କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ଗୁଳି

ବ୍ରହ୍ମପୁର ଅଫିସ,୨୩ା୫: କିଛିଦିନର ନୀରବତା ପରେ ପୁଣି ଥରେ ବ୍ରହ୍ମପୁରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଗୁରୁବାର ସାଧାରଣ ନିର୍ବାଚନର ଭୋଟ ଗଣତି ହେବାକୁ ଥିବାବେଳେ ବୁଧବାର ରାତି ପ୍ରାୟ ୯ଟାବେଳେ ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନାଙ୍କୁ ମରଣାନ୍ତକ ଆକ୍ରମଣ ସହ ଗୁଳିମାଡ଼ ହୋଇଛି। ଦୁର୍ବୃତ୍ତମାନେ ପ୍ରଥମେ ମନୋଜଙ୍କ ଗଳା କାଟିବା ପରେ ୨ ରାଉଣ୍ଡ ଗୁଳି ଚଳାଇଥିଲେ। ଗୋଟିଏ ଗୁଳି ତାଙ୍କ ପେଟରେ ବାଜିଥିବାବେଳେ ଅନ୍ୟଟି ପିଚାରେ ବାଜିଥିଲା। ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରଥମେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ରାତି ସାଢେ ୧୦ଟାରେ ମନୋଜଙ୍କ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁ ପ୍ରସାଦ ପତି ସୂଚନା ଦେଇଛନ୍ତି। ମନୋଜଙ୍କ ସହ ଥିବା ଅନୀଲ ସ୍ବାଇଁ ନାମକ ଜଣେ ଯୁବକ ମଧ୍ୟ ଆକ୍ରମଣର ଶିକାର ହୋଇଛନ୍ତି। ସେ ମଧ୍ୟ ବ୍ରହ୍ମପୁର ବଡମେଡିକାଲରେ ଚିକିତ୍ସାଧୀନ ଥିବା ଏସ୍‌ପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ଆକ୍ରମଣ ପରେ ଦୁର୍ବୃତ୍ତମାନେ ବାଇକରେ ଖସି ପଳାଉଥିବାବେଳେ ଗୋଳନ୍ଥରା ଗଁା ନିକଟରେ ଟ୍ୟୁସନରୁ ଫେରୁଥିବା ୨ ଜଣ ଛାତ୍ରଙ୍କୁ ଧକ୍କା ଦେଇଥିଲେ। ୨ଛାତ୍ର ପାଟି କରିବାରୁ ସ୍ଥାନୀୟ ଲୋକେ ପହଞ୍ଚତ୍ଥିଲେ। ଫଳରେ ଭୟରେ ଦୁର୍ବୃତ୍ତମାନେ ଗାଡ଼ି ଛାଡି ବିଲମାଳକୁ ଦୌଡି ପଳାଇଥିଲେ। ସେଠାରେ ସେମାନଙ୍କ ଗୁଳି ଭର୍ତ୍ତି ଏକ ବନ୍ଧୁକ ଖସି ପଡିଥିଲା। ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବାଇକ୍‌ (ନଂ-ଓଡି୩୨ଏ-୨୮୭୪) ଓ ବନ୍ଧୁକ ଜବତ କରିଛି। ଅପରାଧୀଙ୍କୁ ଧରିବା ପାଇଁ ୨ଟି ସ୍ବତନ୍ତ୍ର ଟିମ୍‌ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିବା ଏସ୍‌ପି ମିଶ୍ର କହିଛନ୍ତି। ପ୍ରକାଶ ଯେ, ବୁଧବାର ମନୋଜ ଓ ଅଶ୍ୱିନୀ କୌଣସି କାମରେ ଭୁବନେଶ୍ୱର ଯାଇ କାରରେ ବ୍ରହ୍ମପୁର ଦେଇ ଆସିକା ଫେରୁଥିଲେ। ରାତି ପ୍ରାୟ ୯ଟାବେଳେ ବାବାଜି ଢାବା ନିକଟରେ ଗାଡି ରଖି ପରିସ୍ରା କରିବାକୁ ବାହାରକୁ ଓହ୍ଲାଇଥିଲେ। ସେମାନଙ୍କ କାର୍‌କୁ ପିଛା କରୁଥିବା ୨ଟି ବାଇକ୍‌ରେ ୪ଜଣ ଦୁର୍ବୃତ୍ତ ଅତର୍କିତ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଳି ଖାଇଲେ ଅରୁଣ-ସଞ୍ଜୟ: କହିଲେ ଭୋକଉପାସରେ…

ଭୁବନେଶ୍ୱର,୧୫।୧୨: ଅତୀତ କଥା ମନେ ପକାଇଲେ ବରିଷ୍ଠ ବିଜେଡି ନେତା ଅରୁଣ ସାହୁ ଓ ସଞ୍ଜୟ ଦାସବର୍ମା। ଅତୀତରେ କେମିତି ଲୋକଙ୍କ ପାଇଁ ଲଢ଼ୁଥିଲେ ତାହା...

ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ

ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍‌

ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ...

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ।...

ଗମ୍ଭୀରଙ୍କ ଅଦ୍ଭୁତ ଷ୍ଟ୍ରାଟେଜି: ଶେଷ ଓଭରରେ କଲେ ଏମିତି ମିଳିଲା ତୁରନ୍ତ ସଫଳତା

ଧର୍ମଶାଳା,୧୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ଏକ ଅଦ୍ଭୁତ ରଣନୀତି...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨:  ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ...

ନିଜ ହାତରେ ରାସ୍ତା ଖୋଳିଲେ ଭାଜପା ବିଧାୟକ: ଗୁଣବତ୍ତାର ଖୋଲିଲା ପୋଲ୍‌

ଭୋପାଳ,୧୫।୧୨: ମଧ୍ୟପ୍ରଦେଶର ଦିଣ୍ଡୋରୀର ଶାହପୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଓମ ପ୍ରକାଶ ଧୁର୍ଭେ ବିଭାଗୀୟ କର୍ମଚାରୀଙ୍କ ପର୍ଦ୍ଦାଫାସ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri