ଏଫଏମ୍‌ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ: ‘ଚାକିରି ପଛରେ ନ ଗୋଡ଼ାଇ ନିଯୁକ୍ତି ସୁଯୋଗ ସୃଷ୍ଟି କର’

ବାଲେଶ୍ୱର ଅଫିସ, ୧୨।୭-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍‌ ୟୁନିଭରସିଟି)ର ଏକବିଂଶତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳପତି ଡ. ମଧୁମିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଝାଡ଼ଖଣ୍ଡ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେଇ କଳା ଓ ସାହିତ୍ୟ ବିନା ଜୀବନ ଅସମ୍ପୂର୍ଣ୍ଣ ବୋଲି କହିଥିଲେ ା ଏବେ ସମସ୍ତେ ସମୟକୁ ପ୍ରାଧାନ୍ୟ ଦେଉଛନ୍ତି ା ସମୟ ସହିତ ତାଳ ଦେଇ ଚାଲିବା ସହିତ ରାଜନୀତି, ବାଣିଜ୍ୟ ବ୍ୟାପାର, ନିଯୁକ୍ତି ଭଳି ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗୀ ମନୋଭାବ ରଖିବାକୁ ପଡିବ ବୋଲି ସେ କହିଥିଲେ ା ମାନସିକ ଓ ଶାରୀରିକ ଅନଗ୍ରସର ବ୍ୟକ୍ତିଙ୍କୁ ଉପେକ୍ଷା ନ କରି ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାକୁ ସେ ପରାମର୍ଶ ଦେଇଥିଲେ। ଚାକିରୀ ପଛରେ ନ ଗୋଡ଼ାଇ ନିଜ ଜ୍ଞାନ ଏବଂ ପରିଶ୍ରମ ବଳରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ହେବ ବୋଲି ସେ କହିଥିଲେ। ଏହି ଅବସରରେ ରାଜ୍ୟପାଳ ମୁର୍ମୁ ବିଶ୍ୱବିଦ୍ୟାଳୟର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ। ଝାଡ଼ଖଣ୍ଡରେ ଥିବା ବିଶ୍ୱବିଦ୍ୟାଳୟଗୁଡ଼ିକରେ ଓଡ଼ିଆ ଭାଷାକୁ ପ୍ରାଧାନ୍ୟ ଦେବା ପାଇଁ ସେ ଚେଷ୍ଟା କରିବେ ବୋଲି କହିଥିଲେ।
ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ସଚ୍ଚିଦାନନ୍ଦ ଦେହୁରୀ ସ୍ବାଗତ ଭାଷଣ ଦେଇ ବିଶ୍ୱବିଦ୍ୟାଳୟର ଦୀର୍ଘ ୨୧ ବର୍ଷର ସଫଳତା ସମ୍ପର୍କରେ ବର୍ଣ୍ଣନା କରିଥିଲେ। ରେଜିଷ୍ଟ୍ରାର ଅମର ସିଂ ସୋରେନ୍‌ ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗର ପ୍ରାଧ୍ୟାପିକା, ପ୍ରାଧ୍ୟାପକ, ଛାତ୍ରୀଛାତ୍ରଙ୍କର କୃତିତ୍ୱ ସମ୍ପର୍କରେ ଉଦ୍‌ବୋଧନ ଦେବା ସହ ଉକ୍ତ ବିଶ୍ୱବିଦ୍ୟାଳୟ କେବଳ ଦେଶ ନୁହେଁ ବିଦେଶରେ ମଧ୍ୟ ସୁନାମ ଅର୍ଜନ କରିଥିବା ତଥ୍ୟ ଉପସ୍ଥାପନା କରିଥିଲେ। ଉତ୍ସବରେ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟର ଜାତୀୟ ସେବା ସଂସ୍ଥାର ପ୍ରୋଗ୍ରାମ ଅଫିସର ପ୍ରଭାତ ରଞ୍ଜନ ଦାସ, ରୂପ୍‌ସା ନୀଳମଣି ମହାବିଦ୍ୟାଳୟର ଛାତ୍ର ରାକେଶ କୁମାର ବାରିକଙ୍କୁ ଜାତୀୟ ସେବା ସଂସ୍ଥାର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ସମ୍ମାନିତ କରାଯାଇଥିଲା। ନାଇଜରର ନିର୍ଦ୍ଦେଶକ ତଥା ବିଶିଷ୍ଟ ବୈଜ୍ଞାନିକ ଡ. ସୁଧାକର ପଣ୍ଡା, ବିଶିଷ୍ଟ ଲେଖକ ତଥା ଗୀତିକାର ଇଂ. ଅଭୟ ସୂତାର, ଯୁବ ବୈଜ୍ଞାନିକ ନୀଳମାଧବ ବେହେରାଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟର ତ୍ରୟୋମାସିକ ପତ୍ରିକା ‘ନ୍ୟୁଜ୍‌ ଲେଟର’ ମୁଖ୍ୟ ଅତିଥିଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ଅତିରିକ୍ତ ଜିଲାପାଳ ସମ୍ବିତ ନାୟକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ସାମାଜିକ ବିଜ୍ଞାନ ବିଭାଗର ସହକାରୀ ପ୍ରାଧ୍ୟାପିକା ସିପ୍ରା ସାଗରିକା ଏବଂ କୁଳପତିଙ୍କ ବ୍ୟକ୍ତିଗତ ସହାୟକ ଦୀପକ କୁୁମାର ମିଶ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ...

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri