କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର: ଅସୁସ୍ଥ ମା’-ବାପାଙ୍କ ପାଇଁ କିଣିହେଉନି ଔଷଧ

କଟକ ଅଫିସ,୭।୬: ତେର ବର୍ଷର ବାଳକ ରାଜରୋଶନ ଠାକୁର। ପଢ଼ାବହି ବଦଳରେ ତାଙ୍କ କାନ୍ଧରେ ଏବେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର। ୨ବର୍ଷ ହେବ ନିଜ ପରିବାର ପାଇଁ ସେ ହିଁ ସାହାରା ପାଲଟିଛନ୍ତି। ବାପା ରମେଶ ଠାକୁର ଦୁଇବର୍ଷ ହେବ ପକ୍ଷାଘାତରେ ଆକ୍ରାନ୍ତ ହୋଇ ଘରେ ପଡ଼ିରହିଛନ୍ତି। ଅସୁସ୍ଥ ଥିବା ମା’ ସଞ୍ଜୁ ଦେବୀ ଏସ୍‌ସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲର ନେଫ୍ରୋଲୋଜି ବିଭାଗରେ ୧୮ଦିନ ହେବ ଚିକିତ୍ସିତ ହେଉଛନ୍ତି। ମା’ ଓ ବାପାଙ୍କ ଚିକିତ୍ସା ସମେତ ଦୁଇ ଯାଆଁଳା ଭଉଣୀ ପାୟଲ ଓ ପରୀଙ୍କ ଦାୟିତ୍ୱ ଭାର ମଧ୍ୟ ରାଜରୋଶନଙ୍କ କାନ୍ଧରେ ରହିଛି।

ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ରାଜରୋଶନଙ୍କ ଘର। ବାପା ରମେଶ ଗୁପଚୁପ ବିକି ପରିବାର ଚଳାଉଥିଲେ। ୨ବର୍ଷ ତଳେ ହଠାତ୍‌ ସେ ଅସୁସ୍ଥ ହୋଇପଡ଼ିଲେ। ଅନେକ ଦିନ ଧରି ମେଡ଼ିକାଲରେ ଚିକିତ୍ସା ସତ୍ତ୍ୱେ ସେ ପକ୍ଷାଘାତରେ ଶଯ୍ୟାଶାୟୀ ପାଲଟିଗଲେ। ଏହାପରେ ରାଜରୋଶନ ଓ ମା’ ସଞ୍ଜୁଙ୍କ ଉପରେ ପରିବାର ଦାୟିତ୍ୱ ପଡ଼ିଥିଲା। ରାଜରୋଶନ ଭିକ୍ଷାବୃତ୍ତି କରି ପରିବାର ଚଳାଉଥିଲେ। ସେହି ଅର୍ଥରେ ବାପାଙ୍କ ପଥି, ଦୁଇ ଭଉଣୀଙ୍କ ପଢ଼ାଖର୍ଚ୍ଚ ଉଠୁଥିଲା। ଏହି ପରିବାରର ଦୁଃଖ ଲୋକଲୋଚନକୁ ଆସିବା ପରେ ଯାଜପୁର ଜିଲାପାଳ ସେମାନଙ୍କ ପାଇଁ ମାସିକ ୨ହଜାର ଟଙ୍କା ସହାୟତା ରାଶି ଘୋଷଣା କରିଥିଲେ। କିନ୍ତୁ ରାଶନ କାର୍ଡ଼ କିମ୍ବା ଅନ୍ୟ କୌଣସି ସରକାରୀ ସୁବିଧା ସେମାନଙ୍କୁ ମିଳୁନାହିଁ। ବହୁ କଷ୍ଟରେ ଥିବାବେଳେ ଏବେ ମା’ ସଞ୍ଜୁ ଦେବୀ ଅସୁସ୍ଥ ହୋଇ ଏସ୍‌ସିବିରେ ଭର୍ତ୍ତି ହୋଇଛନ୍ତି। ଘରେ ଦୁଇ ଭଉଣୀ ବାପାଙ୍କ ସେବାରେ ଲାଗିଥିବା ବେଳେ କଟକରେ ମା’ଙ୍କ ପାଖରେ ଅଛନ୍ତି ରାଜରୋଶନ। ସରକାରୀ ସହାୟତା ପାଇଁ ଏବେ ରାଜରୋଶନ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ରରେ ନିଖୋଜ ଯୁବକଙ୍କ ମୃତଦେହ ମିଳିଲା

ପୁରୀ,୨୭ା୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ଗୁରୁବାର ଗାଧୋଉଥିବାବେଳେ ବରଗଡ଼ ଜିଲାର ଶୁଭ ପାତ୍ର ନାମକ ଯୁବକ ଭାସିଯାଇ ନିଖୋଜ ଥିଲେ। ଶୁକ୍ରବାର ଦିଗବାରେଣୀ ଖୁଣ୍ଟି...

ଅଜଣା ଗାଡ଼ି ଧକ୍କାରେ ବାଇକ ଚାଳକ ମୃତ, କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

କୋକସରା,୨୭।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଆମପାଣି ଥାନା ଅନ୍ତର୍ଗତ ମହାଜନଗୁଡା ଓ ଶିଉନି ମଧ୍ୟରେ ଶୁକ୍ରବାର ଅପରାହ୍ନରେ...

୪ ଶହ କେଜି ମହୁଲ ଫୁଲ ସହ ଅଟୋ ଜବତ, ଜଣେ ଗିରଫ

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ଗଦଡି ଅଞ୍ଚଳରେ ବେଆଇନ ମହୁଲ ଫୁଲ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ। ଅଟୋ...

ଅଖା ବନ୍ଧା ଅବସ୍ଥାରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଗଜପତି,୨୭।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘଟିଛି ରହସ୍ୟ ଜନକ ହତ୍ୟା କାଣ୍ଡ। ଦୁଇ ଦିନ ନିଖୋଜ ପରେ ଅଖା ବନ୍ଧା ଅବସ୍ଥାରେ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଭରଣା ଚିନ୍ତା: ଜିଲାପାଳଙ୍କୁ ବାଣଲିଙ୍ଗେଶ୍ୱର କୃଷକ ସଂଘ ପକ୍ଷରୁ ଦାବିପତ୍ର

ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଅଦିନିଆ ଲଗାଣ ବର୍ଷା ହେତୁ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ ଉଚ୍ଛେଦ, ଟୋକେନ୍ ଅବଧି ବୃଦ୍ଧି ଏବଂ ଫସଲବୀମା ଅର୍ଥ...

ସାମ୍ବାଦିକଙ୍କ ଗାଡି ନେଇଗଲେ ଚୋର, ଟେର୍ ପାଉନି ପୋଲିସ

ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଞ୍ଚଳରେ ଏବେ ଚୋରି ସଂଖ୍ୟା ବୃଦ୍ଧି ପାଉଛି । ଏପରିକି ଦୃବର୍ତମାନେ ସାମ୍ବାଦିକକୁ ମଧ୍ୟ ଛାଡି ନାହାନ୍ତି। ଏକ ଦୈନିକ...

ରାମେଶ୍ୱର, ନିରାକାରପୁର ଛାଡି ଯାଉନି ଦନ୍ତା: ନୂଆ ଜଗନ୍ନାଥ ସଡ଼କରେ କଲା ଉତ୍ପାତ

ନିରାକାରପୁର,୨୭।୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଓ ରାମେଶ୍ୱର ଛାଡି ଯାଉନି ଦନ୍ତା ହାତୀ। ଫଳରେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଗୁରୁବାର ରାତିରେ...

ଧାନ ଫସଲ ନଷ୍ଟ ନେଇ ଯୋଗାଣ ମନ୍ତ୍ରୀଙ୍କୁ ଜଣାଇଲେ ବିଧାୟକ

ପାରଳାଖେମୁଣ୍ଡି,୨୭ା୧୨(ଗିରିଧାରୀ ପରିଛା): ଅଦିନିଆ ବର୍ଷା ଯୋଗୁ ଗଜପତି ଜିଲାର ୭ଟି ଯାକ ବ୍ଲକରେ ବ୍ୟାପକ ପରିମାଣରେ ଧାନ, କପା ଓ ଅନ୍ୟାନ୍ୟ ଫସଲ ନଷ୍ଟ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri