କୁଖ୍ୟାତ ଲୁଟେରା ସୟିଦ, ସଦାମ ଗିରଫ

କଟକ ଅଫିସ,୨୭ା୫: ସହରର ଦୁଇ କୁଖ୍ୟାତ ଲୁଟେରାଙ୍କୁ ବୁଧବାର ଗିରଫ କରିଛି ଲାଲବାଗ ଥାନା ପୋଲିସ। ଏହି ଦୁଇ ଜଣ ହେଲେ ଓଡ଼ିଆ ବଜାରର ସୟିଦ ଖାନ (୩୬) ଓ ଚାନ୍ଦିନୀଚୌକ ଅଞ୍ଚଳର ସୟିଦ ସଦାମ (୨୪)। ଇଦ୍‌ ଅବସରରେ ଅଳଙ୍କାର ଦୋକାନରୁ ଲୁଟ୍‌ ଉଦ୍ୟମ ଘଟଣାରେ ପୋଲିସ ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଉକ୍ତ ଘଟଣାରେ ସମ୍ପୃକ୍ତ ଅନ୍ୟ ଜଣେ ଯୁବକ ସେଖ୍‌ ଅଫସର ମଧ୍ୟ ଗିରଫ ହୋଇଛନ୍ତି।
କିଛି ବର୍ଷ ହେବ ସହରରେ ସୟିଦ ଓ ସଦାମଙ୍କ ଉତ୍ପାତ ବଢ଼ିବାରେ ଲାଗିଥିଲା। ଏହି ଦୁଇ ଜଣ ବିଭିନ୍ନ ସ୍ଥାନରେ ଲଗାତାର ଅନେକ ଅପରାଧିକ କାର୍ଯ୍ୟକଳାପ ଚଳାଇଥିଲେ। ଲାଲବାଗ, ମଧୁପାଟଣା, ବାଦାମବାଡ଼ି, ଦରଘାବଜାର, କ୍ୟାଣ୍ଟନମେଣ୍ଟ, ପୁରୀଘାଟ, ମର୍କତନଗର ଥାନାରେ ଉଭୟଙ୍କ ନାଁରେ ଏକାଧିକ ମାମଲା ରହିଛି। ଗତ ସୋମବାର ଅପରାହ୍ନରେ ସେମାନେ ବାଲୁବଜାରସ୍ଥିତ ଶ୍ରୀସାଇ ଅଳଙ୍କାର ଦୋକାନରେ ପହଞ୍ଚତ୍ ମାଲିକ ପ୍ରଶାନ୍ତ ସାହାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ୨ ଲକ୍ଷ ଟଙ୍କା ଦାଦାବଟି ମାଗିଥିଲେ। ଟଙ୍କା ନଦେଲେ ପ୍ରଶାନ୍ତ ଓ ତାଙ୍କ ପରିବାରକୁ ଜୀବନରୁ ମାରିଦେବେ ବୋଲି ଧମକ ମଧ୍ୟ ଦେଇଥିଲେ। ପ୍ରଶାନ୍ତ ତାହା ନ କରିବାରୁ ସେମାନେ ଦୋକାନରେ ଥିବା ୧୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ଖସିଯିବା ବେଳେ ପ୍ରଶାନ୍ତ ଚିତ୍କାର କରିଥିଲେ। ଦୋକାନ ସାମ୍ନାରେ ଲୋକ ରୁଣ୍ଡ ହେବାରୁ ସୟିଦ, ସଦାମ ଓ ସେଖ୍‌ ସ୍କୁଟି (ଓଡି-୦୫-ଏଟି-୫୪୩୬) ଓ ସୁନା ଅଳଙ୍କାର ଛାଡ଼ି ଫେରାର ହୋଇଯାଇଥିଲେ। ପ୍ରଶାନ୍ତ ଥାନାରେ ଏତଲା ଦେବା ପରେ ଦୋକାନର ସିସିଟିଭି ଫୁଟେଜ୍‌କୁ ଆଧାର କରି ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ୨୦୧୧ରେ ସଦାମ ଓ ତାଙ୍କ ସହଯୋଗୀ ପ୍ରଶାନ୍ତଙ୍କ ମା’ଙ୍କୁ ମରଣାନ୍ତକ ଆକ୍ରମଣ କରିବା ସହ ବାପାଙ୍କୁ ଧମକ ଦେଇଥିଲେ। ଏ ନେଇ ଲାଲବାଗ ଥାନାରେ ଏତଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା...

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କୁ ଭେଟିଲେ…

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲ୍ଳକ ଅନ୍ତର୍ଗତ ମୌଳାଭଞ୍ଜା ପଞ୍ଚାୟତର ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ୧୫ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା...

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ...

ମୁମ୍ବାଇରେ ଓଡିଆ ଶ୍ରମିକ ମୃତ

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ଗଣିଆସାହିର ଜଣେ ଯୁବକଙ୍କ ମୁମ୍ବାଇରେ ଗୁରୁବାର ମୃତ୍ୟୁ ହୋଇଛି। ପରିବାର ଚଳାଇବା ପାଇଁ ସେ ଦାଦନ ଖଟିବାକୁ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri