ଇଞ୍ଜିନିୟରିଂ ଛାତ୍ରୀଙ୍କୁ ବ୍ଲାକମେଲିଂ ଉଦ୍ୟମ, ଯୁବକ ଗିରଫ

ଜଗତ୍‌ସିଂହପୁର ଅଫିସ,୨ା୩: ଇଞ୍ଜିନିୟରିଂ ଛାତ୍ରୀଙ୍କୁ ବ୍ଲାକମେଲିଂ କରିବାକୁ ଉଦ୍ୟମ କରି ରବିବାର ଜଣେ ଯୁବକ ଗିରଫ ହେବା ସହ କୋର୍ଟ ଚାଲାଣ ହୋଇଛନ୍ତି। ସେ ହେଲେ ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଧୂଆଁପାରିର ହିରଣ୍ମୟ ବାରିକ ଓରଫ ଶଙ୍କର। ପୋଲିସ ସୂଚନା ଅନୁଯାୟୀ ଶଙ୍କର ସଅଁରା ଛକରେ ଏକ ଷ୍ଟୁଡିଓ କରିଛନ୍ତି। ଇଞ୍ଜିନିୟରିଂ ଛାତ୍ରୀଙ୍କୁ ସେ ଜାଣିଛନ୍ତି। ତେଣୁ ପ୍ରଥମେ ଛାତ୍ରୀଙ୍କୁ ପ୍ରେମ ଜାଲରେ ଛନ୍ଦିବା ପାଇଁ ଉଦ୍ୟମ କରି ବିଫଳ ହେବାରୁ ବଦନାମ କରିବା ପାଇଁ ଚେଷ୍ଟା କରିଥିଲେ। ଫେସବୁକ୍‌ ଆକାଉଣ୍ଟରୁ ଛାତ୍ରୀଙ୍କ ଫଟୋ ନେଇ ତାହାକୁ ଅଶ୍ଳୀଳ ଫଟୋ ସହ ଯୋଡିଥିଲେ। ପରେ ଏହି ଫଟୋ ଓ ଭିଡିଓକୁ ଜାନୁୟାରୀ ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ଛାତ୍ରୀଙ୍କ ପାଖକୁ ପଠାଇ କଥାବାର୍ତ୍ତା ହେବା ପାଇଁ ଦାବି କରିଥିଲେ। ଏଭଳି ଅଶ୍ଳୀଳ ନକଲି ଫଟୋ ଦେଖି ଛାତ୍ରୀ ଜଣକ ତାଙ୍କୁ ଗାଳିଗୁଲଜ କରିଥିଲେ। ହେଲେ ଶଙ୍କରଙ୍କ ଚରିତ୍ରରେ କୌଣସି ପରିବର୍ତ୍ତନ ଆସି ନ ଥିଲା। ବାରମ୍ବାର ଏଭଳି କରିବାରୁ ଗତ ଜାନୁୟାରୀ ୨୯ରେ ଶଙ୍କରଙ୍କ ବିରୋଧରେ ଥାନାରେ ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗକ୍ରମେ ପୋଲିସ ମାମଲା ସଂଖ୍ୟା ୩୮/୨୦ ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri