ଏହି ସମସ୍ୟା ଯୋଗୁ ବି ହୋଇଥାଏ ଡାଇବେଟିସ୍‌…

ଏକ ଗବେଷଣାରୁ ଜଣାପଡ଼ିଛି ଯେ, ଡାଇବେଟିସ୍‌ ଓ ମାନସିକ ରୋଗ ପରସ୍ପର ସହିତ ଜଡ଼ିିତ। ଏକ ପ୍ରକାର ଜିନ୍‌ ଡାଇବେଟିସ୍‌ ଓ ମାନସିକ ରୋଗ ମଧ୍ୟରେ ସଂଯୋଗ ସ୍ଥାପନ କରିଥାଏ। ପୂର୍ବରୁ ଜଣାପଡ଼ିଥିଲା ଡାଇବେଟିସ୍‌ ରୋଗୀଙ୍କୁ ମାନସିକ ରୋଗ ହେବାର ଆଶଙ୍କା ଅଧିକ ରହିଥାଏ। ତେବେ ଏପରି କାହିଁକି ହୋଇଥାଏ ତାହା ଜଣା ନ ଥିଲା। କାର୍ଲିଫର୍ନିଆ ବିଶ୍ୱବିଦ୍ୟାଳୟର କେତେକ ଗବେଷକ ଦୀର୍ଘଦିନ ଧରି ଏହା ଉପରେ ଗବେଷଣା ଚଳାଇଥିଲେ। ତେବେ ଗବେଷଣା ସମୟରେ ଜଣାପଡ଼ିଲା ଯେ, ଡାଇବେଟିସ୍‌ ରୋଗୀ ଇନ୍‌ସୁଲିନ୍‌ ନେବା ସମୟରେ ମସ୍ତିଷ୍କର ଏକ ଜିନ୍‌ ଏହାଦ୍ୱାରା ପ୍ରଭାବିତ ହୋଇଥାଏ। ଫଳରେ ସମ୍ପୃକ୍ତ ବ୍ୟକ୍ତିର ମସ୍ତିଷ୍କ ବିକୃତି ଘଟିଥାଏ । ପରବର୍ତ୍ତୀ ସମୟରେ ସେ ଅନେକ କଥା ମନେ ରଖିପାରନ୍ତି ନାହିଁ। ପ୍ରତିବର୍ଷ ବ୍ରିଟେନ୍‌ର ପ୍ରାୟ ୮ ଲକ୍ଷ ୨୦ ହଜାର ଲୋକ ଡାଇବେଟିସ୍‌ ରୋଗ ଯୋଗୁଁ ମାନସିକ ଭାରସାମ୍ୟ ହରାଇ ବସନ୍ତି ବୋଲି ଏହି ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହାର ଚିକିତ୍ସା କରାଯାଇପାରିବ। ଡାଇବେଟିସ୍‌ ରୋଗୀକୁ ଏକ ପ୍ରକାର ଔଷଧ ଦିଆଯାଇ ମସ୍ତିଷ୍କକୁ ପ୍ରଭାବିତ କରୁଥିବା ଏହି ଜିନ୍‌ର ଗତିକୁ ଧୀର କରାଯାଇପାରିବ। ଅବଶ୍ୟ ଏହାର ସମ୍ପୂର୍ଣ୍ଣ ଚିକିତ୍ସା ନେଇ ଗବେଷଣା ଜାରି ରହିଛି ବୋଲି ଗବେଷକ ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଚାଲିଥିବାବେଳେ ଟ୍ରାନ୍ସଜେଣ୍ଡରଙ୍କ ସନ୍ଦେହଜନକ ମୃତ୍ୟୁ: ତଦନ୍ତ ଆରମ୍ଭ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର କୁଲୁ ବିଷୋୟୀଙ୍କ ଘରୁ ଶନିବାର ସକାଳେ ସନ୍ଦେହଜନକ ଅବସ୍ଥାରେ ଜଣେ ଟ୍ରାନ୍ସଜେଣ୍ଡରଙ୍କ ମୃତଦେହ...

ଲଗାତର ୫ ମ୍ୟାଚ୍‌ ହାରି ବି ପ୍ଲେ-ଅଫ୍‌ରେ ପହଞ୍ଚିପାରିବ CSK: ଜାଣନ୍ତୁ କ’ଣ ଅଛି ସମୀକରଣ

ଚେନ୍ନାଇ,୧୨।୪: ମହେନ୍ଦ୍ର ସିଂହ ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସକୁ IPL 2025ର ୨୫ତମ ମ୍ୟାଚ୍‌ରେ ପରାଜୟର ସାମ୍ନା କରିବାକୁ ପଡିଛି। ଏହା କୋଲକାତା ନାଇଟ...

ରାସ୍ତାକଡ଼ ପାଉଁଶ ଗୁଣ୍ଡ ନେଲା ଶିଶୁର ଜୀବନ: ଖସିଯିବାକୁ ରାଇସ ମିଲ ମାଲିକଙ୍କ ଉଦ୍ୟମ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ରାସ୍ତାପାଶର୍‌ବରେ ପଡିଥିବା ରାଇସ ମିଲରୁ ନିଷ୍କାସିତ...

ପ୍ରସ୍ତାବିତ ୪୦ ସମବାୟ ସମିତି ଖୋଲାଯାଇ କାର୍ଯ୍ୟକ୍ଷମ ଦାବି

ନୂଆପଡ଼ା,୧୨ା୪ (ମକାରୁ ବେମାଲ):ସମବାୟ, ହସ୍ତତନ୍ତ ଓ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଗୁରୁବାର ବରଗଡ଼ ଜିଲା ଗସ୍ତରେ ଆସିଥିବାବେଳେ ନୂଆପଡ଼ା ଜିଲାର ବରିଷ୍ଠ ଭାଜପା...

ବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍‌ଅପ୍‌ ଜବତ, ଜଣେ ଗିରଫ

ଦେବଗଡ଼,୧୨ା୪(ଶଶାଙ୍କ ଶେଖର ଝାଙ୍କର): ବିନା ଲାଇସେନ୍ସରେ ବେଆଇନ ମହୁଲ ସଂଗ୍ରହ ବେଳେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୪ କ୍ୱିଣ୍ଟାଲ ମହୁଲ ଜବତ କରାଯିବା...

୧୦ ଦିନ ହେଲା ନାହିଁ ମୋବାଇଲ ନେଟ୍‌ଓ୍ବର୍କ, ଉପଭୋକ୍ତା ହନ୍ତସନ୍ତ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ପର୍ତ୍ତମାହାରେ ଗତ ୧୦ଦିନ ହେଲା ବିଏସ୍‌ଏନ୍‌ଏଲ୍‌ର ମୋବାଇଲ ନେଟ୍‌ଓ୍ବର୍କ ଠପ୍‌ ହୋଇଯାଇଛି।...

୨୧ରେ ଭାରତ ଆସିପାରନ୍ତି ଜେ.ଡି. ଭାନ୍ସ

ନୂଆଦିଲ୍ଲୀ,୧୨।୪:ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକ୍‌ ଓ୍ବାଲ୍ଟଜ୍‌ ଆସନ୍ତା ୨୧ରୁ ୨୪ ମଧ୍ୟରେ ଭାରତ ଆସିପାରନ୍ତି। ଭାନ୍ସଙ୍କ ସହ ତାଙ୍କ...

ମୋବାଇଲ ଦୋକାନରୁ ଚୋରି ଘଟଣା: ୩୦ ମୋବାଇଲ ସମେତ ୭୧୦୦ ଟଙ୍କା ଜବତ

ଭବାନୀପାଟଣା,୧୨ା୪: କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଶୁକ୍ରବାର ବିଭିନ୍ନ କମ୍ପାନୀର ୩୦ଟି ଚୋରି ମୋବାଇଲ ସମେତ ନଗଦ ୭୧ଶହ ଟଙ୍କା ଜବତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image