କନ୍ଧମାଳ ସାହିତ୍ୟ ମହୋତ୍ସବ ଉଦ୍‌ଘାଟିତ: କୌଣସି ସ୍ଥାନ ଓଡ଼ିଆ ସାହିତ୍ୟଠାରୁ ଦୂରରେ ନାହିଁ

ଫୁଲବାଣୀ ଅଫିସ, ୧୫ା୧୨-ଫୁଲବାଣୀ ଗାନ୍ଧୀ ସ୍ମୃତିଭବନ ପରିସରରେ କନ୍ଧମାଳ ସାହିତ୍ୟ ମହୋତ୍ସବ ଶନିବାର ଉଦ୍‌ଘାଟିତ ହୋଇଯାଇଛି। କେନ୍ଦ୍ର ସାହିତ୍ୟ ଏକାଡେମୀ କାର୍ଯ୍ୟ ନିର୍ବାହୀ ସଦସ୍ୟ ତଥା କବି ଅମରେଶ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ବୀରେନ୍ଦ୍ର କୁମାର ଦାସ, ଆଇନଜୀବୀ ବିଜୟ କୃଷ୍ଣ ପଟ୍ଟନାୟକ, ରବୀନ୍ଦ୍ରନାଥ ମିଶ୍ର ପ୍ରମୁଖ ଯୋଗଦେଇ କନ୍ଧମାଳ ମାଟି, ପାଣି, ପବନରେ ସାହିତ୍ୟ ଭରି ରହିଛି। ସାହିତ୍ୟ ଆଦ୍ୟ ସମାଜରୁ ରହିଛି। ତେଣୁ କୌଣସି ସ୍ଥାନ ଓଡ଼ିଆ ସାହିତ୍ୟଠାରୁ ଦୂରରେ ନାହିଁ। ସାହିତ୍ୟ ପାଇଁ ସାହିତି୍ୟକ ନିଜେ ନିଜକୁ ଚରିତ୍ର ସହ ଲୀନ କରିବାକୁ ହେବ। ତାହା ହେଲେ ଉତ୍ତମ ସାହିତ୍ୟ ସୃଷ୍ଟି ହେବା ସହ ସମସ୍ତଙ୍କ ହୃଦୟକୁ ଛୁଇଁବ ବୋଲି ପ୍ରକାଶ କରିଥିଲେ। ସାହିତି୍ୟକ ଜ୍ୟୋତି ନନ୍ଦ, ସାହିତ୍ୟ ଘରର ରାଜ୍ୟ ସଂଯୋଜକ ଶୁଭଶ୍ରୀ ଲେଙ୍କା, ରବୀନ୍ଦ୍ର ନାଥ ମିଶ୍ର, ଜ୍ୟୋତିର୍ମୟୀ କହଁର, ଡ. ଚିତ୍ତରଞ୍ଜନ ମିଶ୍ର ପ୍ରମୁଖ ଯୋଗଦେଇ ‘କନ୍ଧମାଳ ଓଡ଼ିଆ ସାହିତ୍ୟଠୁ କେତେ ପାଖ, କେତେ ଦୂର’ ବିଷୟବସ୍ତୂ ଉପରେ ଆଲୋଚନା କରିଥିଲେ। ଦ୍ୱିତୀୟ ଅଧିବେଶନରେ ସାହିତ୍ୟରେ ଅବହେଳିତ ସ୍ବର ଉପରେ ଆଲୋଚନା ହୋଇଥିଲା। ରଞ୍ଜନ ପ୍ରଧାନ, କ୍ଷେତ୍ରବାସୀ ମାନସେଠ୍‌, ପ୍ରଦୀପ କହଁର, ବିଦେଶୀ ନାୟକ, କେଦାର ମିଶ୍ର ପ୍ରମୁଖ ଯୋଗଦେଇ ଆଲୋଚନା କରିଥିଲେ। ଏହି ଅବସରରେ ଆୟୋଜିତ କବିତା ଆସରରେ ବହୁ ସଂଖ୍ୟାରେ କବି ଯୋଗଦେଇ ସ୍ବରଚିତ କବିତା ପାଠ କରିଥିଲେ। କଳିଙ୍ଗ ସାହିତ୍ୟ ମହୋତ୍ସବ ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ରଶ୍ମୀରଞ୍ଜନ ପରିଡା, ଦେବାଶିଷ ସାମନ୍ତରାୟ, ସିତାଂଶୁ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଶରତ ଚନ୍ଦ୍ର ଆଚାର୍ଯ୍ୟ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁ ଥାନାରେ ଯୋଗ ଦେଲେ ନୂଆ ଆଇଆଇସି, କହିଲେ ଆପରାଧିକ ନିୟନ୍ତ୍ରଣ ତାଙ୍କ ପାଇଁ…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନାରେ ନୂଆ ଆଇଆଇସି ଭାବେ ବିଜୟ କୁମାର ହାଇବୁରୁ ଗୁରୁବାର ବିଳମ୍ବିତ ରାତିରେ ଯୋଗଦାନ କରିଛନ୍ତି।...

୩ ବର୍ଷ ବିତିଲା, ସରୁନି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ, ଆନ୍ଦୋଳନ ପାଇଁ ଚେତାବନୀ ଦେଲେ ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): ସିମନବାଡ଼ି-ସିକକେତା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ୩ ବର୍ଷ ହେଲା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିଲେ ସୁଦ୍ଧା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରୁନାହିଁ ଫଳରେ...

ଆଜିଠାରୁ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଚାଲିବ ପର୍ଯ୍ୟଟନକ୍ଷେତ୍ରର ସଫେଇ, ପ୍ଲାଷ୍ଟିକ୍‌ ମୁକ୍ତ ପାଇଁ ସମସ୍ତେ…

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): ଦାରିଙ୍ଗବାଡ଼ି ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଜଣାଶୁଣା। ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ ଆସୁଥିବା ବେଳେ କୁଢ଼କୁଢ଼ ଅଳିଆ ଆବର୍ଜନା ଦେଖି ପର୍ଯ୍ୟଟକ...

ଅଫିସ ଖୋଲି ଯୁବତୀଙ୍କ ଇଣ୍ଟରଭ୍ୟୁ ନେବା ସହ ଦେଉଥିଲେ ମିଛ ଅଫର ଲେଟର, ଏମିତି ପଡ଼ିଲେ ଧରା…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଏବଂ ଲିଳିମା ପ୍ରଧାନଙ୍କ ପକ୍ଷରୁ...

ଦାୟିତ୍ୱ ହସ୍ତାନ୍ତର ପରେ ବି ଖୋଲୁନି ସୁବିଧା କେନ୍ଦ୍ର, ଲକ୍ଷ୍ମୀ ବସ୍‌ ହଟାଇବାକୁ ଦାବି

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କିଛିଦିନ ପରେ ଶୀତ ଆସିବ ଆଉ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବ। ତେବେ ଦୀର୍ଘଦିନରୁ ପର୍ଯ୍ୟଟକଙ୍କ ପାଇଁ ରହିଥିବା ସୁବିଧା କେନ୍ଦ୍ରଟି ତାଲା...

ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି, ପହଞ୍ଚିଲେ ଡାକ୍ତରୀ ଟିମ୍‌

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକର ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପିଛି। ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା...

ଏଡିଜେ କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ

ବାଲିଗୁଡା,୧୮।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଟପ୍‌ ମାଓବାଦୀ ନେତା ଆଜାଦ କନ୍ଧମାଳ ଜିଲା ବାଲିଗୁଡା ଅତିରିକ୍ତ ଜିଲା ଦୌରାଜଜ୍‌ କୋର୍ଟରେ ହାଜର ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱର ଝାରପଡ଼ା...

ଦାରିଙ୍ଗବାଡିରେ ମହିଳାଙ୍କ ବଢ଼ିଲା ଉତ୍ସାହ: ସୁଭଦ୍ରା ଟଙ୍କାପାଇ..

ଦାରିଙ୍ଗବାଡି,୧୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ ପଡିଆଠାରେ ସୁଭଦ୍ରା ଯୋଜନାର ଲୋକାର୍ପିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଓଡ଼ିିଶା ଜୀବିକା ମିଶନର ବିପିଏମ ପିଣ୍ଟୁ ନାୟକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri