କରୋନା: ଖୋଲିଲା ଆଇସୋଲେଟେଡ୍‌ ୱାର୍ଡ

ଅନୁଗୋଳ ଅଫିସ୍‌, ୫।୩ – କରୋନା ଭାଇରସ୍‌କୁ ନେଇ ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ପରିସ୍ଥିତିକୁ ଦେଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଇସୋଲେସନ୍‌ ୱାର୍ଡ ଖୋଲାଯାଇଥିବା ଭାରପ୍ରାପ୍ତ ସିଡିଏମ୍‌ଓ ପ୍ରତାପ ବେହେରା ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପୁରୁଷ ଓ୍ବାର୍ଡ (ପୁରୁଣା)ରେ କରୋନା ପାଇଁ ସ୍ବତନ୍ତ୍ର ୱାର୍ଡ ଖୋଲାହୋଇଛି। ସେଠାରେ ଦୁଇଟି ବେଡ୍‌ ପଡ଼ିଥିବାବେଳେ ନମୁନା ସଂଗ୍ରହ କରିବାକୁ ଭାଇରାଲ ଟ୍ରାନ୍ସପୋର୍ଟ ମିଡିୟମ (ଭିଟିଏମ୍‌) କିଟ୍‌ ଓ ଏମ୍‌-୯୫(ମାକ୍ସ) ମହଜୁଦ୍‌ ରହିଛି। ତେବେ ଜିଲାରେ ଅଦ୍ୟାବଧି କେହି କରୋନା ସନ୍ଦିଗ୍ଧଙ୍କୁ ଠାବ କରାଯାଇ ନ ଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ଏଥିସହ ଏକ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ମଧ୍ୟ ଡିପିଏଚ୍‌ ପକ୍ଷରୁ ଖୋଲାଯାଇଛି। ବିଦେଶରୁ ଆସୁଥିବା ଲୋକଙ୍କ ଉପରେ ତୀକ୍ଷ୍ନ ନଜର ରଖାଯାଇଛି। ଯଦି ବିଦେଶରୁ ଆସିଥିବା ଲୋକଙ୍କଠାରେ ଏ ନେଇ ଲକ୍ଷଣ ଦେଖାଦିଏ, ତୁରନ୍ତ ତାଙ୍କୁ ଆଇସୋଲେଟେଡ୍‌ ୱାର୍ଡରେ ଭର୍ତ୍ତି କରାଯାଇ ରକ୍ତ ନମୁନା ଭୁବନେଶ୍ୱର ପଠାଯିବ। ତେବେ ଏଭଳି ଭାଇରସ୍‌କୁ ଲୋକମାନେ ନ ଡରି ସତର୍କ ରହିବା ଆବଶ୍ୟକ। ତେବେ ଏହି ରୋଗ ଓଡ଼ିଶାରେ ବ୍ୟାପିବା କଷ୍ଟକର। ତେଣୁ ଲୋକମାନେ ସଚେତନ ହେଲେ ଏହାକୁ ମୁକାବିଲା କରାଯାଇ ପାରିବ ବୋଲି ଡାକ୍ତର ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଡ୍ୟୁଟି କରିବାକୁ ଯାଉଥିଲେ, ବାଟରେ ଛକି ବସିଥିଲା ଯମ

ଅନୁଗୋଳ,୨୦।୧୨: ଡ୍ୟୁଟି ପାଇଁ ଯାଉଥିବା ବେଳେ ଦୁଇ ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ଅନୁଗୋଳ...

୬ ମାସ ଭିତରେ ବିଧାୟକ ଟଙ୍କାଟିଏ ଆଣିପାରିନାହାନ୍ତି: ନରେନ୍ଦ୍ର

ପାଲଲହଡ଼ା,୧୫।୧୨(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ାଠାରେ ଥିବା ଦ୍ୱିତୀୟ ଚିଲିକା, ଖୁଲୁଡି ଏବଂ ବୁଲାଝରକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବାକୁ ବିଧାୟକ ଅଶୋକ ମହାନ୍ତି ରାଜ୍ୟ ସରକାରଙ୍କ...

ଘରେ ପଶି ଯୁବକଙ୍କୁ ଗୁଳିମାଡ଼

ଅନୁଗୋଳ,୨୯।୧୧: ଅନୁଗୋଳ ଜିଲା ବାଗଡ଼ିଆ ଥାନା ବାଗଡିଆ ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଜଣେ ବ୍ୟକ୍ତି ଘର ଭିତରେ ପଶି ଯୁବକଙ୍କୁ ଗୁଳିମାଡ଼ କରିଛନ୍ତି।...

ମୃତଦେହ ଆସିବାକୁ ଅପେକ୍ଷା କରିଥିବାବେଳେ ଘରୁ ଡକାୟତି

ବଇଣ୍ଡା, ୨୭ା୧୧ (ପରିକ୍ଷିତ ସାହୁ): ଦୁର୍ଘଟଣାରେ ଜଣେ ସଦସ୍ୟ ପ୍ରାଣ ହରାଇଥିବାରୁ ପରିବାର ଲୋକେ ଭାଙ୍ଗି ପଡ଼ିଥିଲେ। ଖବରପାଇ ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେବାକୁ ବନ୍ଧୁବାନ୍ଧବ...

କ’ଣ ପଦେ କହିଦେଲେ ବୋଲି…ଜନ୍ମକଲା ବୃଦ୍ଧା ମା’ଙ୍କୁ ପିଟି ପିଟି ମାରିଦେଲେ ପୁଅ

ଅନୁଗୋଳ,୨୪।୧୧( ମାନସ ବିଶ୍ୱାଳ)- ସାମାନ୍ୟ ପାଟି ତୁଣ୍ଡକୁ ନେଇ ମା’କୁ ହତ୍ୟା। ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ସୁସୁଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ...

ସ୍କୁଲ ସମୟରେ ବଜାରରୁ ଆଳୁ ବୋହିଲେ ଛାତ୍ର

ଅନୁଗୋଳ,୯ା୧୧(ଜ୍ୟୋତିରଞ୍ଜନ ସାହୁ):ସ୍କୁଲରେ ପାଠପଢ଼ା ଚାଲିଥିବା ବେଳେ ୨ ଜଣ ଛାତ୍ର ସାଇକେଲ ନେଇ ବଜାର ଯିବା ସହ ମଧ୍ୟାହ୍ନଭୋଜନ ପାଇଁ ବସ୍ତାରେ ଆଳୁ କିଣି ଆଣିବା...

ଭାରପ୍ରାପ୍ତ ଅଧିକାରୀଙ୍କୁ ନେଇ ଚାଲିଛି ଉପଖଣ୍ଡ ପ୍ରଶାସନ

ଆଠମଲ୍ଲିକ, ୩।୧୧ (ଉଦୀପ୍ତ ପୁରୋହିତ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଥିବା ବିଭିନ୍ନ ବିଭାଗରୁ ଅଧିକାରୀଙ୍କ ବଦଳି ହେଉଛି। କେତେଜଣଙ୍କୁ ପଦୋନ୍ନତି ଦିଆଯାଇ ଅନ୍ୟତ୍ର ନିଆଯାଉଛି।...

ଜାପାନରେ ବିଜ୍ଞାନ ବିନିମୟ କାର୍ଯ୍ୟକ୍ରମରେ ଓଡ଼ିଆ ପୁଅ

ଅନୁଗୋଳ, ୩।୧୧(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଚମ୍ପତିମୁଣ୍ଡାସ୍ଥିତ ପିଏମ୍‌ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ ଏକାଦଶ ଶ୍ରେଣୀର ଛାତ୍ର ଯୁବ ବିଜ୍ଞାନୀ ତେଜସ ଦାଶ ଜାପାନର ଟୋକିଓରେ ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri