ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ: ନୂଆପଡାକୁ ହରାଇ କୋମନା ଚାମ୍ପିୟନ

କୋମନା,୨୬।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ତରବୋଡସ୍ଥିତ ରାଜିବ ଗାନ୍ଧୀ ମିନି ଷ୍ଟାଡିୟମରେ ଚାଲିଥିବା ଦ୍ୱାଦଶ ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ କୋମନା ଦଳ ନୂଆପଡାକୁ ହରାଇ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ପୂର୍ବାହ୍ନରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ କୋମନା ଦଳ ନିର୍ଦ୍ଧାରିତ ସମୟରେ ନୂଆପଡା ଦଳକୁ ୨ ଗୋଲ ଦେଇଥିଲା। ଏହାର ଜବାବରେ ନୂଆପଡା ଦଳ କୋମନାକୁ ଗୋଟିଏ ଗୋଲ ଦେବାରେ ସକ୍ଷମ ହୋଇଥିଲା। ଫଳରେ କୋମନା ଦଳ ୨-୧ ଗୋଲରେ ନୂଆପଡାକୁ ହରାଇ ଚାମ୍ପିୟନ ଟ୍ରଫି ହାସଲ କରିବାରେ ସଫଳ ହୋଇଛି । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ, ବିଜେଡି ରାଜ୍ୟ ସମ୍ପାଦକ ତଥା ଓସିଏ ଉପସଭାପତି ସରୋଜ କୁମାର ସାହୁ ସ୍ବତନ୍ତ୍ର ଅତିଥ, ସାମାଜିକ କର୍ମୀ ଗୋପମଣି ପାଣିଗ୍ରାହୀ, ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଯୁବ ବିଜେଡି ସଭାପତି ସୁଧୀର କୁମାର ମିଶ୍ର, ସାମାଜିକ କର୍ମୀ କାଳିଆ ପ୍ରଧାନ, ମାଧବ ପ୍ରସାଦ ସାହୁ, ଶ୍ରୀକାନ୍ତ ପ୍ରଧାନ, ସ୍ଥାନୀୟ ରାଜସ୍ବ ନିରିକ୍ଷକ ସୁଖରାମ ସାହୁ, ଠାକରୁ ଜଗତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଜେତା ଦଳକୁ ପୁରସ୍କାର ପ୍ରଦାନ କରିଥିଲେ। ଫାଇନାଲ ମ୍ୟାଚକୁ ହରିହର ସାହୁ, ବଳରାମ ସରାଫ, ଚୈତନ୍ୟ ମାଝି ଓ ଅମନ ଛତ୍ରିଆ ଖେଳ ପରିଚାଳନା କରିଥିବା ବେଳେ ଭୋଜରାମ ଅହିର, ପରସରାମ ଅହିର ଏବଂ ଦୟାଲାଲ ଅହିର ଧାରାବୀବରଣି ପ୍ରଦାନ କରିଥିଲେ । ଆୟୋଜକ ସଂଘ ପ୍ରତେକ ସଦସ୍ୟ ଟୁର୍ନାମେଣ୍ଟ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri