ଏପ୍ରିଲ ୫ ରାତି ୯ଟାରେ ୯ ମିିନିଟ୍‌ ପାଇଁ ଘରର ଲାଇଟ୍‌ ବନ୍ଦ କରିବାକୁ ନିବେଦନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩ା୪ : କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ଉପରେ କଡ଼ା ନଜର ରଖିଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର ପୂର୍ବାହ୍ନ ୯ଟାରେ କରୋନା ସହ ଲଢୁଥିବା ଦେଶର ଲୋକଙ୍କୁ ଏକ ଭିଡିଓ ବାର୍ତ୍ତା ଦେଇଛନ୍ତି। ଏହି ବାର୍ତ୍ତାରେ ଏପ୍ରିଲ ୫ ରବିବାର ରାତି ୯ଟାରେ ଘରର ସମସ୍ତ ଲାଇଟ୍‌ ବନ୍ଦ କରି ୯ ମିନିଟ୍‌ ପାଇଁ ମହମବତୀ, ଦୀପ, ଟର୍ଚ୍ଚ, ମୋବାଇଲ ଫ୍ଲାସ୍‌ ଲାଇଟ୍‌ ଆଦି ଜଳାଇବାକୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନିବେଦନ କରିଛନ୍ତି।
ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି ଯେ, ଆମ ସମସ୍ତଙ୍କୁ କରୋନା ସଙ୍କଟର ଅନ୍ଧକାରକୁ ଚ୍ୟାଲେଞ୍ଜ କରିବାକୁ ପଡ଼ିବ। ଏହାକୁ ଆଲୋକର ଶକ୍ତି ଦେଖାଇବାକୁ ପଡ଼ିବ। ତେଣୁ ଏହି ଏପ୍ରିଲ୍‌ ୫ରେ ଆମକୁ ୧୩୦ କୋଟି ଦେଶବାସୀଙ୍କ ସୁପର ପାୱାର୍‌ ଜାଗ୍ରତ କରିବାକୁ ପଡ଼ିବ। ଜନତା ଜନାର୍ଦ୍ଦନଙ୍କୁ ଭଗବାନଙ୍କର ରୂପ ବୋଲି ବିଶ୍ୱାସ କରାଯାଏ। ତେଣୁ ଯେତେବେଳେ ଦେଶ ଏତେ ବଡ଼ ଯୁଦ୍ଧ କରୁଛି, ସେତେବେଳେ ଏଭଳି ଲାଇଟ୍‌ରେ ଲୋକମାନେ କ୍ରମାଗତ ଭାବରେ ସୁପରପାୱାର ବା ମହାଶକ୍ତି ଜାଗ୍ରତ କରାଇବା ଜରୁରୀ।  ଆମକୁ ଏହି ସଂକଳ୍ପ କରିବାକୁ ପଡ଼ିବ ଯେ, ଆମେ ଏକାକୀ ନୁହଁ, କେହି ବି ଏକାକୀ ନୁହଁ। ସେହିପରି ଲକ୍‌ଡାଉନ୍‌କୁ ସମଗ୍ର ଦେଶବାସୀ ସମ୍ମାନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଗୁଳିରେ ବଳାତ୍କାର ଅଭିଯୁକ୍ତଙ୍କ ମୃତ୍ୟୁ

ମୁମ୍ବାଇ,୨୩ା୯:ମହାରାଷ୍ଟ୍ରର ବଦଲାପୁରର ଏକ ନର୍ସରୀ ସ୍କୁଲରେ ଦୁଇ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସୋମବାର ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଅଭିଯୁକ୍ତ ଅକ୍ଷୟ ସିନ୍ଧେଙ୍କୁ ତାଲୋଜା...

ଆଣ୍ଟିବାୟୋଟିକ୍‌ରେ ଭଲ ହେଉନି ଟାଇଫଏଡ୍‌, ନିମୋନିଆ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୩ା୯: ମୁତ୍ରନଳୀରେ ସଂକ୍ରମଣ (ୟୁଟିଆଇ), ରକ୍ତ ସଂକ୍ରମଣ, ନିମୋନିଆ, ଟାଇଫଏଡ୍‌ ଭଳି କେତେକ ରୋଗ ସାଧାରଣ ଆଣ୍ଟିବାୟୋଟିକ୍‌ରେ ଆଉ ଭଲ ହେଉନାହିଁ। ଏହି ରୋଗ ସୃଷ୍ଟି...

ଏହି ୧୬ ଔଷଧକୁ ବିଷାକ୍ତ ଘୋଷଣା କଲା ଡିସିଜିଆଇ

ନୂଆଦିଲ୍ଲୀ,୨୩ା୯:ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ୧୬ଟି ସାଧାରଣ ବ୍ୟବହୃତ ଔଷଧକୁ ବିଷାକ୍ତ ଘୋଷଣା କରିଛନ୍ତି। ଏହି ଔଷଧଗୁଡ଼ିକ ନିୟାମକର ମାନ ଏବଂ ନରାପତ୍ତା ପରୀକ୍ଷାରେ ବିଫଳ...

“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ

ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି...

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ...

ଚତୁର୍ଥଥର ଭାଜପା ସରକାର ଆସିବ କୌଣସି ଗ୍ୟାରେଣ୍ଟି ନାହିଁ, କିନ୍ତୁ…କାହିଁକି ଏମିତି କହିଲେ ନିତିନ ଗଡକରୀ

ନାଗପୁର,୨୩।୯: ନାଗପୁରରେ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ ମୋଦି ସରକାରଙ୍କ ମନ୍ତ୍ରୀ ତଥା ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ମୁଖ୍ୟ ରାମଦାସ...

ତିରୁପତି ଲଡୁ ବିବାଦ: ମୋଦି ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୨୩।୯: ତିରୁପତି ମନ୍ଦିର ସହ ଜଡିତ ଲଡୁ ବିବାଦରେ ମୋଦିସରକାର ବଡ ପଦକ୍ଷେପ ନେଇଛନ୍ତି। ସୋମବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଘିଅ ଯୋଗାଣକାରୀ କମ୍ପାନୀକୁ ଏକ କାରଣ...

ନୂଆ ରଣନୀତିରେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୯: ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ନୂଆ ରାଜନୈତିକ ରଣନୀତି ଆପଣାଇଛନ୍ତି। କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri