କରୋନା ମୃତ୍ୟୁ ଛୁଇଁଲା ୪ ଲକ୍ଷ: ୬୯ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୭।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୬୯ ଲକ୍ଷ ୮୧ ହଜାର ୪୩୫ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨ ହଜାର ୨୩୭ ରହିଛି। ୩୪ ଲକ୍ଷ ୧୩ ହଜାର ୨୮୪ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା କରୋନା ଓ୍ବାଲର୍‌ଡ ମିଟର ରିପୋର୍ଟରେ ପ୍ରକାଶ ପାଇଛି। ଆମେରିକାରେ ସଂକ୍ରମିତଙ୍କ ସଂଖ୍ୟା ୧୯ ଲକ୍ଷ ୮୮ ହଜାର ୫୪୪ ଥିବାବେଳେ ମୃତକଙ୍କ ସଂଖ୍ୟା ଲକ୍ଷେ ୧୨ ହଜାର ୯୬ ଛୁଇଁଛି। ବ୍ରାଜିଲ୍‌ରେ ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୭୬ ହଜାର ୪୯୪ ରହିଥିବାବେଳେ ମୃତକଙ୍କ ସଂଖ୍ୟା ୩୬ ହଜାର ୪୪ ରହିଛି। ସେହିପରି ରୁଷ୍‌ରେ ୪ ଲକ୍ଷ ୫୮ ହଜାର ୬୮୯ ସଂକ୍ରମିତ ହୋଇଛନ୍ତି। ଏଠାରେ ମୃତକଙ୍କ ସଂଖ୍ୟା ୫,୭୨୫ ରହିିଛି। ସ୍ପେନ୍‌ରେ ୨ଲକ୍ଷ ୮୮ ହଜାର ୩୯୦ ସଂକ୍ରମିତ ହୋଇଛନ୍ତି। ଏଠାରେ କରୋନା ସଂକ୍ରମଣରେ ୨୭ ହଜାର ୧୩୫ ଜଣଙ୍କ ଜୀବନ ଯାଇଛି। ବ୍ରିଟେନରେ ମୋଟ ୨ ଲକ୍ଷ ୮୪ ହଜାର ୮୬୮ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୪୦ ହଜାର ୪୬୫ ରହିଛି। ଏହି ତାଲିକାରେ ଭାରତ ଷଷ୍ଠ ସ୍ଥାନରେ ରହିଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୭ ହଜାର ୪୦ ରହିଛି। ସେହିପରି ମୃତକଙ୍କକ ସଂଖ୍ୟା ୬ ହଜାର ୯୪୬ ଛୁଇଁଛି। ଭାରତ ପଛରେ ସପ୍ତମ ସ୍ଥାନରେ ଇଟାଲ ରହିଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୩୪ ହଜାର ୮୦୧ ରହିଛି। ଏଠାରେ କରୋନା ସଂକ୍ରମଣରେ ୩୩ ହଜାର ୮୪୬ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri