟିଭ ଜୋନ ନାମରେ ଉଚ୍ଛେଦ କରିବା ପାଇଁ ଯୋଜନା କରାଯାଉଛି। ତେବେ ଆଦିବାସୀଙ୍କ ପାଇଁ ଉଦ୍ଦିଷ୍ଟ ପଞ୍ଚାୟତ ଏକ୍ସଟେନସନ ସିଡ୍ୟୁଲ ଏରିଆ (ପେସା) ଆଇନକୁ ମଧ୍ୟ କାର୍ଯ୍ୟକାରୀ କରିବାକୁ ସରକାର ଗୁରୁତ୍ୱ ଦେଉ ନାହାନ୍ତି। ଆଦିବାସୀଙ୍କ ସାମାଜିକ, ଆର୍ଥିକ ଓ ସାଂସ୍କୃତିକ ବିକାଶ କରିବା ପେସା ଆଇନର ମୂଳ ଲକ୍ଷ୍ୟ। ଏହି ଆଇନ କାର୍ଯ୍ୟକାରୀ ହେଲେ ଗ୍ରାମସଭା ତଥା ଗଠନ କରାଯାଇଥିବା ପରିଷଦ ହାତରେ ଗ୍ରାମର ସମସ୍ତ ଦାୟିତ୍ୱ ନ୍ୟସ୍ତ ରହିବ। ଲଘୁ ବନଜାତ ଦ୍ରବ୍ୟ, କ୍ଷୁଦ୍ର ଜଳସେଚନ, ହିତାଧିକାରୀ ଚୟନ କରିବା, ପ୍ରକଳ୍ପ କାର୍ଯ୍ୟକାରୀ କରିବା, ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନଓ୍ବାଡି ଆଦିର ପରିଚାଳନା ନିଷ୍ପତ୍ତି ରହିବ। ଏହା ଦ୍ୱାରା ଆଦିବାସୀମାନଙ୍କର ସଂସ୍କୃତି, ପରମ୍ପରା ଓ ଜୀବିକା ସୁରକ୍ଷିତ ରହିବା ସହ ଜଳ, ଜମି, ଜଙ୍ଗଲକୁ ସୁରକ୍ଷା ଯୋଗାଯାଇ ପାରିବ। ଏହି ଆଇନ କାର୍ଯ୍ୟକାରୀ ନ ହେବାରୁ ବିଭିନ୍ନ ପ୍ରକଳ୍ପ ଯୋଗୁ ଆଦିବାସୀମାନଙ୍କୁ ନିଜର ମୂଳବସତିରୁ ବିସ୍ଥାପିତ ହେବାକୁ ପଡୁଛି। ହଠାତ ହେଉଥିବା ପରିବର୍ତ୍ତନକୁ ସେମାନେ ଗ୍ରହଣ କରିପାରୁ ନାହାନ୍ତି। ଫଳରେ ସେମାନେ ବାଧ୍ୟ ହୋଇ ଜଙ୍ଗଲ ଛାଡୁଥିବା ବେଳେ ସେମାନଙ୍କ ବିକାଶ ହୋଇପାରୁନାହିଁ। ଆଦିମ ଏବଂ ବିଲୁପ୍ତ ହେବାକୁ ବସିଥିବା ଆଦିବାସୀମାନେ ସ୍ବାଧୀନତା ପରଠାରୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ହୋଇ ଚାଲିଛନ୍ତି। ପେସା ଆଇନ କାର୍ଯ୍ୟକାରୀ କରି ସରକାର ତୃଣମୂଳସ୍ତରରୁ ବିଭିନ୍ନ ବର୍ଗର ଅବହେଳିତ ଆଦିବାସୀଙ୍କ ବିକାଶ କରିବାକୁ କମିଟି ଦାବି କରିଛି । ଏହି କାର୍ଯ୍ୟକ୍ରମରେ କମିଟିର ପାଣ୍ଡୁରାମ ହେମ୍ବ୍ରମ, ନନାରାମ ମୁର୍ମୁ, ରାମଦାସ ମାରାଣ୍ଡି, ଶଙ୍କର ମାରାଣ୍ଡି, କାର୍ମୀମଣି କିସ୍କୁ, ସାୱାନ ବାସ୍କେ, ଅଶୋକ ସିଂ, ଦୁର୍ଗାଚରଣ ମାରାଣ୍ଡି, ସୁରେନ୍ଦ୍ର ସୋରେନ ପ୍ରମୁଖଙ୍କ ସମେତ ଅନ୍ୟମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri