କୁନ୍ଦୁଲି ନାବାଳିକା ଗଣବଳାତ୍କାର, ଆତ୍ମହତ୍ୟା ମାମଲା:ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୧୯ା୧୧: କୁନ୍ଦୁଲି ନାବାଳିକା ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ରିପୋର୍ଟକୁ ନେଇ ସୋମବାର ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆଗକୁ ଏହି ମାମଲାର ତଦନ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦ୍ୱାରା କରାଯିବା ପାଇଁ ସୋମବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କ୍ରାଇମବ୍ରାଞ୍ଚର ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି ଖଣ୍ଡପୀଠ ଅନୁଭବ କରି ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଗଠନ ଲାଗି ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଟିମ୍‌ରେ ୩ଟି ରେଞ୍ଜର ଡିଆଇଜି ରହିବେ। ଉକ୍ତ ଟିମ୍‌ ଆସନ୍ତା ଡିସେମ୍ବର ୧୬ ସୁଦ୍ଧା ତଦନ୍ତ ଶେଷ କରି ରିପୋର୍ଟ ଦେବାକୁ ମୁଖ୍ୟ ବିଚାରପତି କେ.ଏସ୍‌.ଝାବେରୀ ଓ ବିଚାରପତି କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଏସ୍‌ଆଇଟି ଗଠନ ଲାଗି କେତେଜଣ ଅଧିକାରୀଙ୍କ ନାମ ପ୍ରସ୍ତାବ ଦେବା ପାଇଁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଐର ଖାରବେଳ ସ୍ବାଇଁ ଏବଂ ପୀଡିତାଙ୍କ ମା’ଙ୍କ ପକ୍ଷରୁ ରୁଜୁ ମାମଲାର ଶୁଣାଣି କରି ଖଣ୍ଡପୀଠ ସୋମବାର ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶ ଯେ, କୁନ୍ଦୁଲି ଗଣବଳାତ୍କାର ଓ ଆମତ୍ହତ୍ୟା ମାମଲାର ତଦନ୍ତ ପାଇଁ ସରକାର କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଥିଲେ। ଗତ ଅଗଷ୍ଟ ୨ରେ ଅନୁଷ୍ଠିତ ଶୁଣାଣିରେ କ୍ରାଇମବ୍ରାଞ୍ଚ ତଦନ୍ତ ରିପୋର୍ଟ ଦାଖଲ କରିପାରି ନ ଥିବାବେଳେ ଏହାକୁ ନେଇ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଥିଲେ। ତେବେ ସେପ୍ଟେମ୍ବର ୪ରେ ଶୁଣାଣିବେଳେ କ୍ରାଇମବ୍ରାଞ୍ଚ୍‌ ପକ୍ଷରୁ ସିଲ୍‌ଡ କଭରରେ ତଦନ୍ତ ରିପୋର୍ଟ ଦାଖଲ କରାଯାଇଥିଲା।
କୋରାପୁଟ ଜିଲା ପଟାଙ୍ଗୀ ଥାନା କୁନ୍ଦୁଲି ନିକଟ ଜଙ୍ଗଲରେ ଜଣେ ନାବାଳିକାଙ୍କୁ ୨୦୧୭ ଅକ୍ଟୋବର ୧୦ରେ ଗଣବଳାତ୍କାର କରାଯାଇଥିଲା। ନବମ ଶ୍ରେଣୀରେ ପଢୁଥିବା ଏହି ନାବାଳିକାଙ୍କୁ ଯବାନଙ୍କ ଡ୍ରେସ୍‌ ପିନ୍ଧିଥିବା ୪ଜଣ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ତେବେ ଲୋକଲଜ୍ଜା ପାଇଁ ୨୦୧୮ ଜାନୁୟାରୀ ୨୨ରେ ପୀଡିତା ଆତ୍ମହତ୍ୟା କରିଥିଲେ। ଏହି ଘଟଣାକୁ ନେଇ ରାଜ୍ୟରେ ଆନ୍ଦୋଳନ ହୋଇଥିଲା। ପରେ ରାଜ୍ୟ ସରକାର ଉକ୍ତ ଘଟଣାରେ ପ୍ରଥମେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ସହ ବିଚାର ବିଭାଗୀୟ ତଦନ୍ତ ପାଇଁ କମିଶନ ବସାଇଥିଲେ। ଏହି ଘଟଣାକୁ ନେଇ ହାଇକୋର୍ଟରେ ପ୍ରାୟ ୭ଟି ମାମଲା ରୁଜୁ ହୋଇଥିଲା। ସେଥିମଧ୍ୟରୁ ୪ଟି ମାମଲା ପ୍ରତ୍ୟାହାର ହୋଇଥିବାବେଳେ ଗୋଟିଏ ମାମଲାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri