ଏଡିଜେଙ୍କ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ/ ପାଟଣାଗଡ଼, ୭ା୩ (ଡି.ଏନ.ଏ.): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପୁଞ୍ଜିଲାଲ ମେହେରଙ୍କୁ ଶୁକ୍ରବାର ପାଟଣାଗଡ଼ ଏଡିଜେଙ୍କ କୋର୍ଟରେ ଚାର୍ଜଫ୍ରେମ ପାଇଁ ହାଜର କରାଯାଇଥିଲା। ତେବେ ପୁଞ୍ଜିଲାଲଙ୍କ ଆଡଭୋକେଟ୍‌ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଓ ଆବଶ୍ୟକୀୟ କାଗଜପତ୍ର ମାଗିଥିଲେ। ଏହି ତଥ୍ୟ ମିଳି ନ ଥିବାରୁ ପାଟଣାଗଡ଼ ଏଡିଜେ ଚାର୍ଜଫ୍ରେମ ପ୍ରକ୍ରିୟାକୁ ଆସନ୍ତା ୨୬ ତାରିଖକୁ ଘୁଞ୍ଚାଇ ଦେଇଥିବା ଜଣାପଡିଛି। ଏନେଇ ପୁଞ୍ଜିଲାଲଙ୍କ ଆଡଭୋକେଟ ଶ୍ରୀମତ୍‌ ପାଣିଗ୍ରାହୀଙ୍କୁ ପଚାରିବାରୁ ଶୁକ୍ରବାର ପୁଞ୍ଜିଲାଲଙ୍କ ବିରୋଧରେ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଚାର୍ଜଫ୍ରେମ ହେବାର ଥିଲା। ତାଙ୍କ ବିରୋଧରେ ରହିଥିବା ଅଭିଯୋଗ ଉପରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମାଗିଥିଲୁ। ତେବେ ତଥ୍ୟ ଯୋଗାଇ ଦିଆଯାଇ ନ ଥିବାରୁ ଚାର୍ଜଫ୍ରେମ ପ୍ରକ୍ରିୟାକୁ ଏଡିଜେ ଆସନ୍ତା ୨୬ ମାର୍ଚ୍ଚକୁ ଘୁଞ୍ଚାଇ ଦେଇଥିବା ସେ କହିଛନ୍ତି।
୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ ବ୍ରହ୍ମପୁରା ଛକ ନିକଟ ଅଧ୍ୟାପକ ରବୀନ୍ଦ୍ର ସାହୁଙ୍କ ଘରେ ପାର୍ସଲ ବୋମା ବିସ୍ଫୋରଣ ଘଟିଥିଲା। ଏଥିରେ ଅଧ୍ୟାପକ ସାହୁଙ୍କ ଏକମାତ୍ର ନବବିବାହିତ ପୁଅ ସୌମ୍ୟଶେଖର ସାହୁ(୨୬) ଓ ପିଉସୀ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା।
ସୌମ୍ୟଶେଖରଙ୍କ ନବବିବାହିତ ସ୍ତ୍ରୀ ରିମାରାଣୀ ଗୁରୁତର ଆହତ ହୋଇ ଦୀର୍ଘଦିନ ଧରି ଚିକିତ୍ସାରେ ରହିଥିଲେ। ପାର୍ସଲ ବୋମା ବିସ୍ଫୋରଣ ମାମଲାର ତଦନ୍ତ କରି କ୍ରାଇମବ୍ରାଞ୍ଚ ଟିମ୍‌ ଭଇଁଷା କଲେଜର ଇଂଲିଶ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ କରିଥିଲା। ପୁଞ୍ଜିଲାଲ ବର୍ତ୍ତମାନ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ରହିଛନ୍ତି। ମୃତ ସୌମ୍ୟଶେଖରଙ୍କ ବାପା ଅଧ୍ୟାପକ ସାହୁ ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ଦୁଇବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ଏଯାଏ କୋର୍ଟରେ ଅଭିଯୁକ୍ତଙ୍କ ବିଚାର ପ୍ରକ୍ରିୟା ଆରମ୍ଭ ହୋଇପାରି ନ ଥିବାରୁ ଗଭୀର କ୍ଷୋଭ ପ୍ରକାଶ କରିଛନ୍ତି। ତେବେ ଆଇନ ବ୍ୟବସ୍ଥା ଉପରେ ଭରସା ରହିଛି ଓ ତାଙ୍କ ପରିବାର ନ୍ୟାୟ ପାଇବେ ବୋଲି ସେ ଗଣମାଧ୍ୟମକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri