ଏନ୍‌ଟିପିସିର ୩୦ ତମ ପ୍ରତିଷ୍ଠା ଦିବସ:ସଫଳତା ବଜାୟ ରଖିବାକୁ ଆହ୍ବାନ

ତାଳଚେର,୪ା୬(ନି.ପ୍ର.)କଣିହଁ। ସ୍ଥିତ ଏନ୍‌ଟିପିସି ପ୍ରକଳ୍ପ ପକ୍ଷରୁ ୩୦ ତମ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ଚିଫ୍‌ ଜେନେରାଲ ମ୍ୟାନେଜର ରମେଶ ବାବୁ ଏନ୍‌ଟିପିସି ପତାକା ଉତ୍ତୋଳନ କରିବା ସହ ଉଦ୍‌ବୋଧନ ଦେଇଥିଲେ। ସେ କହିଥିଲେ ଯେ, ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଏନ୍‌ଟିପିସିକୁ ୨୧,୮୮୫ ମିଲିୟନ ୟୁନିଟ୍‌ ବିଦ୍ୟୁତ୍‌ ଉପତ୍ାଦନ ପାଇଁ ଲକ୍ଷ୍ୟଧାର୍ଯ୍ୟ ଦିଆଯାଇଛି। ମେ ୩୧ ସୁଦ୍ଧା ଏହି କେନ୍ଦ୍ରରୁ ୩୮୧୨ ମିଲିୟନ ୟୁନିଟ୍‌ ବିଦ୍ୟୁତ୍‌ ଉତ୍ପାଦନ ହୋଇଛି। ଏହା ପ୍ଲାଣ୍ଟ ଲୋଡ ଫ୍ୟାକ୍ଟର (ପିଏଲ୍‌ଏଫ୍‌)ର ୮୬.୮୧ ପ୍ରତିଶତ। ୨୦୧୮-୧୯ରେ ଏହି କେନ୍ଦ୍ରରୁ ୨୧,୨୪୨ ମିଲିୟନ ୟୁନିଟ୍‌ ବିଦ୍ୟୁତ୍‌ ଉତ୍ପାଦନ ହୋଇଥିଲା। ଆଗାମୀ ଦିନରେ ଆସୁଥିବା ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେବା ସହ ଏହି ସଫଳତାକୁ ବଜାୟ ରଖିବାକୁ ସେ ଆହ୍ବାନ ଦେଇଥିଲେ। ଏଥିସହ ଟାଉନଶିପ ଓ ସ୍କୁଲ ବିଲଡିଂରେ ୩୦୦ କେଡବ୍ଲ୍ୟୁପି ରୁଫଟଫ ସୋଲାର ପାୱାର କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଚଳିତ ବର୍ଷ ସିଏସ୍‌ଆର୍‌ ଯୋଜନାରେ ବାଳିକା ସଶକ୍ତୀକରଣ ଭଳି ନୂତନ କାର୍ଯ୍ୟକମ ହାତକୁ ନିଆଯାଇଛି ବୋଲି ଚିଫ୍‌ ଜେନେରାଲ ମ୍ୟାନେଜର କହିଥିଲେ। ପରେ ଏନ୍‌ଟିପିସି ପକ୍ଷରୁ ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଟାଉନଶିପ ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ପତନଭିସଙ୍ଗମ ସଭାପତି, ଜେନେରାଲ ମ୍ୟାନେଜର ଏନ.ଏସ. ରାଓ, ବି. ମହାରଣା, କେ.କେ. ଦାସଙ୍କ ସମେତ ବରିଷ୍ଠ ଅଧିକରୀ, କର୍ମଚାରୀ, ସିଆଇଏସ୍‌ଏଫ୍‌ର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରତିନିଧିଙ୍କ ଅକାଳ ବିୟୋଗ

ଅନୁଗୋଳ,୨୫।୯: ଧରିତ୍ରୀର ଅନୁଗୋଳ ଜିଲା କଣିହାଁ ବ୍ଲକ ପ୍ରତିନିଧି ସଚିଦାନନ୍ଦ ପ୍ରଧାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବବର୍ଷ ବୟସ ହୋଇଥିଲା। ହଠାତ...

କାର୍‌ ସହ କେନାଲରେ ବୁଡ଼ିଗଲେ ଯୁବକ

ଫୁଲନଖରା,୨୫।୯(ସତ୍ୟରଞ୍ଜନ ଦାସମହାପାତ୍ର):କଟକ ଜିଲା ସଦର ଥାନା ଅନ୍ତର୍ଗତ ନୂଆ କାଚରାମାଳଠାରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ କାର୍‌ ଭାରସାମ୍ୟ ହରାଇ କେନାଲ ଭିତରକୁ ଖସିପଡ଼ିଥିଲା। ଏଥିରେ...

ପୂର୍ବ ଶତ୍ରୁତା, ସ୍କ୍ରାପ୍‌ ବିକ୍ରି ବିବାଦରୁ ଗଡ଼ିଥିଲା ମୁଣ୍ଡ

ଅନୁଗୋଳ,୨୫୯ (ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସଦର ଥାନା ଛେଳିଆପଡ଼ାସ୍ଥିତ ଭବାନୀ ଶଙ୍କର ଭଞ୍ଜ (ବୁବୁ) ହତ୍ୟାକାଣ୍ଡ ଉପରୁ ପୋଲିସ ମଙ୍ଗଳବାର ପରଦା ଉଠାଇଛି। ପୂର୍ବ ଶତ୍ରୁତା ଓ...

ମାଡ଼ ଖାଇ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ବନ କର୍ମଚାରୀ

ଅନୁଗୋଳ,୨୦।୯: ହାତୀ ଘଉଡାଇବାକୁ ଯାଇଥିବା ବେଳେ ଗ୍ରାମବାସୀଙ୍କ ମାଡ଼ରେ ଜଣେ ବନ କର୍ମଚାରୀ ଗୁରୁତର ଆହତ ହୋଇଥିବା ବେଳେ ଆଉ ୨ଜଣ କର୍ମଚାରୀ ଆହତ ହୋଇଛନ୍ତି।...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଅଘଟଣ: ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

ଅନୁଗୋଳ,୧୩।୯: ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ପଶି କାମ କରୁଥିବା ବେଳେ ଶ୍ୱାସରୁଦ୍ଧ...

କଠୋର ହେଲା ପ୍ରଶାସନ, ଶିଳ୍ପନଗରୀରେ ବାଜିବନି ଡିଜେ

ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର...

ଗୋରୁ ଚାଲାଣବେଳେ ମାଡ଼ିବସିଲେ ଗ୍ରାମବାସୀ

ଅନୁଗୋଳ ଅଫିସ,୧୦।୯- ଅନୁଗୁଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ମହିଧରପୁର ଉପରଛକ ଠାରେ ଗୋରୁଚାଲଣ ବେଳେ ବିରୋଧ କରିଥିଲେ ଗ୍ରାମବାସୀ । ପୋଲିସ ଘଟଣାସ୍ଥଳରେ ପହଞ୍ଚି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri