କଳାହାଣ୍ଡି ପୋଲିସ ତରଫରୁ ‘ପରୀ-୩’ କାର୍ଯ୍ୟକ୍ରମ ଶୁଭାରମ୍ଭ, ନିଖୋଜ ନାବାଳକନାବାଳିକାଙ୍କୁ ଉଦ୍ଧାର କରାଯିବ

ଭବାନୀପାଟଣା,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲାର ବିଭିନ୍ନ ଥାନା ଅଞ୍ଚଳରୁ ନିଖୋଜ ହୋଇଯାଇଥିବା ନାବାଳିକା ନାବାଳକ ଏବଂ ବିଭିନ୍ନ ଦୋକାନ ବଜାର, କାମ କରୁଥିବା ନାବାଳିକାନାବାଳକଙ୍କୁ ଉଦ୍ଧାର କରିବା ସହିତ ସେମାନଙ୍କ ଉପଯୁକ୍ତ ରକ୍ଷଣା ବେକ୍ଷଣ ଓ ଥଇଥାନ ବ୍ୟବସ୍ଥା କରାଯିବ। ଏଥିପାଇଁ ମଙ୍ଗଳବାର କଳାହାଣ୍ଡି ଜିଲା ପୋଲିସ ପକ୍ଷରୁ ‘ପରୀ-୩’ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଏକ ସପ୍ତାହ ଧରି ଚାଲିବ। ଏଥିରେ ବିଭିନ୍ନ ଥାନା ଅଞ୍ଚଳରେ ଥିବା ଏନ୍‌ଜିଓମାନେ ସହଯୋଗ କରିବା ସହିତ ସେମାନଙ୍କ ଥଇଥାନ ପାଇଁ ଜିଲା ଶିଶୁ ସୁରକ୍ଷା କମିଟି କାର୍ଯ୍ୟ କରିବେ ବୋଲି ମଙ୍ଗଳବାର ଜିଲା ପୋଲିସ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀରେ କଳାହାଣ୍ଡି ଏସପି ବାତୁଲା ଗଙ୍ଗାଧର ସୂଚନା ଦେଇଛନ୍ତି। ସେ ପ୍ରକାଶ କରିଛନ୍ତି ଯେ, ଏହି ‘ପରୀ-୩’ କାର୍ଯ୍ୟକ୍ରମ ଏକ ମହତ ଉଦ୍ଦେଶ୍ୟ ନେଇ ସରକାର ଆରମ୍ଭ କରିଛନ୍ତି। ପୂର୍ବରୁ ‘ପରୀ-୧’ ଓ ‘ପରୀ-୨’ ଜିଲାରେ ସଫଳତା ସହିତ କାର୍ଯ୍ୟ କରିଛି। ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲାର ୧୬ଟି ଥାନାରେ ୧୧୭ ଜଣ ନିଖୋଜ ହୋଇଥିବା ନାବାଳିକାନାବାଳକମାନଙ୍କୁ ଉଦ୍ଧାର କରିବା ସହିତ ବିଭିନ୍ନ ଜିଲା ଓ ରାଜ୍ୟ ବାହାରୁ ଯେଉଁ ଶିଶୁମାନେ ଘରୁ ପଳାଇ ଆସି ବିଭିନ୍ନ ଚା ଦୋକାନ, ଜଳଖିଆ ଦୋକାନ, ଗ୍ୟାରେଜ ଏବଂ ଅନ୍ୟାନ୍ୟ ସ୍ଥାନରେ କାମ କରୁଛନ୍ତି ସେମାନଙ୍କୁ ଉଦ୍ଧାର କରାଯାଇ ସେମାନଙ୍କ ଉପଯୁକ୍ତ ରକ୍ଷଣା ବେକ୍ଷଣ ଓ ଥଇଥାନ ବ୍ୟବସ୍ଥା କରାଯିବ। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସପି ଗୋପୀନାଥ ମଣିପାତ୍ର, ଅତିରିକ୍ତ ଏସପି ପି.କେ. ମହନ୍ତ, ସିଡବ୍ଲ୍ୟୁସି ଅଧ୍ୟକ୍ଷ ରାଜେଶ ନାୟକ, ଡିସିପିଓ ଶୈଳେନ୍ଦୁ ଶେଖର ମାହାପାତ୍ରଙ୍କ ସମେତ ବିଭିନ୍ନ ଥାନାର ଆଇଆଇସି ଓ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସ

ଢେଙ୍କାନାଳ,୨୦ା୪(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ସରସିଙ୍ଗି ଗ୍ରାମରେ ଜଣେ ୭ ବର୍ଷର ଶିଶୁକନ୍ୟାକୁ ୩ ଜଣ ଗଣବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘଟଣା...

ବାରାହା ମାଂସ ଜବତ: ୩ ଗିରଫ

ନୂଆପଡ଼ା, ୨୦।୪ (ମକାରୁ ବେମାଲ): ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନଙ୍କ ନିର୍ଦ୍ଦେଶ କ୍ରମେ କୋମନା ବନାଞ୍ଚଳ ଅଧିକାରୀ ଚଢ଼ଉ କରି ବାରହା ଶିକାର ଅଭିଯୋଗରେ...

କିନ୍ନର ବେଶରେ କରିଥିଲେ ପିଲାଚୋରି, ଚୋରଙ୍କୁ ଏମିତି ଧରିଲେ ଆଉ ଜଣେ କିନ୍ନର

ଯାଜପୁର,୨୦ା୪: କିନ୍ନର ବେଶରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାରୁ ଏକ ଶିଶୁକନ୍ୟା ଚୋରି ହୋଇଥିଲା। ତେବେ ଏହି ଶିଶୁକନ୍ୟାକୁ କିନ୍ନର ବେଶରେ ଜଣେ ଚୋରି କରିଆଣିଥିଲେ। ଶେଷରେ...

ସର୍ବଭାରତୀୟ JEE ମେନ୍‌ରେ ଛତ୍ରପୁରର ବିଷ୍ଣୁଙ୍କ ସଫଳତା

ଛତ୍ରପୁର,୨୦।୪(ସନ୍ତୋଷ ପାଢ଼ୀ ): ସଦ୍ୟ ପ୍ରକାଶିତ JEE ମେନ୍‌ ୨୦୨୫ ପରୀକ୍ଷାରେ ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିର ବିଷ୍ଣୁପ୍ରସାଦ ଶତପଥୀ ୯୯.୯୩% ମାର୍କ ରଖିଛନ୍ତି ।...

ରାତାରାତି ହାଇଓ୍ବା ଜବତ କରି ୩ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୨୦।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଋଷିକୁଲ୍ୟା ନଦୀରୁ ବେଆଇନ ଭାବରେ ବାଲି ଚୋରାରେ ଚାଲାଣ ହେଉଥିବା ବେଳେ ଏକ ହାଇୱା ଟ୍ରକକୁ ଜବତ...

ନିଦରୁ ଉଠିଲାବେଳକୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଟଙ୍କା

କାକଟପୁର,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍‌ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର୍‌। ଏପରି ପୁଣି ଏକ ଘଟଣା...

ମେ’୨୦ରୁ ଜିଲାରେ ରବି ଧାନ ସଂଗ୍ରହ

ନୂଆପଡ଼ା,୨୦ା୪(ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଶନିବାର ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାରେ ମେ’ ୨୦ରୁ ମଣ୍ଡି ଖୋଲି...

ରାଜସ୍ବ ଗ୍ରାମର ମାନ୍ୟତା, ଜଙ୍ଗଲ ଜମି ପଟ୍ଟା ସଂଶୋଧନ ଦାବି: ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଅଧିବାସୀଙ୍କ ଧାରଣା

ନୂଆପଡା,୨୦ା୪ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଛତିଶଗଡ଼ ସୀମାନ୍ତ ଚୁଳାଭାଟ ପଞ୍ଚାୟତ ଗଙ୍ଗାଦିଗଡ଼ ଗାଁ ଅଧିନ ୮ଟି ପଡାର ଅଧିବାସୀମାନେ ବିଭିନ୍ନ ଦାବି ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image