Posted inଜାତୀୟ

କର୍ନାଟକରେ ଆତଙ୍କବାଦୀ ଆକ୍ରମଣ ସୂଚନା ମିଥ୍ୟା: ପୂର୍ବତନ ସେନା କର୍ମଚାରୀ ଗିରଫ

ବେଙ୍ଗାଲୁରୁ,୨୭।୪: ଭାରତର ଦକ୍ଷିଣରେ ଥିବା ରାଜ୍ୟ ଗୁଡିକରେ ପ୍ରାୟ ୭ଟି ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ଯୋଜନା କରୁଥିବା ଏକ ଫୋନ୍‌ କଲ୍‌ ପାଇବା ପରେ ସବୁଠି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏହାର ଯାଞ୍ଚ କରିବା ସମୟରେ ବେଙ୍ଗାଲୁରୁ (ରୁରାଲ) ପୋଲିସ ଆଶ୍ଚର୍ଯ୍ୟ ହୋଇ ଯାଇଥିଲା। କାରଣ ଏହା ଥିଲା ଏକ ମିଥ୍ୟା ଫୋନ୍‌ କଲ୍‌। ସୁନ୍ଦର ମୁର୍ତ୍ତି ନାମକ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ଏହି ମିଥ୍ୟା କଲ୍‌ ଅଭିଯୋଗରେ ପୋଲିସ ଗିରଫ କରିଥିବା ସୂଚନା ମିଳିଛି। ବେଙ୍ଗାଲୁରୁ (ରୁରାଲ) ଏସ୍‌ପି ରାମ ନିବାସ ସେପାତ ସୂଚନା ଦେଇ କହିଛନ୍ତି ମୁର୍ତ୍ତି ଭାରତୀୟ ସେନାରେ ଜଣେ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। ସେ ୧୯୯୫ରେ ଅବସର ଗ୍ରହଣ କରିଛନ୍ତି। ତେବେ ଶ୍ରୀଲଙ୍କା ବିସ୍ଫୋରଣ ପରେ ସୁରକ୍ଷା ଦୃଷ୍ଟିରୁ ପୋଲିସ ପକ୍ଷରୁ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯିବାର ଗୋଟିଏ ଦିନ ପରେ ମୁର୍ତ୍ତି ଫୋନ୍‌ କରି ଏକ ମିଥ୍ୟା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ଓଲଟିଗଲା ବାଜି, ୪୦ ବର୍ଷ ପୁରୁଣା ବାମ ଗଡ଼କୁ ଭାଙ୍ଗିଲା ଭାଜପା

ତିରୁଭାନନ୍ତପୁରମ,୧୩।୧୨: କେରଳର ନଗର ନିଗମ ନିର୍ବାଚନରେ ତିରୁଭାନନ୍ତପୁରମ ନଗର ନିଗମରେ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ଐତିହାସିକ ବିଜୟ ହାସଲ କରିଛି। ଚାରି ଦଶନ୍ଧି...

ମେସିଙ୍କ କୋଲକାତା ଇଭେଣ୍ଟ, ଅଡୁଆରେ ପଡ଼ିଲେ ଅର୍ଗାନାଇଜର, ଗଠନ ହେଲା ତଦନ୍ତ କମିଟି

କୋଲକାତା,୧୩।୧୨: କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ କନସର୍ଟରେ ଘଟିଥିବା ବିଶାଳ ବିଶୃଙ୍ଖଳା ସମ୍ପର୍କରେ ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାର କହିଛନ୍ତି ଯେ କାର୍ଯ୍ୟକ୍ରମର...

କାହିଁକି ଷ୍ଟାଡ଼ିୟମରେ ହେଲା ହଙ୍ଗାମା, କାହିଁକି ରାଗିଲେ ମେସିଙ୍କୁ ଦେଖିବାକୁ ଆସିଥିବା ଦର୍ଶକେ, ସରକାର ନେଲେ କି…

କୋଲକାତା,୧୩।୧୨: ଶନିବାର ସକାଳେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ଦେଖିବା ପାଇଁ କୋଲକାତାର ସଲ୍ଟ ଲେକ ଷ୍ଟାଡିୟମରେ ପ୍ରଶଂସକମାନେ ଏକାଠି ହୋଇଥିଲେ। GOAT ଇଣ୍ଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri